ମାର୍ଚ୍ଚ ମାସର ରାଶିଫଳ- ଏହି 4 ରାଶିଙ୍କ ପାଇଁ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ଦୂରଯାତ୍ରାର ସୁଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର ଛାତ୍ରୀମାନଙ୍କର ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କର୍ମକ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହୋଇ ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ । ପରିବାରରେ ଉତ୍ତମ ଯୋଜନାବଦ୍ଧ ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହୋଇ ଗୃହସ୍ଥ ଜୀବନ ସୁଖମୟ ହେବ । କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପଦୋନ୍ନତି ପାଇବେ । ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ଗୃହସୁଖ ଓ ଯାନବାହନ ସୁଖ ମିଳିବ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ବକେୟା ଅର୍ଥ କିଛି ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ-ସଦ୍ଭାବ ବଜାୟ ରହିବ । ବିଦ୍ୟାର୍ଥିମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ମହିଳା ଓ ପୁରୁଷ କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ଲୋକ ସମର୍ଥନ ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ବ୍ୟବସାୟରେ ଉନ୍ନତୀ ହେବ କିନ୍ତୁ ଶେଷରେ ଖର୍ଚ୍ଚାନ୍ତ ହେବା ଫଳରେ ହିସାବ ପାଇବେ ନାହିଁ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ମହିଳା ଓ ପୁରୁଷ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଉଚ୍ଚ ପଦାଧିକାରୀ ମାନଙ୍କୁ ବିରୋଧୀ ନ କରିବାକୁ ବିଶେଷ ସତର୍କ ରହିବା ନିତ୍ୟାନ୍ତ ଆବଶ୍ୟକ । ବ୍ୟବସାୟରେ ଶତୃ ପରାଜିତ ହୋଇ ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ଯୋଗେ ନୂତନ ଯୋଜନାରେ ସଫଳତା ମିଳିବ । ବିଦ୍ୟାର୍ଥୀମାନେ ଶିକ୍ଷା କ୍ଷେତ୍ରରେ ଆଶାନୁରୂପ ଫଳ ପାଇବା ସହ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ବିଜୟୀ ହୋଇ ସମ୍ମାନିତ ହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ଅସୁସ୍ଥତା ଦୂର ହୋଇ ଶରୀର ସୁସ୍ଥ ରହିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବା ଫଳରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନଙ୍କର ଉପରିସ୍ଥ ଅଧିକାରୀଙ୍କ ସହିତ ମନାନ୍ତର ମତାନ୍ତର କଟି ଯାଇ ଉନ୍ନତି ହେବା ଫଳରେ ସ୍ଥାନ ପରିବର୍ତ୍ତନ ପାଇଁ ଚେଷ୍ଟା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ । ପ୍ରତିକାର-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:- ମହିଳା ଓ ପୁରୁଷ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଦେହମନ ଭଲ ରହିବ ଓ ଶାନ୍ତି ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ମହିଳା ଓ ପୁରୁଷ ମାନଙ୍କର ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବା ସହ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର- ଇଷ୍ଟଦେବୀଙ୍କୁ ଚନ୍ଦନ ସମର୍ପଣ କରନ୍ତୁ ।

ଧନୁ:-ମହିଳା ଓ ପୁରୁଷ ମାନେ ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜି ସମାଧାନ ହୋଇ ପାରେ । ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ । ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ । ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ମହିଳା ଓ ପୁରୁଷ ମାନଙ୍କର ମାନସିକ ଆସନ୍ତି ଦୂରେଇ ଯାଇ ସ୍ୱାସ୍ଥ୍ୟରେ ଉନ୍ନତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ପାଇ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇ ପାରନ୍ତି । ଶତୃ ପରାଜିତ ହେବା ଫଳରେ ଉତ୍ତମ ରୋଜଗାର ମିଳିବ ଓ ନୂତନ ଯୋଜନାରେ ସଫଳତା ମିଳିବ । ବାକିଥିବା ଅର୍ଥପ୍ରାପ୍ତି ହେବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନ କର୍ମ ନିଯୁକ୍ତି ପାଇବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିଜ ପରିଶ୍ରମରୁ ଲାଭ ମିଳିବା ସହ ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗରେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସହ ଯୋଗୀଙ୍କ ସାହାଯ୍ୟ ପାଇ ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ । ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନର ବୃଦ୍ଧି ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- କୁକୁରକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-ମହିଳା ଓ ପୁରୁଷ ମାନଙ୍କର ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ । କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟ ବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ । ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ । ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ । ପରିବାରରେ ସାଧାରଣ ବାତାବରଣ ଜାରିରହିବ । ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ । ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!