ଡିସେମ୍ବର 27 ରୁ ଜାନୁୟାରୀ 02 ତାରିଖ ସାପ୍ତାହିକ ରାଶିଫଳ, ଏହି 3 ଟି ରାଶିର ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ପୁରାତନ ରୋଗର ଉପଶମ ହୋଇ ଆୟରସ୍ରୋତ ଖୋଲିଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଥିବା ଦ୍ଵନ୍ଦ ମେଣ୍ଟିଯାଇ ମାନସିକ ଏକାଗ୍ରତା ବଜାୟ ରହିବ । ପାରିବାରିକ ସମସ୍ୟା ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୂଚନା ପାଇ ପାରନ୍ତି । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭ ସମାଚାର ମିଳିବ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ କାମ କରି ପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ନୂଆ କାମ ନୂଆ ପ୍ରେରଣା ଦେବ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥା କହି କାର୍ଯ୍ୟ ପୂରଣ କରିବେ । ବିଭିନ୍ନ ପ୍ରକାର କଥା ଚିନ୍ତାକରି ମନ ଭଲ ଲାଗିବ ନାହିଁ । ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇବେ । କୋର୍ଟ କଚେରୀରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ପୁରୁଣା ନିବେଶ ଲାଭ ଦେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଶାନ୍ତି ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ପଦପଦବି ଆଶାୟୀ ହେବେ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କୋର୍ଟ କଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରତିକାର- ହରିଡା ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ଭଲ ରହିବ । ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ । ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ବିଦେଶ ଯାତ୍ରାରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରି ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟବସାୟୀ ମାନଙ୍କର ଲାଭ ଅଧିକ ହେବା ଫଳରେ ମନ ଖୁସି ରହିବ । ବିଦ୍ୟାକ୍ଷେତ୍ରରେ ଯଶ ପ୍ରାପ୍ତିହେବ ଓ ପଢାପଢିରେ ମାନସିକ ଶାନ୍ତି ମିଳିବ । ପ୍ରତିକାର- ଗଣେଶ ଭଗବାନଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ଫଳରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟା କରିବେ । ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ଶତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ରୋଜଗାର ସମସ୍ୟା ସୁଧୁରି ଯିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରତିକୂଳ ପରିସ୍ଥିତି ଦୂରେଇଯାଇ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବା ସହ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ପ୍ରଶଂସିତ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିଲେ ସଫଳ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରି ପାରିବେ । ଗୃହରେ ଶୁଭକାର୍ଯ୍ୟ କରି ପାରିବେ । ଶାରିରୀକ ଅସୁସ୍ଥତା ଦୂରହୋଇ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇ ଧନର ଆଗମନ ହୋଇପାରେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତି ଦୂରେଇ ଯିବ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେବାକୁ ପଡିପାରେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧିପାଇବ । ପ୍ରତିକାର- ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଦେବେ । ସନ୍ତାନସୁଖ ପାଇବା ସହ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସାଂସାରିକ ଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସୁଖ ସୌଭାଗ୍ୟ ବୃଦ୍ଧି ହେବା ସହ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ । କିନ୍ତୁ ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ କଷ୍ଟ ଭୋଗି ପାରନ୍ତି । ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଅଯଥାଧନ ଖର୍ଚ୍ଚହୋଇ ଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!