ଫେବୃୟାରୀ 27 ତାରିଖରୁ ମାର୍ଚ୍ଚ 05 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 2ଟି ରାଶିରେ ବନୁଛି ଧନପ୍ରାପ୍ତି ଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀ ମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବକେୟା ଅର୍ଥ ଆଦାୟ ହେବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବାର ସୁଯୋଗ ମିଳିବ।କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବା ସହ ଉଚ୍ଚଆଶା ପୂରଣ ହେବ। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ପରିଶ୍ରମର ସୁଫଳ ଭୋଗ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ। ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ। ପୁରାତନ ରୋଗର ପ୍ରକୋପ ହ୍ରାସ ପାଇବା ଫଳରେ ମନଶାନ୍ତ ରହିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଫଳରେ ଚାକିରିରେ ପ୍ରତିଷ୍ଠିତ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ ପାଇ କଳବଳ ଖଟାଇ ନିଜର ସ୍ଥାନକୁ କୌଣସିମତେ ଦୃଢ ରଖି ପାରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ନିଜ ପରିଶ୍ରମରେ ସଫଳତା ପାଇବେ। ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଯାତ୍ରାରେ ସଫଳ ହେବେ ଓ ଚେଷ୍ଟାଦ୍ଵାରା ଧନଲାଭ କରିପାରିବେ। ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ବିଦ୍ୟାର୍ଥୀମାନେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ନ ହୋଇ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ କରି, ଆଚାର ବ୍ୟବହାରରେ ଶାନ୍ତ ହୋଇ, ଆଶା କରୁଥିବା କାର୍ଯ୍ୟରେ ସଫଳତା ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମୟ ଅନୁକୂଳ ଯୋଗେ କାର୍ଯ୍ୟ କ୍ଷେତ୍ରରେ ବୃଦ୍ଧି ହେବ ଓ ଯଶ ସମ୍ମାନ ବଢିବ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। ପିଲାମାନେ ପରୀକ୍ଷାରେ ସଫଳତା ଲାଭକରିବେ। ଆୟ ଅନୁକୂଳ ହେବ ମାତ୍ର ଧନ କମ୍ ମିଳିବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରି ପାରନ୍ତି। ନିଜର ପ୍ରଭାବ ବଳରେ ସଫଳତା ମିଳିବ। ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ଭ୍ରମଣ, ରାଜନୀତି, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ବିଶେଷ ଲାଭ ପାଇବେ। କୌଣସି ପ୍ରିୟ ଜିନିଷକୁ ହରେଇ ବସିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଧନଲାଭ ହେବାରୁ ଖୁସି ହେବେ। କେତେକ କ୍ଷେତ୍ରରେ ଉନ୍ନତିକର ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ବ୍ୟବସାୟୀ ମାନେ ଧୈର୍ଯ୍ୟଧରୀ ପରିଶ୍ରମ କରିବା ଫଳରେ ବିଶେଷ ଲାଭବାନ୍ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ନୂତନ କର୍ମପ୍ରାପ୍ତି ହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପୁରାତନ ଶତୃମାନେ ଦୁର୍ବଳ ହେବେ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଧାଁ ଦୌଡ ଅଧିକ ହେଲେ ଲାଭ ମିଳିବ ଓ ପାରିବାରିକସ୍ଥିତି ମଧ୍ୟ ସୁଧୁରି ଯିବ। ମାନସିକ ଚିନ୍ତା ଦୂର ହେବ। ଶୁଭ ଲାଭ ହେବା ସହ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ନୂଆ ସମ୍ପର୍କ ଭବିଷ୍ୟତରେ ଲାଭଦାୟକ ହେବ। କିନ୍ତୁ ସ୍ୱାସ୍ଥ୍ୟ ଉପରେ ବିଶେଷ ଧ୍ୟାନ ଦେବା ଆବଶ୍ୟକ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାଧାରଣ ଲୋକଙ୍କ ସହ ମିଳାମିଶା ଦ୍ଵାରା ସମୟ ଆନନ୍ଦରେ କଟିବ। ସହରଠାରୁ ଦୂରକୁ ଯିବାକୁ ପଡିପାରେ। ବିପରୀତ ପରିସ୍ଥିତିରେ ମଧ୍ୟ ଦୈନିକ କାର୍ଯ୍ୟଗତି ଅନୁକୂଳ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ରାଜନିତୀକ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ବାଧା ଉତ୍ପନ୍ନ କରି ପାରନ୍ତି। ସମସ୍ତ କଷ୍ଟର ସାମ୍ନା କରିବାକୁ ପଡିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କର ଆବଶ୍ୟକତା ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ ହେବା ସହ ଶରୀର ସୁସ୍ଥରହିବ। ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗ ହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟ ବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀ ହେବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ଜାରି ରହିବା ସହ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ପରିବାରରେ ନିଜରପଦ ଗରିମା ଅନୁସାରେ ଚିନ୍ତା ବୃଦ୍ଧି ହେବ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରିବେ। ବରିଷ୍ଠ କର୍ମୀଙ୍କ ରୋଷର ପାତ୍ର ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିରେ ସହାୟକ ହେବ। ନୂତନ ବ୍ୟବସାୟରେ ସଫଳତା ଅର୍ଜନ କରି ଅଧିକ ଲାଭର ସୁଯୋଗ ପାଇବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରିବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରର କେତେକ ସମସ୍ୟା ଓ ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ପାରିବାରିକ ଜୀବନରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ ସମୟ ଗୁଡିକ ସୁଖ ଶାନ୍ତିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ରାଜନେତାଙ୍କର ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ଥିବା ଛାତ୍ର ଛାତ୍ରୀମାନେ ଖୁସି ହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ କରିବାର ସୁଯୋଗ ପାଇବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ। ଆର୍ଥିକ ସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ରାଜନୀତିରେ କୃତକାର୍ଯ୍ୟ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପାରିବାରିକ ଜୀବନରେ ସୁଧାର ଆସିବା ଫଳରେ ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଲେଖକ, ପତ୍ରକାର, ସଙ୍ଗୀତଜ୍ଞ ଓ ସରକାରୀ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇ ପାରନ୍ତି। ବାଦବିବାଦ, ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!