Monthly Horoscope- କେମିତି କଟିବ ଡିସେମ୍ବର ମାସଟି (ତୁଳା, ବିଛା, ଧନୁ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତୁଳା:- ଏମାସରେ ମହିଳା ଓ ପୁରୁଷ ମାନେ ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇ ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ । ଶରୀର ସୁସ୍ଥ ରହିବ । ସଚ୍ଚୋଟ ମିତ୍ର ପ୍ରାପ୍ତି ହେବେ । କଠିନ ପରିଶ୍ରମ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆଶା କରୁଥିବା ଖବର ପାଇ ଖୁସି ହୋଇଯିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ । ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବା ସହ ପ୍ରେମ ରୋମାନ୍ସରେ ସମୟ ବିତେଇ ପାରନ୍ତି । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ବିଚ୍ଛା:- ଏମାସରେ ମହିଳା ଓ ପୁରୁଷ ମାନେ ସାମାଜିକ କାର୍ଯ୍ୟରେ ଭାଗ ନେଇ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ଶତୃ ବୃଦ୍ଧି ହେଲେ ମଧ୍ୟ ମିତ୍ରଙ୍କଠାରୁ ସହଯୋଗ ପାଇବା ସହ ଶତୃମାନେ ଅପଦସ୍ତ ହୋଇ ଆର୍ଥିକ ସ୍ଥିତିରେ ସାମାନ୍ୟ ଉନ୍ନତି ହେବ । ସମସ୍ତ ପ୍ରକାର ବ୍ୟବସାୟରେ ସତର୍କ ରହିବା ଦ୍ଵାରା ଉନ୍ନତି ଓ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ସଫଳତା ଅର୍ଜନ କରି ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ ।

କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେଲେବି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର କଠିନ ପରିଶ୍ରମ ଫଳରେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ । ବିରୋଧୀମାନେ ଶାନ୍ତ ହୋଇଯିବା ଫଳରେ ପରିବାରରେ ହସ ଖୁସିର ବାତାବରଣ ସୃଷ୍ଟି ହେବା ସହ ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ । ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବେ ।

ଚେଷ୍ଟା ସାର୍ଥକ ହେଲେ ମଧ୍ୟ ଭବିଷ୍ୟତ ଚିନ୍ତା ରହିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ଶତୃମାନଙ୍କୁ ମୁକାବିଲା କରି ପାରିବେ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେଇ ପାରେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ଧନୁ:- ଏମାସରେ ମହିଳା ଓ ପୁରୁଷ ମାନେ ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି ପ୍ରଶଂସିତହେବେ । ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ । କାର୍ଯ୍ୟରେ ସ୍ଥିରତା ଯୋଗେ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ । ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ଦୂରଯାତ୍ରାର ସୁଯୋଗ ପାଇ ନିଜ ପରିଶ୍ରମରେ ସଫଳତା ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ ।

ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖାଦେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ନିଜ ଲୋକମାନେ ବିଶ୍ୱାସଘାତକତା କରିବା ଫଳରେ ଭାଗୀଦାରମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ସୃଷ୍ଟି ହୋଇପାରେ । ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!