ଦୈନିକ ରାଶିଫଳ: 21 ଫେବୃୟାରୀ 2022, ମହାଦେବ ହେଲେ ପ୍ରସନ୍ନ, 2ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨୧ ତାରିଖ, ସୋମବାର, କୁମ୍ଭ ମାସ ୯ ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ପଞ୍ଚମୀତିଥି, ଚିତ୍ରା ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ ଦିବା ୧ଟା ୫ମିନିଟ୍ ଗତେ ବୃଦ୍ଧି ଯୋଗ । କୌଳବ କରଣ ସକାଳ ୮ଟା ୩୩ମିନିଟ୍ ଗତେ ତୈତିଳ କରଣ । ମିଥୁନ ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ ରାତି ୭ଟା ୫୭ମିନିଟ୍ ପରେ ନିମ୍ବ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୭ଟା ୫୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୧ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୨ଟା ୫୨ମିନିଟ୍ ରୁ ୪ଟା ୧୮ମିନିଟ୍, ରାତ୍ରି ୧୦ଟା ୨୬ମିନିଟ୍ ରୁ ୧୨ଟା । ଶୁଭସମୟ- ସକାଳ ୬ଟା ୧୬ମିନିଟ୍ ରୁ ୭ଟା ୪୦ମିନିଟ୍, ଦିବା ୧୦ଟା ୫୨ମିନିଟ୍ ରୁ ଦିବା ୧ଟା ୮ମିନିଟ୍, ଦିବା ୪ଟା ୧୯ମିନିଟ୍ ରୁ ୪ଟା ୫୮ମିନିଟ୍, ସନ୍ଧ୍ୟା ୬ଟା ୩୬ମିନିଟ୍ ରୁ ରାତ୍ର ୯ଟା ୪ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ରାତ୍ର ୨ଟା ୫୪ମିନିଟ୍ ।

ମେଷ:-ଶାରୀରିକ ସୁସ୍ଥତା ସହ ମାନସିକ ଅଶାନ୍ତି ଦୂର ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇ ସହଯୋଗୀମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ବ୍ୟବସାୟିକ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟରର ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶତ୍ରୁମାନେ ପରାଜିତ ହେବେ । ଦୈବୀକୃପା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ କମ ପରିଶ୍ରମ କରି ଅଧିକ ଲାଭ ପାଇବା ସହ ମାନ-ସମ୍ମାନ ବୃଦ୍ଧି ହେବ । ପତିପତ୍ନି ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ମିଥୁନ:-କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ନିଜ ଚେଷ୍ଟାରେ ବହୁତ କଷ୍ଟ କଲେ ବାକିଥିବା ଅର୍ଥ ପାଇବେ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ । ଉତ୍ତମ ରୋଜଗାର ହେଲେ ମଧ୍ୟ କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସେବାକାରୀ ମାନଙ୍କ ସହଯୋଗରେ ସମ୍ମ । ନଜନକ ସ୍ଥିତି ପରିଲକ୍ଷିତ ହେବ । ଅବିବାହିତ ଯୁବକ ଯୁବତୀ ମାନେ ବିବାହ କରିବା ସୁଯୋଗ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ପରିବାରରେ ମନୋମାଳିନ୍ୟ ଥିଲେ ଆଜି ଚେଷ୍ଟାକଲେ ମେଣ୍ଟିଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଆଦର୍ଶବାଦୀ ହେବେ । ମୋଟାମୋଟି ଭାବେ ଦିନଟି ସୁଖରେ କାଟିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗ ନେବେ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ସାମାଜିକ ସ୍ଥିତି ଓ ମାନସମ୍ମାନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସିବ । କର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ବ୍ୟବସାୟୀମାନେ କମ୍ ପରିଶ୍ରମରେ ଆଶାଜନକ ଲାଭ ପାଇବେ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ କର୍ମ ନିଯୁକ୍ତି ପାଇବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ । ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଜନସେବାଦ୍ଵାରା ଓ ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ଗୁରୁଜନମାନଙ୍କର ଆଦର ପାଇବେ ଓ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ ନତୁବା ଲକ୍ଷ୍ୟ ଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବିହିନ୍ନ ପ୍ରକାର କଥା ଚିନ୍ତାକରି କୌଣସି କାମ ପ୍ରତି ମନ ଲାଗି ନପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!