ଦୈନିକ ରାଶିଫଳ: 11 ଫେବୃୟାରୀ 2022, ମା ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୧ ତାରିଖ, ଶୁକ୍ରବାର, ମକରମାସ ୨୯ ଦିନ, ମାଘମାସ, ଶୁକ୍ଳପକ୍ଷ, ଦଶମୀତିଥି ଦିବା ୧ଟା ୫୨ମିନିଟ୍ ଗତେ ଏକାଦଶୀ ତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବୈଧୃତି ଯୋଗ ରାତ୍ରି ୭ଟା ୪୮ମିନିଟ୍ ଗତେ ବିଷ୍କୁମ୍ଭ ଯୋଗ । ଗର କରଣ ଦିବା ୧ଟା ୫୨ମିନିଟ୍ ଗତେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୧ଟା ୫୨ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ଦିବା ୧ଟା ୫୨ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୦ଟା ୩୬ମିନିଟ୍ ରୁ ୧୨ଟା, ରାତ୍ରି ୮ଟା ୫୦ମିନିଟ୍ ରୁ ୧୦ଟା ୨୫ମିନିଟ୍ । ଶୁଭସମୟ- ସକାଳ ୬ଟା ୨୨ମିନିଟ୍ ରୁ ୭ଟା ୫ମିନିଟ୍, ସକାଳ ୭ଟା ୫୩ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧୨ଟା ୨୪ମିନିଟ୍ ରୁ ୨ଟା ୩୮ମିନିଟ୍, ଦିବା ୪ଟା ୧୦ମିନିଟ୍ ରୁ ସନ୍ଧ୍ୟା ୫ଟା ୩୯ମିନିଟ୍, ସନ୍ଧ୍ୟା ୭ଟା ୨୨ମିନିଟ୍ ରୁ ରାତ୍ର ୮ଟା ୪୯ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ରାତ୍ର ୪ଟା ୩୮ମିନିଟ୍ ।

ମେଷ:-ସ୍ୱାସ୍ଥ୍ୟରେ ସୁଧାର ଆସିବ । ନୂତନପନ୍ଥା ଅନୁସରଣ କରିବେ । ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଅଟେ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବୃଷ:-କର୍ମକ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବା ସହ ଉନ୍ନତି କରିପାରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଉଚିତପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ । କର୍ମଚାରୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ପାଖରେ ରଖନ୍ତୁ ।

ମିଥୁନ:-ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ । ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲା ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କର୍କଟ:-ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ବ୍ୟବସାୟ ବାଣିଜ୍ୟ ପାଇଁ ଦୂରଗାମୀ ହେଲେ ସବୁ ମତେ ଉନ୍ନତିର ସମ୍ଭାବନା ବୃଦ୍ଧିହେବେ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରୀ ନେବା ଉଚିତ୍ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

କନ୍ୟା:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ମାଲିମୋକଦ୍ଦମା ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରିବେ । ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ମାଲିମୋକଦ୍ଦମାରେ ଶୀଘ୍ର ଫଇସଲା ଦିଗ ଉନ୍ମୁକ୍ତ ହେବ । ପାରିବାରିକ କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣମେଲା ହେବ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀ ମାନେ ଦ୍ଵିଗୁଣ ଲାଭ କରିବେ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ସତର୍କତା ଅବଲମ୍ବନ ନକଲେ ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ଆତ୍ମକେନ୍ଦ୍ରିତ ହୋଇଯିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ଉନ୍ନତି ସୁଖ ଶାନ୍ତି ବର୍ଦ୍ଧିତ ହେବ । କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରୀ ହେବେ । ନିର୍ମାଣ ଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

କୁମ୍ଭ:-ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବାଦବିବାଦ ଠାରୁ ଦୂରେଇ ରହିଲେ ବହୁତ ଭଲ ହେବ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ ଓ ବିରୋଧିତତ୍ତ୍ଵର ମୁଖରେ ସ୍ଵାର୍ଥ-ଲାଳସା-ପୂର୍ତ୍ତିର ମଜବୁତ ତୁଣ୍ଡି ଭିଡି ଦେଇ, ଆଇନ ଶୃଙ୍ଖଳା ଶକ୍ତିକୁ ସ୍ଥାଣୁ କରିଦେଇ ପାରିବେ । ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!