ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କୁ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ସମ୍ପର୍କୀୟମାନେ ଆପଣଙ୍କଠାରୁ ମତାମତ ନେଇ ପାରନ୍ତି। ବ୍ୟବସାୟ କାର୍ଯ୍ୟକଳାପ ବୃଦ୍ଧି ପାଇବ। ବିଦ୍ୟାରେ ସାମାନ୍ୟ ଉନ୍ନତିହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପର୍ଯ୍ୟଟନ ଏବଂ ହୋଟେଲ ଇତ୍ୟାଦି ବ୍ୟବସାୟ ସହିତ ଜଡିତ ଲୋକଙ୍କ ବ୍ୟବସାୟରେ ଆଶା କରାଯାଉଥିବା ବୃଦ୍ଧି ଘଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦେଶ ଯାତ୍ରାର ସୁଯୋଗ ଆସିବ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗହେବ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରି ପାରନ୍ତି। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଆର୍ଥିକ ଦିଗରୁ ସୁବିଧା ପାଇ ଉଚ୍ଚଆଶା ସଫଳ ହେବ ଓ ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଅଫିସ୍ ରେ ଆପଣଙ୍କ ସିନିୟରମାନେ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବା ସହ ଆପଣଙ୍କ କାର୍ଯ୍ୟକୁ ପ୍ରଶଂସା କରିବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପୂର୍ଣ୍ଣ ଉତ୍ସାହ ସହିତ କାର୍ଯ୍ୟରେ ନିୟୋଜିତ ହେବା ଫଳରେ ବିଶେଷ ଲାଭ ପାଇବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତ ବାତାବରଣ ସୃଷ୍ଟି ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଚାନକ ଧନପ୍ରାପ୍ତି, ଚାକିରୀ କ୍ଷେତ୍ରରେ ପଦୋନ୍ନତି ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ ଓ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବା ଫଳରେ ଉପରିସ୍ଥଙ୍କ କୃପାଭାଜନ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପୁରାତନ ରୋଗର ଉପଶମ ହୋଇ ଯିବ। କାରବାର ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହର ସମାଧାନ ହୋଇଯିବ। ରାଜନୀତିରେ ଲୋକ ସମ୍ପର୍କରେ ଉନ୍ନତି ହେବ। ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। କର୍ମ ସଂଧାନୀ ମାନେ ନିଯୁକ୍ତିର ସୁଯୋଗ ପାଇବେ। ପୁରାତନ ରୋଗରୁ ମୁକ୍ତି ମିଳିବା ଫଳରେ ଶରୀର ସୁସ୍ଥ ରହିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ଦାମ୍ପତ୍ୟ କଳହ ସମସ୍ୟାର ସମାଧାନ ହୋଇଯିବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବା ସହ ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମଲାଭ ପ୍ରାପ୍ତି ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ନୂତନ ଧାରା ଖୋଲିବେ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ସହକର୍ମୀ ମାନେ ସାହାଯ୍ୟ ସହଯୋଗ କରିବା ଫଳରେ କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇ ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଆର୍ଥିକ ଦିଗରୁ ସୁବିଧା ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପରିବାର ଜନଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ। ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଓ ସାମାଜିକସ୍ଥିତି, ମାନସମ୍ମାନ, ପ୍ରତିଷ୍ଠା, ପ୍ରସିଦ୍ଧି ବୃଦ୍ଧି ପାଇବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ପ୍ଲାଷ୍ଟିକ୍, ଚମଡ଼ା, ଠିକାଦାରୀ, ରାସ୍ତାଗୃହ ନିର୍ମାଣ, ମଟରପାର୍ଟସ୍, ପେଟ୍ରୋଲିୟମ୍ପଦାର୍ଥ, କୋରିଅର, କୋଇଲା, ଖାଦ୍ୟସାମଗ୍ରୀ, ବିଦ୍ୟୁତ୍ ସାମଗ୍ରୀ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।
ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖିବେ। ବ୍ୟବସାୟରେ ନୂତନ ଆୟର ପନ୍ଥା ପ୍ରାପ୍ତି ହୋଇ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଅଧିକ ପରିଶ୍ରମ ଯୋଗେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ।ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ସରକାରୀ କର୍ମଚାରୀ ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷାପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଉନ୍ନତି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଶାରିରୀକ ଅସୁସ୍ଥତା ଦୂରହେବା ସହ ଭାଗ୍ୟର ପ୍ରବଳତା ହେତୁ ସମସ୍ତ କାର୍ଯ୍ୟ ପୂର୍ଣ୍ଣ ହେବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ। କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ମାଲିମୋକଦ୍ଦମାରେ ଜୟଯୁକ୍ତହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।
ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ଓ ସହଯୋଗ କରିବେ। ପରିବାରରେ ଶାନ୍ତି ଦେଖା ଦେବ। କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେବ। ହସ ଖୁସିରେ ସମୟ ବିତିଲେ ମଧ୍ୟ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।