ଫେବୃୟାରୀ 20 ତାରିଖରୁ ଫେବୃୟାରୀ 26 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଅଧିକ ସମୟ କାମ କରିବାକୁ ପଡିବ। ରାଜନୀତିରେ ଜନସମ୍ପର୍କ ସୁଦୃଢ ହୋଇ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କର୍ମବ୍ୟସ୍ତତାରେ ସମୟ କାଟିବେ। ଆବଶ୍ୟକ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ନୂଆ ନିଯୁକ୍ତି ଯୋଗ ଅଛି। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିଦେଶ ଯାତ୍ରାରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅନ୍‌ଲାଇନ୍‌ ସପିଂରେ ବହୁତ ସଞ୍ଚୟ କରିପାରିବେ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆୟ ଉପାର୍ଜନରେ ବାଧା ନାହିଁ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟରେ ଉପକୃତ ହେବେ। ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। କୋର୍ଟ କଚେରୀରେ ସଫଳତା ମିଳିବ। ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରିବା ପାଇଁ ଚେଷ୍ଟା କଲେ ସଫଳ ହୋଇ ପାରିବେ। ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ରୋଜଗାରରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନେ ଦୂରେଇ ଯିବେ। ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ଜନସମ୍ପର୍କ ସୁଦୃଢ ହେବା ଫଳରେ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବା ସହ ପାରିବାରିକ ଅଶାନ୍ତି ଦୂରେଇ ଯାଇ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ସାମାଜିକ କ୍ଷେତ୍ରରେ କୃତିତ୍ଵ ଲାଭ କରିବା ସହ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ ହେବ। କୋର୍ଟକଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ। ବନ୍ଧୁ ମିତ୍ରଙ୍କ ଦ୍ଵାରା ମହତ୍ଵପୂର୍ଣ୍ଣ କାର୍ଯ୍ୟ ହେବ। କାର୍ଯ୍ୟ ସ୍ଥିତିରେ ସୁଧାର ହେଲେ ନୂଆ ଯୋଜନା ଅନୁସାରେ କାର୍ଯ୍ୟ ଆରମ୍ଭ ହେବ। ଗୃହ ସମସ୍ୟାରୁ ମୁକ୍ତି ମିଳିବ ଓ ବିରୋଧୀମାନେ ଦୁର୍ବଳ ହୋଇଯିବେ। ଧନ ସମ୍ପତ୍ତି ଓ ଗୃହ କାର୍ଯ୍ୟରେ ସମୟ ବିତିବ। ପ୍ରିୟ ଲୋକଙ୍କ ସହିତ ସାକ୍ଷାତ ହେବ ଏବଂ ପଦୋନ୍ନତିର ସୁଯୋଗ ମିଳିବ। ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ। ବ୍ୟବସାୟରେ ଉନ୍ନତି କରିବେ। ଅତି ଉତ୍ତମ ଫଳ ଭୋଗିବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ। ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିବେ। ଯୁବକଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରିରୀକ ସୁସ୍ଥତା ଦେଖା ଦେବ। ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ବ୍ୟବସାୟରେ ଶତୃ, ଋଣରୁ ମୁକ୍ତି ହେବା ସହ ଆଶାନୁରୂପ ଲାଭ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତି ହେବ। ଆକସ୍ମିକ ଧନ ଲାଭ ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତିରେ ସଫଳତା ଲାଭ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବାସହ ଶରୀର ସୁସ୍ଥ ରହିବ। ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭ ହେବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦୈବୀଶକ୍ତି ବଳରେ ବିପଦରୁ ରକ୍ଷା ପାଇ ପାରିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ। ଭିନ୍ନ ରାସ୍ତାରେ ଆୟ ବୃଦ୍ଧିର ଯୋଜନା କରିବେ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବ। ପ୍ରତିକାର- ପ୍ରତ୍ୟେକଦିନ ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କୁମ୍ଭ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିପାରନ୍ତି। ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟର ସମସ୍ୟା ସମାଧାନ କରି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯାଇ ଉଚ୍ଚଆଶା ସଫଳ ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ। ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଦୂରଯାତ୍ରାରେ ଲାଭପାଇବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଯୁବକ ଯୁବତୀ ମାନେ ଉତ୍ସାହ ବର୍ଦ୍ଧକ ସମାଚାର ପାଇବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଏକାକିତ୍ଵ ବୋଧର କୁହୁଳା ଅବଶୋଷରୁ ମୁକ୍ତ ହେବେ। ସାମୟିକ ରକ୍ତଚାପ ବା ଶିରୋପୀଡା ଜନିତ ପୀଡାରୁ ମୁକ୍ତି ମିଳିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!