ଦୈନିକ ରାଶିଫଳ: 13 ଫେବୃୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୩ ତାରିଖ, ରବିବାର, କୁମ୍ଭ ମାସ ୧ ଦିନ, ମାଘମାସ, ଶୁକ୍ଳପକ୍ଷ, ଦ୍ଵାଦଶୀତିଥି, ଆର୍ଦ୍ରା ନକ୍ଷତ୍ର ସକାଳ ୯ଟା ୨୬ମିନିଟ୍ ଗତେ ପୁନର୍ବସୁ ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ ରାତ୍ରି ୯ଟା ୧୪ମିନିଟ୍ ଗତେ ଆୟୁଷ୍ମାନ ଯୋଗ । ବାଳବ କରଣ ସନ୍ଧ୍ୟା ୬ଟା ୪୨ମିନିଟ୍ ଗତେ କୌଳବ କରଣ । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୪୨ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସନ୍ଧ୍ୟା ୬ଟା ୪୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୫ମିନିଟ୍ ରୁ ୧୨ଟା, ଦିବା ୧୨ଟା ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୫ମିନିଟ୍ ରୁ ୩ଟା ୧୦ମିନିଟ୍ । ଶୁଭସମୟ- ସକାଳ ୬ଟା ୨୧ମିନିଟ୍ ରୁ ୧୦ଟା ୬ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୩୨ମିନିଟ୍ ରୁ ୯ଟା ୨ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ରାତ୍ର ୧ଟା ୩୪ମିନିଟ୍, ରାତ୍ର ୩ଟା ୧୧ମିନିଟ୍ ରୁ ୩ଟା ୪୭ମିନିଟ୍ । ପର୍ବଦିନ- କୁମ୍ଭ ସଂକ୍ରାନ୍ତି, ବରାହ ଦ୍ଵାଦଶୀ ।

ମେଷ:-ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ବ୍ୟବସାୟରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେରେ ଜୟଯୁକ୍ତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟରେ ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବା ସହ ଆୟବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହେବ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ସର୍ବଦା ପାଖରେ ରଖନ୍ତୁ ।

ମିଥୁନ:-ବ୍ୟବସାୟୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଦେବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ପ୍ରେମିକ ପ୍ରେମିକାମାନେ ପ୍ରେମରେ ସଫଳ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ରାଜନିତୀ କ୍ଷେତ୍ରରେ ସଫଳତା ଲାଭ କରିବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେରେ ଜୟଯୁକ୍ତ ହେବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶତୃମାନେ ମଥାନତ କରିବେ ଓ ବିରୋଧୀ ମାନେ କୌଣସି କ୍ଷତି କରି ପାରିବେ ନାହିଁ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ସାଧୁସନ୍ଥ, ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବା ସହ ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ପ୍ରିୟଜନଙ୍କ ସହ ମିଳନ ହୋଇ ପରିବାରରେ ସୁଖଭୋଗ କରିବେ । ବିରୋଧିମାନେ ଦୂରେଇ ଯିବା ଫଳରେ ଅଟକିଥିବା କାର୍ଯ୍ୟ ଚାଲୁ କରି ପାରିବେ । ବିଦ୍ୟାରେ ଉନ୍ନତିହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ପରିବାରରେ ଆଦରପାଇ ସୁଖଭୋଗ କରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ । ବାହନ ଆଦି କ୍ରୟ କରିପାରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ସାମାଜିକ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଲାଭହେବ । ଆର୍ଥିକ ସାହାଯ୍ୟ ମିଳିବ । ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେରେ ଜୟଯୁକ୍ତ ହେବେ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ପାରିବା ଚାଷୀ ଓ ବ୍ୟବସାୟୀମାନେ ଆଶାତୀତ ଲାଭ ପାଇବେ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମୀନ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେରେ ଜୟଯୁକ୍ତ ହେବେ । ରାଜନୀତିରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍ ହେବ । ନତୁବା କୌଣସି ଭୁଲ୍ କାମ କରିପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!