ଦୈନିକ ରାଶିଫଳ: 10 ଫେବୃୟାରୀ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୦ ତାରିଖ, ଗୁରୁବାର, ମକର ମାସ ୨୮ ଦିନ, ମାଘମାସ, ଶୁକ୍ଳପକ୍ଷ, ନବମୀତିଥି ଦିବା ୧୧ଟା ୮ମିନିଟ୍ ଗତେ ଦଶମୀ ତିଥି, ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ ସନ୍ଧ୍ୟା ୬ଟା ୪୮ମିନିଟ୍ ଗତେ ବୈଧୃତି ଯୋଗ । କୌଳବ କରଣ ଦିବା ୧୧ଟା ୮ମିନିଟ୍ ଗତେ ତୈତିଳ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୧୧ଟା ୮ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୧୧ଟା ୮ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୦ମିନିଟ୍ ରୁ ଦିବା ୪ଟା ୧୫ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ୫ଟା ୩୯ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୫ମିନିଟ୍ । ଶୁଭସମୟ- ସକାଳ ୬ଟା ୨୩ମିନିଟ୍ ରୁ ୭ଟା ୫୧ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୨ଟା ୫୯ମିନିଟ୍ ରୁ ୩ଟା ୪୮ମିନିଟ୍ ।

ମେଷ:-ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶତୃମାନେ ଦୂରେଇ ଯିବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଶୁଭ ସମ୍ବାଦପାଇ ଖୁସିହେବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ମଧ୍ୟ ଦେଇ ସମୟ ବିତାଇବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କିନ୍ତୁ କୌଣସି ଟିକସ ଯୋଗୁ ଅସୁବିଧାରେ ପଡିପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଶରୀର ଭଲ ରହିବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସମସ୍ୟା ଦୂର ହେବ । ପରିବାରରେ ମାନ ମନାନ୍ତର ଦୂର ହେବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ସିଂହ:-ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । କର୍ମକ୍ଷେତ୍ରରେ ଠିକ୍ ନିଷ୍ପତି ନେଇ ପଦୋନ୍ନତିର ସୂଚନା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସରକାରୀ କାମରେ ସଫଳତା ପାଇବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ୱନ୍ଦିତା ଓ କ୍ରିଡାକ୍ଷେତ୍ରରେ ଶୁଭଫଳ ମିଳିବ । ରାଜନୀତିରେ ସାମାଜିକ କଲ୍ୟାଣ ଓ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରି ଉଚ୍ଚପ୍ରଶଂସିତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତିହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହର ଅବସାନ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ମାଲିମୋକଦ୍ଦମା ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନାନା ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!