ଦୈନିକ ରାଶିଫଳ: 18 ଫେବୃୟାରୀ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୮ ତାରିଖ, ଶୁକ୍ରବାର, କୁମ୍ଭମାସ ୬ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ ସନ୍ଧ୍ୟା ୬ଟା ୨୯ମିନିଟ୍ ଗତେ ଧୃତି ଯୋଗ । ତୈତିଳ କରଣ ସକାଳ ୧୦ଟା ୩୮ମିନିଟ୍ ଗତେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ରାତି ୧୦ଟା ୨୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ରାତି ୧୦ଟା ୨୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୯ମିନିଟ୍ ରୁ ୧୦ଟା ୩୪ମିନିଟ୍, ଦିବା ୧୦ଟା ୩୪ମିନିଟ୍ ରୁ ୧୨ଟା, ରାତ୍ରି ୮ଟା ୫୨ମିନିଟ୍ ରୁ ୧୦ଟା ୨୬ମିନିଟ୍ । ଶୁଭସମୟ- ସକାଳ ୬ଟା ୧୮ମିନିଟ୍ ରୁ ୭ଟା ୨ମିନିଟ୍, ସକାଳ ୭ଟା ୫୦ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୧୨ଟା ୨୪ମିନିଟ୍ ରୁ ୨ଟା ୩୯ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ସନ୍ଧ୍ୟା ୫ଟା ୪୨ମିନିଟ୍, ସନ୍ଧ୍ୟା ୭ଟା ୨୫ମିନିଟ୍ ରୁ ରାତ୍ର ୮ଟା ୫୧ମିନିଟ୍, ରାତ୍ର ୨ଟା ୬ମିନିଟ୍ ରୁ ରାତ୍ର ୪ଟା ୩୫ମିନିଟ୍ ।

ମେଷ:-ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହାଇରଣରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାମାଜିକ ସ୍ତରରେ ସହନ ଶୀଳତା ଗୁଣରୁ ପ୍ରଶଂସିତ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଉପରିସ୍ଥ ଅଧିକାରୀ ମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ସୃଷ୍ଟି ହେବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ସନ୍ତୋଷ ଦେଖାଦେବ । ସନ୍ତାନ ମାନଙ୍କ ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସାଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଚିତ୍ତପ୍ରସନ୍ନ ରହି କାର୍ଯ୍ୟ ସିଦ୍ଧି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପ୍ରାୟକାର୍ଯ୍ୟ ପୂରଣ ହେବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା କରୁଥିବା ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ରାଜନୀତି କ୍ଷେତ୍ରରେ ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରି ପାରିବେ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳାର ଅଭାବ ଦେଖାଦେବ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଶତୃର ବିନାଶ, ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବା ଦ୍ଵାରା କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ନୂଆ ନିଯୁକ୍ତି ପାଇ ରୋଜଗାର ସମସ୍ୟା ସୁଧୁରି ଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଉଚିତ୍ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଆଶାତୀତ ଲାଭ ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-କୌଣସି ଆୟୋଜନ ବା ସମାରୋହରେ ଭାଗ ନେବେ । ବ୍ୟବସାୟରେ ଭଲ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃ ପରାଜିତ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ଉତ୍ତମ ରୋଜଗାର ମିଳିବ । ମିତ୍ର ଓ ସହଯୋଗୀମାନେ ସମର୍ଥନ କରିବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶତ୍ରୁବାଧା ଦୂରେଇ ଯିବ ଓ ବ୍ୟବସାୟରେ ଭଲ ଲାଭହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ । ଅଚାନକ ଭାବରେ କୌଣସି ସମସ୍ୟା ବା ବିବାଦରୁ ଦୂରେଇ ଯିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନପନ୍ଥା ଅନୁସରଣ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ କରି ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ନିରର୍ଥକ ମନସ୍ତାପ ଭୋଗି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶାରୀରିକ ପୀଡ଼ା ଦୂରେଇ ଯାଇ ଉଚ୍ଚଆଶା ସଫଳ ହେବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ଖୁସି ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ଆର୍ଥିକ ଦିଗରୁ ସୁବିଧା ମିଳିବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି, ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । କର୍ମକ୍ଷେତ୍ରରେ ସୁବିଧା ସୁଯୋଗ ପାଇବେ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ । ମନରେ ଆଘାତ ଆସିପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!