ଦୈନିକ ରାଶିଫଳ: 14 ଫେବୃୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୪ ତାରିଖ, ସୋମବାର, କୁମ୍ଭ ମାସ ୨ ଦିନ, ମାଘମାସ, ଶୁକ୍ଳପକ୍ଷ, ତ୍ରୟୋଦଶୀତିଥି, ପୁନର୍ବସୁ ନକ୍ଷତ୍ର ଦିବା ୧୧ଟା ୫୧ମିନିଟ୍ ଗତେ ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ଆୟୁଷ୍ମାନ ଯୋଗ ରାତ୍ରି ୯ଟା ୨୭ମିନିଟ୍ ଗତେ ସୌଭାଗ୍ୟ ଯୋଗ । କୌଳବ କରଣ ସକାଳ ୭ଟା ୩୯ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ବାଇଗଣ ନ ଖାଇଲେ ଭଲ ରାତି ୮ଟା ୨୮ମିନିଟ୍ ପରେ ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୮ଟା ୨୮ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୫ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୨ଟା ୫୧ମିନିଟ୍ ରୁ ୪ଟା ୧୬ମିନିଟ୍, ରାତ୍ରି ୧୦ଟା ୨୫ମିନିଟ୍ ରୁ ୧୨ଟା । ଶୁଭସମୟ- ସକାଳ ୬ଟା ୨୧ମିନିଟ୍ ରୁ ୭ଟା ୪୪ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ଦିବା ୧ଟା ୮ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୪ଟା ୫୫ମିନିଟ୍, ସନ୍ଧ୍ୟା ୬ଟା ୩୩ମିନିଟ୍ ରୁ ରାତ୍ର ୯ଟା ୨ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ରାତ୍ର ୨ଟା ୫୬ମିନିଟ୍ ।

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରଖିବେ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସୀ ହେବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ଦେଇ ଚାଲିବା ଉଚିତ୍ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଆର୍ଥିକସ୍ଥିତିରେ ସୁଧାର ଆସିବ । ନୂତନ ବସ୍ତୁ କ୍ରୟ କରିପାରିବେ । ପାରିବାରିକ କ୍ଷେତ୍ରରେ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ । କର୍ମକ୍ଷେତ୍ରରେ ପଦୋନ୍ନତିର ସମ୍ଭାବନା ରହିଛି । ଅଟକିଥିବା କାର୍ଯ୍ୟ ଚାଲୁ କଲେ ପ୍ରାୟକାର୍ଯ୍ୟ ପୂରଣ ହେବ । ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ମିଥୁନ:-ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବା ସହ ପାରିବାରିକ ଜୀବନ ସୁଖମୟ ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ବାଦବିବାଦ, ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ନୂଆଯୋଜନା ସଫଳ କାରଣରୁ ମନ ଭଲ ରହିବ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତା ସାଙ୍ଗକୁ ସମୟାବର୍ତ୍ତିତା ରକ୍ଷା କରିପାରିବେ । ପରିବାରରେ ଆଦରପାଇ ସୁଖି ହେବେ । ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଅଚାନକ ଧନପ୍ରାପ୍ତି ହୋଇ ଆୟଉପାର୍ଜନ ବୃଦ୍ଧି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଶୁଭ ସମାଚାର ମିଳିବ । ଦୂରଯାତ୍ରାର ସୁଯୋଗ ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟିହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଦାମ୍ପତ୍ୟ ସୁଖରେ ସଫଳ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ଭାବପ୍ରବଣତା ବଶତଃ ଅତି ନିକଟରେ ରହୁଥିବା କିମ୍ବା ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମକର:-ଶୁଭ ସମାଚାର ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

କୁମ୍ଭ:-ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଆକସ୍ମିକ ଧନପ୍ରାପ୍ତି ହୋଇପାରେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଲାଭ ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ମୀନ:-ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବା ସହ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମପ୍ରସଙ୍ଗରେ ମଧୁରତା ଆସିବ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!