ଦୈନିକ ରାଶିଫଳ: 20 ଫେବୃୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨୦ ତାରିଖ, ରବିବାର, କୁମ୍ଭମାସ ୮ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଶୂଳ ଯୋଗ ଦିବା ୩ଟା ୭ମିନିଟ୍ ଗତେ ଗଣ୍ଡ ଯୋଗ । ବବ କରଣ ସକାଳ ୯ଟା ୩୩ମିନିଟ୍ ଗତେ ବାଳବ କରଣ । ମେଷ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ରାତି ୯ଟା ୫ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୯ଟା ୫ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୩୪ମିନିଟ୍ ରୁ ୧୨ଟା, ଦିବା ୧୨ଟା ରୁ ୧ଟା ୨୬ମିନିଟ୍, ରାତ୍ରି ୧ଟା ୩୪ମିନିଟ୍ ରୁ ୩ଟା ୭ମିନିଟ୍ । ଶୁଭସମୟ- ସକାଳ ୬ଟା ୧୭ମିନିଟ୍ ରୁ ୧୦ଟା ୪ମିନିଟ୍, ଦିବା ୧ଟା ୨୭ମିନିଟ୍ ରୁ ୧ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୩୫ମିନିଟ୍ ରୁ ୯ଟା ୩ମିନିଟ୍, ରାତ୍ର ୧୨ଟା ୨୬ମିନିଟ୍ ରୁ ରାତ୍ର ୧ଟା ୩୩ମିନିଟ୍, ରାତ୍ର ୩ଟା ୮ମିନିଟ୍ ରୁ ୩ଟା ୪୪ମିନିଟ୍ ।

ମେଷ:-ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ । ଆୟର ସ୍ରୋତ ବୃଦ୍ଧି ହେବ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି ଶୃଙ୍ଖଳା ରକ୍ଷା କରି ପାରିବେ । ଧର୍ମାନୁ ଷ୍ଠାନ ଦିଗରୁ ପ୍ରେରଣା ମିଳି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

କର୍କଟ:-ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଦୂରଯାତ୍ରାର ସୁଯୋଗ ପାଇବେ । ଗୃହବାହନ ପ୍ରାପ୍ତି ହେବ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବା ସହ ଋଣରୁ ମୁକ୍ତି ମିଳିବ । ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ । ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ରାଜନୀତି କ୍ଷେତ୍ରରେ ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସମସ୍ୟାର ସମାଧାନ ହୋଇ ସୁଖଶାନ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପନେଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଶିକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇ ସଫଳତା ଲାଭ କରିବେ । ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତ ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ସାହିତ୍ୟ, ସମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ବ୍ୟବସାୟରେ ଲାଭ-କ୍ଷତି ପ୍ରତି ଭ୍ରୂକ୍ଷେପ କରିବେ ନାହିଁ ଯାହା ଫଳରେ ମନଅଧିକ ପ୍ରଭାବିତ ହେବ । ଆରାମରେ ଆସକ୍ତ ହେବା ଯୋଗେ ଆର୍ଥିକଦିଗ ଦୁର୍ବଳ ରହିପାରେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ । ପରିବାରରେ ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ଭାଇ ବନ୍ଧୁମାନଙ୍କ ଠାରୁ ଲାଭ ମିଳିବ । ସାମ୍ବାଦିକ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ଧର୍ମ କାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ପରିବାରରେ କାହାର ସ୍ଵାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । ରାଜନୀତି କ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ଛାତ୍ରଛାତ୍ରୀ ମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!