ଡିସେମ୍ବର 26 ତାରିଖରୁ ଜାନୁୟାରୀ 01 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବା ସହ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହେବ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଜାଗାଜମି, ଗୃହବାହନଆଦି କ୍ରୟ କରିପାରିବେ । ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ସୋମବାର ପରେ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ଓ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ସ୍ଥଗିତଥିବା କର୍ମଟି ପୂରଣ କରି ପାରନ୍ତି । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତା ପରିକ୍ଷାରେ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବା ଫଳରେ ସାମାଜିକସ୍ଥିତି, ମାନସମ୍ମାନ ପ୍ରସିଦ୍ଧି ବୃଦ୍ଧି ପାଇବ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଆର୍ଥିକ ଦିଗରୁ ସୁବିଧା ହୋଇଯିବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ ଓ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବା ଫଳରେ ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ମଧୁମେହ, ଚକ୍ଷୁ, ହୃଦୟ ଓ ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । ନୂତନ କର୍ମସଂସ୍ଥାନରେ ନିଯୁକ୍ତି ପାଇବାର ସୁଯୋଗ ପାଇବେ । ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଶତୃ, ରୋଗ, ଋଣରୁ ମୁକ୍ତି ହୋଇ ପାରିବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ କର୍ମୋନ୍ନତିର ସୂଚନା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରେମିକ ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ । କବି, ସୁବକ୍ତା, ଧାର୍ମିକ, ବନ୍ଧୁବାନ୍ଧବ ପ୍ରିୟ, ଗୁରୁଦେବତାରେ ଭକ୍ତି ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ବାଧା ଉପୁଜିବା ସହ ଆର୍ଥିକ ସ୍ଥିତିରେ ସାମାନ୍ୟ ବାଧା ଦେଖା ଦେଇ ପାରେ । କେତେକ କ୍ଷେତ୍ରରେ କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ ।

ମକର:-୧୨୩ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତି ଭାବେ ମାନ୍ୟତା ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆଇନ ଅଦାଲତ ଓ ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହୋଇ ମୁଣ୍ଡ ଉଚ୍ଚା ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ, ଅଧ୍ୟାପନା ଓ ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରିବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ବ୍ୟବସାୟ କ୍ଷେତ୍ରରେ ଭଲ ଲାଭ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବିନାପରିଶ୍ରମରେ ଧନପ୍ରାପ୍ତି ହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନରେ ବୃଦ୍ଧି ହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ମନର ଅଶାନ୍ତି ଅସନ୍ତୋଷ ଦୂରହେବ । ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ ଓ ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମାଲିମୋକଦ୍ଦମାରେ ସମସ୍ୟା ସମାଧାନର ବାଟ ଖୋଲିଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ସାମାଜିକ କଲ୍ୟାଣ କାର୍ଯ୍ୟ କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ ଓ ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ୍ ହେବେ । ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!