ଦୈନିକ ରାଶିଫଳ: 19 ଫେବୃୟାରୀ 2022, ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧୯ ତାରିଖ, ଶନିବାର, କୁମ୍ଭମାସ ୭ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ତୃତୀୟାତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଧୃତି ଯୋଗ ଦିବା ୪ଟା ୫୫ମିନିଟ୍ ଗତେ ଶୂଳ ଯୋଗ । ବାଣିଜ୍ୟ କରଣ ସକାଳ ୧୦ଟା ୧୫ମିନିଟ୍ ଗତେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ ରାତି ୯ଟା ୫୬ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୯ଟା ୫୬ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧୭ମିନିଟ୍ ରୁ ୭ଟା ୪୨ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୨ମିନିଟ୍, ଦିବା ୪ଟା ୧୮ମିନିଟ୍ ରୁ ୫ଟା ୪୪ମିନିଟ୍, ସନ୍ଧ୍ୟା ୫ଟା ୪୪ମିନିଟ୍ ରୁ ୭ଟା ୧୮ମିନିଟ୍, ରାତ୍ରି ୪ଟା ୪୨ମିନିଟ୍ ରୁ ୬ଟା ୧୬ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୮ମିନିଟ୍, ରାତ୍ର ୮ଟା ୧୫ମିନିଟ୍ ରୁ ୧୦ଟା ୪୪ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ୨ଟା ୪ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ରାତ୍ର ୪ଟା ୩୫ମିନିଟ୍ ।

ମେଷ:-ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ପରିବାରରେ ଆଦର ପାଇ ସୁଖଭୋଗ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଛାତ୍ରଛାତ୍ରୀ ମାନେ କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖା ଦେବ । ସନ୍ତାନ କୁ-ମାର୍ଗଗାମୀ ହୋଇ ପାରନ୍ତି । ବିଶେଷ କରି ସାବଧାନତା ପୂର୍ବକ ଚଳିଲେ ଅଳ୍ପକେ ଦୁର୍ଘଟଣାରୁ ରକ୍ଷା ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଶତ୍ରୁବାଧା ଦୂରେଇ ଯିବ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଧନ ସମ୍ବନ୍ଧୀୟ ମାମଲାରେ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । କାହାକୁ ଦେଇଥିବା ଉଧାର ଟଙ୍କା ମିଳିଯିବ । ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ଚାକିରୀ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ । ପରିଶ୍ରମ ଓ କଷ୍ଟକରି ଶାନ୍ତିବଜାୟ ରଖିବେ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ମିଳିମିଶି କାମ କରିପାରିଲେ କଷ୍ଟ ଦୂର ହେବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରି ପାରିବେ । ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରିବେ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ବିଶେଷ କରି ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡ଼ିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବ । ଲକ୍ଷପ୍ରତି ଯଥାର୍ଥବାଦୀ ହେବେ । ଯାତ୍ରା କରିବା ସମୟରେ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ । ଗୃହପୋକରଣ ଓ ନୂତନ ବସ୍ତୁ କ୍ରୟ କରି ପାରିବେ । ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଲୋକଙ୍କୁ ନିଜର କରିପାରିବେ । ଆର୍ଥିକ ମାମଲା ସୁଧୁରିବ । ପୈତୃକ ସମ୍ପତ୍ତିକୁ ନେଇ ସମସ୍ୟାର ସମାଧାନ ହୋଇ ପରିବାରରେ ଶାନ୍ତି ଦେଖା ଦେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ନିଜର ବୁଦ୍ଧିମତା କାରଣରୁ କାମ ହାସଲ କରିପାରିବେ । ଅଫିସର, ସହକର୍ମୀ ଓ ମିତ୍ର କାମର ପ୍ରଶଂସା କରିବେ । ବହୁତ ଦିନରୁ ଲାଗିରହିଥିବା ଚିନ୍ତା ଓ ବିବାଦରୁ ମୁକ୍ତି ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ଆୟ ଊତ୍ତମ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିପାରିବେ । ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରିୟ ଲୋକମାନଙ୍କ ସହିତ ସମ୍ବନ୍ଧ ଦୃଢ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଇଲୋକ୍ଟ୍ରୋନିକ୍ସ ଉପକରଣ ଓ ଉଚ୍ଚ ସ୍ତରୀୟ ବାହନ କ୍ରୟ କରି ପାରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ରାଜନୀତି କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ । ରାଜନୀତି କ୍ଷେତ୍ରରେ ସଂଗଠନ, ସଭାସମିତିରେ ଯୋଗଦେଲେ ଲୋକ ସମ୍ପର୍କ ବଢ଼ିବ । ପରିଜନ ଓ ସାଧୁଜନପ୍ରିୟ ହେବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ମଉଜ ମଜଲିସ୍ କରିବେ । ପାରିବାରିକ ସମସ୍ୟା ସମାଧାନ ହେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଶତୃ ଓ ବିରୋଧୀଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଶୁଭ ସମାଚାର ମିଳିବ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀ ମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!