ଫେବୃୟାରୀ 13 ତାରିଖରୁ ଫେବୃୟାରୀ 19 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ଧନପ୍ରାପ୍ତି ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଗୃହସ୍ଥ ଜୀବନ ସୁଖମୟ ହେବ। ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ସ୍ୱାସ୍ଥ୍ୟରେ ସୁଧାର ଆସିବା ଯୋଗେ ଖୁସି ମିଳିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ।ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ସମ୍ପର୍ଣ୍ଣ ହୋଇପାରେ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପତିଆରା ଅମଳିନ ରହିବ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ ଓ ରାଜନୈତିକ କ୍ଷେତ୍ରରେ ନିଜର ଚତୁରତା ଯୋଗେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯୋଜନା ମୁତାବକ ବ୍ୟବସାୟ କଲେ ବହୁବିଧ ଲାଭ ମିଳିବ। ଉଚିତ୍ ପନ୍ଥା ଗ୍ରହଣ କରିବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ, କ୍ଷାତି ବଢ଼ିବ। ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାମାଜିକ ପତିଆରା ଅମଳିନ ରହିବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ମିତ୍ରଙ୍କ ଦ୍ଵାରା ସହାୟତା ପାଇ କେତେକ କ୍ଷେତ୍ରରେ ଉନ୍ନତି କରିପାରିବେ। ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ଓ ଦାମ୍ପତ୍ୟସୁଖ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। କାର୍ଯ୍ୟ କ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ସୁଖ-ଶାନ୍ତି ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମାରେ ବିଜୟୀ ହେବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତି ମାନେ ଶୁଭ ସଂବାଦ ପାଇ ଖୁସିହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବାସହ ପଦୋନ୍ନତିର ସୂଚନା ପାଇପାରନ୍ତି। ନୂତନକର୍ମ ପ୍ରାପ୍ତିର ସୂଚନାପାଇ ମନ ଆନନ୍ଦ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟ କ୍ଷେତ୍ରରେ ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବା ଫଳରେ ଆଶାତୀତ ଲାଭ ମିଳିବ। ବିଦ୍ୟାର୍ଥିମାନେ କେତେକ କ୍ଷେତ୍ରରେ ଭଲ କାମକରି ପ୍ରଶଂସା ପାଇବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କିନ୍ତୁ ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡି ପାରନ୍ତି। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ଉପାର୍ଜନରେ ବୃଦ୍ଧିପାଇ ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ଓ ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ସନ୍ତାନଙ୍କ ସେବା ଓ ସମର୍ପଣ ଭାବ ଆନନ୍ଦିତ କରିବ। ସରକାରୀ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ।ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟରଖି ପାରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତହେବେ। ବିଦେଶ ଯାତ୍ରାରେ ଯଶଲାଭ ହେବାସହ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପ୍ରତିକାର:- ପ୍ରତ୍ୟେକଦିନ ଶୟନ କକ୍ଷ ସାମ୍ନାରେ ଘିଅ ଦୀପ ଜାଳନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଶାରୀରିକ କଷ୍ଟ ଦୂର ହେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବିଦ୍ୟା କ୍ଷେତ୍ରରେ ଆଶାମୁତାବକ ଫଳ ପାଇ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ। ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଶୁଭ ବା ମଙ୍ଗଳ କାମର ଆୟୋଜନ କରିପାରିବେ। ନୂତନ ବନ୍ଧୁ ମିତ୍ରଙ୍କ ସହ ମିଳନ ହେବା ଫଳରେ ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ଥୋଇ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃମାନେ ପରାଜିତ ହେବେ। ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରି ପାରିବେ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ଆୟ ଉପାର୍ଜନରେ ବୃଦ୍ଧିଯୋଗେ ଭବିଷ୍ୟତ ଯୋଜନାରେ ନିବେଶ କରିପାରିବେ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ଜୟଯୁକ୍ତ ହେବେ। ସନ୍ତାନ ମାନଙ୍କର ଉଚ୍ଚଶିକ୍ଷାର ମନସ୍କାମନା ପୂର୍ଣ୍ଣ ହେବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇ ପାରନ୍ତି। ରାଜନୀତିରେ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ ଓ ଦୂରଯାତ୍ରା କରି ମନ ଖୁସି ରହିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବା ଯୋଗେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ। ଦୂର ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ସମାଜ ସେବାରେ ମନବଳାଇ ବହୁତ ଶାନ୍ତି ପାଇବେ। ବିଦ୍ୟାର୍ଥୀମାନେ ଉଚ୍ଚ ଶିକ୍ଷା ପାଇବାର ସୁଯୋାଗ ପାଇବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସରକାରୀ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!