2022 ମସିହା February ମାସ କେମିତି କଟିବ ତୁଳା, ବିଛା ଓ ଧନୁ ରାଶିର, ଆର୍ଥିକ ସମସ୍ୟା ହେବ ଦୂର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ତୁଳା:- ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ତୁଳାରାଶି ହେବ । ତୁଳାରାଶିର ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ । ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସଫଳତା ପାଇବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ । କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:- ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବିଛାରାଶି ହେବ । ବିଛାରାଶିର ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଶାରିରୀକ ସୁସ୍ଥତା ଦେଖା ଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ପଦୋନ୍ନତି ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ ।

ବ୍ୟବସାୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ଓ ନୂଆ ଯୋଜନାରେ ସଫଳହେବେ । ରାଜନୀତି କ୍ଷେତ୍ରରେ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପ୍ରତିକାର:- ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ଧନୁ:- ଯେଉଁ ମାନଙ୍କର ଯେ କୌଣସି ମାସର ୭, ୧୬ ଓ ୨୫ ତାରିଖରେ କିମ୍ବା ସପ୍ତମୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ଧନୁରାଶି ହେବ । ଧନୁରାଶିର ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ଶାନ୍ତି ଅନୁଭବ କରିବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କଲେ ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ପ୍ରତ୍ୟେକ ଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!