ଡିସେମ୍ବର 12 ତାରିଖରୁ 18 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଉନ୍ନତି ସହିତ ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ହେବା ସହ ଉଚ୍ଚସ୍ଥାନ ସଂପୃକ୍ତି ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ ଓ ମାନସିକଶାନ୍ତି ମିଳିବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ସାଧାରଣ ବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧିହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ପାରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ସାମାଜିକ କାର୍ଯ୍ୟରେ ସଫଳତା ପାଇଁ ଗର୍ବ ଅନୁଭବ କରିବେ। ନୂତନବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାରକଲେ ଆଶାତିତ ଲାଭବାନ୍ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବା ସହ ନୂତନ ବନ୍ଧୁ ସୃଷ୍ଟି ହୋଇ ପାରନ୍ତି। ପର୍ଯ୍ୟଟନ ବ୍ୟବସାୟ ସହିତ ଜଡିତଥିଲେ ବଡ଼ ଧରଣର କାରବାର କରିପାରିବେ। ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ସଫଳତା ମିଳିବ। ସମ୍ପର୍କୀୟମାନେ ଆପଣଙ୍କଠାରୁ ମତାମତ ନେଇ ପାରନ୍ତି। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବା ସହ ନୂତନ ବନ୍ଧୁ ସୃଷ୍ଟି ହୋଇ ପାରନ୍ତି। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ବ୍ୟବସାୟରେ ନୂତନ ଜିନିଷ କ୍ରୟ ବିକ୍ରୟ କରିବା ପାଇଁ ଚେଷ୍ଟା କରିବେ କିନ୍ତୁ ସରକାରୀ ଆଦେଶକୁ ଅବମାନନା କରନ୍ତୁ ନାହିଁ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଆମୋଦ ପ୍ରମୋଦ, ମନୋରଞ୍ଜନରେ ସମୟ ବିତେଇ ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିଲେ ଭଲ ଲାଭ ପାଇବେ। ରାଜନୀତି ସହ ଜଡିତ ଲୋକମାଙ୍କର ମାନସମ୍ମାନ ବୃଦ୍ଧି ପାଇବ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ସପ୍ତାହର ଆରମ୍ଭ ବହୁତ ଶୁଭ ହେବ ଯାହା ଆପଣଙ୍କୁ ଖୁସିର ସନ୍ଦେଶ ଆଣିଦେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରଶାସନ କ୍ଷେତ୍ରରେ ଆତ୍ମ ସମ୍ମାନ ବୃଦ୍ଧି ପାଇବା ସହ ବହୁତ ଉତ୍ସାହଜନକ ହେବ। ଚାକିରିରେ ଉଚ୍ଚ ପଦାଧିକାରୀ ମାନେ ଆପଣଙ୍କ ଉପରେ ବହୁତ ଖୁସି ହେବେ। ଜିଦ୍ଖୋର ମନୋଭାବ ଯୋଗେ କିଛି ଲୋକ ଆପଣଙ୍କ ଉପରେ କ୍ରୋଧିତ ହୋଇ ପାରନ୍ତି। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରବାସଯାତ୍ରାରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ଦୂରଯାତ୍ରାରେ ଲାଭ ବାନ୍ ହେବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ସମାଧାନ କରି ମାନସିକ ଶାନ୍ତି ପାଇବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବାସହ ସୁଖ ଶାନ୍ତିରେ ସମୟ କାଟିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ। ସାମ୍ବାଦିକ ମାନେ ଶୁଭ ସମାଚାର ପାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଶତୃ ବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ନିଜର କାମକୁ ଅନ୍ୟମାନଙ୍କୁ ଦେବା ଠାରୁ ଦୂରେଇ ରୁହନ୍ତୁ। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଶତୃବୃଦ୍ଧି ଓ ଆର୍ଥିକ ଅନାଟନ ଦେଖା ଦେଇପାରେ। ରାଜନୈତିକ କ୍ଷେତ୍ରର ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧିହେବା ଯୋଗେ ବିଜୟୀ ହେବେ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ହେବା ସହ ସ୍ଥଗିତଥିବା କର୍ମଟି ପୂରଣ ହେବ ଓ ମାନସିକଶାନ୍ତି ମିଳିବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସ୍ୱାସ୍ଥ୍ୟ ଭଲ ରହିବା ସହ ଟଙ୍କା ଆସିବାର ସମ୍ଭାବନା ଅଛି। ପ୍ରେମିକ ପ୍ରେମିକାଙ୍କ ସହିତ ଅତି ନିକଟତର ହୋଇପାରିବେ। ପିଲାମାନଙ୍କର ଶିକ୍ଷାକ୍ଷେତ୍ରରେ ବଡ଼ଧରଣର ଅର୍ଥ ଖର୍ଚ୍ଚ ହୋଇପାରେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବହୁ ସମୟ ବାହାରେ କଟାଇବାକୁ ବାଧ୍ୟ ହେବେ। ବ୍ୟବସାୟୀମାନେ କିଛିଦ୍ରବ୍ୟ ନଗଦ କାରବାରର ସୁଯୋଗ ପାଇବେ। ପରିବାର ସଦସ୍ୟମାନେ ଆପଣଙ୍କ ବ୍ୟବହାରରେ ବହୁତ ଖୁସି ହେବେ। ଜୀବନସାଥୀଙ୍କ ସହିତ ସମ୍ପର୍କ ଦୃଢ ହେବ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି, ସାଧାରଣ ବର୍ଗଙ୍କ ଯୋଗେ ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି, ଆଗେଇ ଯିବାର ରାସ୍ତା ଖୋଲି ପାରିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ସ୍ନାୟୁ ଜନିତ ରୋଗରୁ ଆରାମ ମିଳିବ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଯତ୍ନର ସହିତ ବୈଦୁତିକ ଉପକରଣ ବ୍ୟବହାର କରନ୍ତୁ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଦୂରଯାତ୍ରାର ସୁଯୋଗ ପାଇବେ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ। ଚାକିରି କରିଥିବା ବ୍ୟକ୍ତିମାନେ ଅଚାନକ ଭାବରେ ବହୁତ ଲାଭ ଉଠାଇ ପାରିବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ରାସ୍ତା ଖୋଲିଯିବ। ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ସ୍ଥିତି ଅଟଳ ରଖି ପାରିବେ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!