ଦୈନିକ ରାଶିଫଳ: 17 ଫେବୃୟାରୀ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୭ ତାରିଖ, ଗୁରୁବାର, କୁମ୍ଭମାସ ୫ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ପ୍ରତିପଦାତିଥି, ମଘା ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ରାତ୍ରି ୭ଟା ୪୬ମିନିଟ୍ ଗତେ ସୁକର୍ମା ଯୋଗ । ବାଳବ କରଣ ସକାଳ ୧୦ଟା ୩୬ମିନିଟ୍ ଗତେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ରାତି ୧୦ଟା ୪୦ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୧୦ଟା ୪୦ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୫୨ମିନିଟ୍ ରୁ ୪ଟା ୧୭ମିନିଟ୍, ଦିବା ୪ଟା ୧୭ମିନିଟ୍ ରୁ ୫ଟା ୪୩ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୪ମିନିଟ୍ । ଶୁଭସମୟ- ସକାଳ ୬ଟା ୧୯ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧୦ଟା ୫୩ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୨ଟା ୫୭ମିନିଟ୍ ରୁ ୩ଟା ୪୫ମିନିଟ୍ ।

ମେଷ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟରେ ଦୁଃସ୍ଥିତିର ସମସ୍ୟା ଅନେକାଂଶରେ ହ୍ରାସ ପାଇବ । କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସ୍ୱାସ୍ଥ୍ୟ ଭଲ ରହିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ଜୟଯୁକ୍ତ ହେବେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ବନ୍ଧୁମିତ୍ରଙ୍କ ସହ ସମ୍ପର୍କ ଭଲ ରହିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:- ସ୍ୱାସ୍ଥ୍ୟ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତିତ ଲାଭ କରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ପରିବାରରେ ସୁଖ ଶାନ୍ତି ଓ ଆନନ୍ଦମୟ ବାତାବରଣ ରହିବ । ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରିପାରିବେ । ନୂତନ କର୍ମ ନିଯୁକ୍ତି ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶରୀର ସୁସ୍ଥ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ ତଥା ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ । ମାନସିକ ଏକାଗ୍ରତା ବଜାୟ ରହିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ । ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପୁରାତନ ରୋଗର ପ୍ରକୋପ ହ୍ରାସ ହୋଇ ଶାରିରୀକ ସୁସ୍ଥତା ଦେଖାଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । କୌଣସି ବ୍ୟାଙ୍କରୁ ଋଣ ପାଇବାର ଯୋଗ ଅଛି । ବ୍ୟବସାୟୀ ମାନଙ୍କର ଆର୍ଥିକ ଉନ୍ନତି ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବେ । ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଶାରିରୀକ ଅସୁସ୍ଥତା ଦୂରହୋଇ ଶତୃ ପରାଜିତ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କର ସହଯୋଗ ପାଇବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଆୟ ବୃଦ୍ଧି ହୋଇ ଉଚ୍ଚଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରିବାରର ସାହାଯ୍ୟରେ ଉପକୃତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ । ପରୋକ୍ଷ ଶତ୍ରୁତା କାରଣରୁ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନରେ ଅଶାନ୍ତି ଲାଗି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ କର୍ମନିଯୁକ୍ତିପାଇ ପାରିବେ । ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସୁଖ ସମ୍ପତ୍ତି ଲାଭ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯାଇ ଆୟବୃଦ୍ଧି, ଋଣମୁକ୍ତି ଓ କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଭାଗୀଦାର ବ୍ୟବସାୟରେ ବାଦବିବାଦ ମେଣ୍ଟିଯିବ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!