2022 ମସିହା February ମାସ କେମିତି କଟିବ ମକର, କୁମ୍ଭ ଓ ମୀନ ରାଶିର, ମିଳିବ ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମକର:- ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମକରରାଶି ହେବ । ମକରରାଶିର ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ । ପ୍ରତିକାର:- ଶନିବାର ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:- ଯେଉଁ ମାନଙ୍କର ଯେ କୌଣସି ମାସର ୮, ୧୭ ଓ ୨୬ ତାରିଖରେ କିମ୍ବା ଅଷ୍ଟମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର କୁମ୍ଭରାଶି ହେବ । କୁମ୍ଭରାଶିର ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ ।

ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବା ସହ ନୂଆ ଜ୍ଞାନର ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ପ୍ରତ୍ୟେକ ଦିନ ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:- ଯେଉଁ ମାନଙ୍କର ଯେ କୌଣସି ମାସର ୩, ୧୨, ୨୧ ଓ ୩୦ ତାରିଖରେ କିମ୍ବା ତୃତୀୟା ବା ଦ୍ଵାଦଶୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ମୀନରାଶି ହେବ । ମୀନରାଶିର ମହିଳା ଓ ପୁରୁଷ ମାନଙ୍କର ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ ।

ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟିବା ସହ ଉଚ୍ଚ ଶିକ୍ଷା ଲାଭ କରିବାର ସୁଯୋଗ ପାଇବେ । ବକେୟା ଅର୍ଥ କିଛି ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବିଦେଶ ଯାତ୍ରା କରି ଲାଭବାନ ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ପ୍ରତ୍ୟେକ ଦିନ ହଳଦୀଚନ୍ଦନର ଟୀକା ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!