ଦୈନିକ ରାଶିଫଳ: 12 ଫେବୃୟାରୀ 2022, ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୨ ତାରିଖ, ଶନିବାର, ମକର ମାସ ୩୦ ଦିନ, ମାଘମାସ, ଶୁକ୍ଳପକ୍ଷ, ଏକାଦଶୀତିଥି, ମୃଗଶିରା ନକ୍ଷତ୍ର ସକାଳ ୬ଟା ୩୭ମିନିଟ୍ ଗତେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବିଷ୍କୁମ୍ଭ ଯୋଗ ରାତ୍ରି ୮ଟା ୩୯ମିନିଟ୍ ଗତେ ପ୍ରୀତି ଯୋଗ । ବିଷ୍ଟି କରଣ ଦିବା ୪ଟା ୨୭ମିନିଟ୍ ଗତେ ବବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ଦିବା ୪ଟା ୨୭ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ଦିବା ୪ଟା ୨୭ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୨୧ମିନିଟ୍ ରୁ ୭ଟା ୪୬ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ୫ଟା ୪୦ମିନିଟ୍, ସନ୍ଧ୍ୟା ୫ଟା ୪୦ମିନିଟ୍ ରୁ ୭ଟା ୧୫ମିନିଟ୍, ରାତ୍ରି ୪ଟା ୪୫ମିନିଟ୍ ରୁ ୬ଟା ୨୦ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୭ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୮ଟା ୧୩ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୧୨ଟା ୨୭ମିନିଟ୍ ରୁ ୨ଟା ୬ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ରାତ୍ର ୪ଟା ୩୮ମିନିଟ୍ । ପର୍ବଦିନ- ସର୍ବସମ୍ମତ ଭୌମୀ ଏକାଦଶୀ, ମାସାନ୍ତ ।

ମେଷ:-ଶରୀର ସୁସ୍ଥ ରହିବ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ । ହାତ ପାହାନ୍ତାରେ ଥିବା ସୁଯୋଗ ଆପେ ଆପେ ଆସିଯିବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇପାରିବେ । ସୁଖ ସମ୍ପଦ ପ୍ରାପ୍ତି ହେବ । ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ । ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ସୁଧାରି ନେବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସମସ୍ତ ଚେଷ୍ଟା ସଫଳ ହୋଇ ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । କଚେରୀ ମାମଲାର ଶୁଣାଣି ନିଜ ସପକ୍ଷରେ ଯିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । କର୍ମକ୍ଷେତ୍ରରେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାସ୍ତାଘାଟ ରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜ ନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ପରିବାରରେ ଶାନ୍ତି ଆସିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଯଦିଚ ମାନହାନିର ଭୟ ନାହିଁ, ତଥାପି ସତର୍କ ରହିଲେ ଆର୍ଥିକ ଭାରସାମ୍ୟ ରକ୍ଷାକରୀ ପାରିବେ ଓ ଶାନ୍ତିର ନିଃଶ୍ଵାସ ମାରି ପାରିବେ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ନୂତନ ବସ୍ତୁ କ୍ରୟ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଖାଦ୍ୟ ପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରେମ କ୍ଷେତ୍ରରେ ମିତ୍ର ମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ମନ ଖୁସିହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଉଚ୍ଚକର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ପାଇବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟରେ ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ । ନୂତନ ସମ୍ପତି କ୍ରୟ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ ପ୍ରତିଷ୍ଠାର ଦ୍ଵାର ସାହାଣ ମେଲା ହେବ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!