Monthly Horoscope- କେମିତି କଟିବ ଡିସେମ୍ବର ମାସଟି (ମକର, କୁମ୍ଭ, ମୀନ) ରାଶିର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମକର:- ଏମାସରେ ମହିଳା ଓ ପୁରୁଷ ମାନଙ୍କର ମାସାରମ୍ଭରୁ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସମୟ ଅନୁକୂଳ ଯୋଗେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହୋଇ ଯଶ ସମ୍ମାନ ବଢିବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶତୃମାନେ ଦୂରେଇ ଯିବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ମାନସମ୍ମାନ, ଯଶ, ପ୍ରତିଷ୍ଠା ମିଳିବ। ସତର୍କ ରହିବା ଦ୍ଵାରା ଚେଷ୍ଟାଦ୍ଵାରା ଧନଲାଭ କରି ପାରିବେ।

ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଯାତ୍ରାରେ ସଫଳ ହେବା ସହ ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ମନୋରଞ୍ଜନ କାର୍ଯ୍ୟରେ ସମୟ କଟିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଅସହାୟକୁ ନିରାଶ କରିବେ ନାହିଁ।

କୁମ୍ଭ:- ଏମାସରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ।ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ଆଗ୍ରହ ବଢିବ।

ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ ଜୀବନରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ଫଳରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ନୂତନ ଆୟର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ।

ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:- ଏମାସରେ ମହିଳା ଓ ପୁରୁଷ ମାନେ ଅଚାନକ ଧନପ୍ରାପ୍ତି ହେବା ଫଳରେ ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ।

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ। ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ପରିବାରରେ ଓ କୁଟୁମ୍ବରେ କୌଣସି କାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରିବା ଫଳରେ ପ୍ରଶଂସା ପାଇବେ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ସହ ପ୍ରଶଂସା ପ୍ରାପ୍ତି ହେବ। ସ୍ଥାନାନ୍ତରଣ ପାଇଁ ଚେଷ୍ଟା କଲେ ସଫଳ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜୀବନ ସାଥିଙ୍କ ସହଯୋଗରେ ଆର୍ଥିକ ଲାଭ ହେବ।ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ଶତୃମାନେ ପରାଜିତ ହେବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମକ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ପ୍ରତିକାର-ଗ୍ରହଙ୍କର ଅଶୁଭତ୍ୱ ଖଣ୍ଡନ ପାଇଁ ପ୍ରତ୍ୟେକ ଦିନ ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!