2022 ମସିହା February ମାସ କେମିତି କଟିବ ମେଷ, ବୃଷ ଓ ମିଥୁନ ରାଶିର, ଜାଣିବା ପାଇଁ ଦେଖନ୍ତୁ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେଉଁ ମାନଙ୍କର ଯେ କୌଣସି ମାସର ୯, ୧୮ ଓ ୨୭ ତାରିଖରେ କିମ୍ବା ନବମୀ ତିଥିରେ ଜନ୍ମ ହୋଇଥିବ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମେଷରାଶି ହେବ । ମେଷରାଶିର ମହିଳା ଓ ପୁରୁଷ ମାନେ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ଧିରେ ଧିରେ ସମାଧାନ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରକାଶନ ବାଣିଜ୍ୟ ଓ କୃଷିଜାତଦ୍ରବ୍ୟ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଛାତ୍ର ଛାତ୍ରୀମାନେ କ୍ରୀଡ଼ା, କଳା, ସାହିତ୍ୟ କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:- ଯେଉଁ ମାନଙ୍କର ଯେ କୌଣସି ମାସର ୬, ୧୫ ଓ ୨୪ ତାରିଖରେ କିମ୍ବା ଷଷ୍ଠୀ ବା ପୂର୍ଣ୍ଣିମା ଓ ଅମାବାସ୍ୟାତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ବୃଷରାଶି ହେବ । ବୃଷରାଶିର ମହିଳା ଓ ପୁରୁଷ ମାନଙ୍କର ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ବ୍ୟବସାୟରେ ଆଶାତୀତ ଲାଭ ପାଇବା ଫଳରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ ।

ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆୟ ପନ୍ଥାର ପରିବର୍ତ୍ତନ ଆସି ଧନଲାଭ କରିବାର ସୁଯୋଗ ପାଇବେ । କର୍ମଚାରୀମାନେ ପ୍ରମୋଶନ ପାଇ ଖୁସି ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଶତୃମାନଙ୍କୁ ମୁକାବିଲା କରିପାରିବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ପଡୋଶୀ ଓ କୁଟୁମ୍ବଙ୍କ ସହ ଦ୍ଵନ୍ଦଥିଲେ ମେଣ୍ଟିଯିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:- ଯେଉଁ ମାନଙ୍କର ଯେ କୌଣସି ମାସର ୪ , ୧୩, ୨୨ ଓ ୩୧ ତାରିଖରେ କିମ୍ବା ଚତୁର୍ଥୀ ବା ତ୍ରୟୋଦଶୀ ତିଥିରେ ଜନ୍ମ ହୋଇଥିବ ତେବେ ସେମାନଙ୍କର ଅଙ୍କ ଜ୍ୟୋତିଷ ହିସାବରେ ମିଥୁନରାଶି ହେବ । ମିଥୁନରାଶିର ମହିଳା ଓ ପୁରୁଷ ମାନଙ୍କର ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ, ନବିକରଣ, ଦୋକାନ, ଅଫିସ, ବାସଗୃହ ଆଦି ସାଜସଜ୍ଜା କରିବାପାଇଁ ଚେଷ୍ଟା କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ ।

ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଜୀବନ ସାଥିଙ୍କ ସହ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ପିଲାମାନଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଅସନ୍ତୁଷ୍ଟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । ପ୍ରତିକାର- ପ୍ରତ୍ୟେକ ଦିନ ବୁଲା କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!