ଦୈନିକ ରାଶିଫଳ: 15 ଫେବୃୟାରୀ 2022, ମା’ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୫ ତାରିଖ, ମଙ୍ଗଳବାର, କୁମ୍ଭ ମାସ ୩ ଦିନ, ମାଘମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି, ପୁଷ୍ୟା ନକ୍ଷତ୍ର ଦିବା ୧ଟା ୪୭ମିନିଟ୍ ଗତେ ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସୌଭାଗ୍ୟ ଯୋଗ ରାତ୍ରି ୯ଟା ୧୭ମିନିଟ୍ ଗତେ ଶୋଭନ ଯୋଗ । ଗର କରଣ ସକାଳ ୯ଟା ୯ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ ରାତି ୯ଟା ୪୩ମିନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୯ଟା ୪୩ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୪ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୧ମିନିଟ୍, ସନ୍ଧ୍ୟା ୭ଟା ୧୬ମିନିଟ୍ ରୁ ୮ଟା ୫୧ମିନିଟ୍ । ଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ଦିବା ୧୦ଟା ୫୧ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ଦିବା ୪ଟା ୪୪ମିନିଟ୍, ସନ୍ଧ୍ୟା ୫ଟା ୪୩ମିନିଟ୍ ରୁ ୬ଟା ୩୧ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ରାତ୍ର ୧୧ଟା ୩୪ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ୩ଟା ୪୬ମିନିଟ୍ । ପର୍ବଦିନ- ଶିବ ଚତୁର୍ଦ୍ଦଶୀ ଓ ବେଢା ପରିକ୍ରମା, ଯୋରନ୍ଦା ମହିମା ଗାଦିରେ ମେଳା ।

ମେଷ:-ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ବନ୍ଧୁ, ମିତ୍ର, ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଯାତ୍ରା ଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି ସହ ପରୀକ୍ଷା ପ୍ରତିଦ୍ୱିନ୍ଦିତାରେ ବିଜୟୀ ହେବେ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ପାଖରେ ରଖନ୍ତୁ ।

ମିଥୁନ:-ବରିଷ୍ଠବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଆଜି ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟିହେବ । ନୂଆ ବେପାରୀଙ୍କସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ଆତ୍ମୀୟଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ପରିବାରରେ ପ୍ରତିବନ୍ଧକ ସତ୍ତ୍ୱେ ଆଗକୁ ବଢ଼ିବାର ଇଚ୍ଛା ଏବଂ ଆତ୍ମବିଶ୍ୱାସ ବୃଦ୍ଧିହେବ । ବନ୍ଧୁ ମିତ୍ରଙ୍କ ଉପଦେଶକୁ ଖରାପ ନଭାବି ମାନି ନେବା ହିତକର । ବୁଝି ବିଚାରୀ କାର୍ଯ୍ୟ କଲେ ସାମାଜିକ ସ୍ଥିତି ଓ ମାନ-ସମ୍ମାନ ବୃଦ୍ଧିହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ ଓ ଉନ୍ନତି ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ରୋଗ ପ୍ରତି ସାବଧାନ ରହିବା ଉଚିତ୍ । ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ଉପୁଜିପାରେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ଶାରୀରିକ କଷ୍ଟ ଦୂରେଇ ଯିବ ଓ ମାନସିକ ଅଶାନ୍ତି ଦୂର ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହ ଯୋଗ ମିଳିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କାର୍ଯ୍ୟ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ ଓ ଉତ୍ତରଦାୟିତ୍ୱ ବଢ଼ିବ । ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ବିଚ୍ଛା:-ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହେବ । ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ । କୌଣସି ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ । ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ନିଜଲୋକମାନେ ସାହାଯ୍ୟ କରିବା ଫଳରେ ମାଲିମୋକଦ୍ଦମାରେ ଶୀଘ୍ର ଫଇସଲାର ଦିଗ ଉନ୍ମୁକ୍ତ ହେବ । ବ୍ୟବସାୟ କ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ ଆୟ ବୃଦ୍ଧିହେବା ସହ ମାନସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ । ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ରାଜନୈତିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ । ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!