Monthly Horoscope- କେମିତି କଟିବ ଡିସେମ୍ବର ମାସଟି (କର୍କଟ, ସିଂହ, କନ୍ୟା ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

କର୍କଟ:- ଏମାସରେ ମହିଳା ଓ ପୁରୁଷ ମାନେ ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିଲେ ସମସ୍ତ ସମସ୍ୟା ଅପସରି ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଶତୃମାନେ ତଳମୁହାଁ ହେବେ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମାଲିମକଦ୍ଦମାରେ ବିଜୟଲାଭ ହେବ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ସାମାଜିକ ଉତ୍ସବରେ ଯୋଗ ଦେଇ ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ।

ପଢ଼ାପଢ଼ିରେ ମନଦେବେ ଓ ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେଇ ଖୁସୀ ହେବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟ ନେତାଙ୍କର ପ୍ରିୟପାତ୍ର ହେବେ। ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟରେ ସଫଳତା ଲାଭ କରିବେ। ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:- ଏମାସରେ ମହିଳା ଓ ପୁରୁଷ ମାନଙ୍କର ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବା ଫଳରେ ଆର୍ଥିକସ୍ଥିତି ପୂର୍ବପରି ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।

ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଅର୍ଜନ କରି ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ।

ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବା ଫଳରେ ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସହକର୍ମୀମାନେ ଓ ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର:- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:- ଏମାସରେ ମହିଳା ଓ ପୁରୁଷ ମାନଙ୍କର ମାସାରମ୍ଭରୁ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ପୁରୁଣା ରୋଗର ଉପଶମ ହୋଇ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବା ଫଳରେ ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ।

ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି।

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ଫଳରେ ପ୍ରଶଂସା ପାଇବେ। ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ପାଇବା ସହ ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ମାସର ଶେଷଆଡକୁ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇ ପାରେ। ଶିକ୍ଷା କ୍ଷେତ୍ରରେ ଆଦୌ ମନଯୋଗ ଦେବେ ନାହିଁ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ସୃଷ୍ଟି ହୋଇପାରେ। ଦାମ୍ପତ୍ୟ ସୁଖରେ ବାଧା ଦେଖା ଦେଇପାରେ। ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!