ଦୈନିକ ରାଶିଫଳ: 22 ଫେବୃୟାରୀ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 5ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨୨ ତାରିଖ, ମଙ୍ଗଳବାର, କୁମ୍ଭ ମାସ ୧୦ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ଷଷ୍ଠୀତିଥି, ସ୍ଵାତୀ ନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ବୃଦ୍ଧି ଯୋଗ ଦିବା ୧୦ଟା ୫୧ମିନିଟ୍ ଗତେ ଧୃବ ଯୋଗ । ଗର କରଣ ସକାଳ ୭ଟା ୧୮ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ନିମ୍ବ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୩୪ମିନିଟ୍ ପରେ ତାଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୬ଟା ୩୪ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୧ମିନିଟ୍ ରୁ ୯ଟା ୭ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୨ଟା ୫୨ମିନିଟ୍, ସନ୍ଧ୍ୟା ୭ଟା ୧୯ମିନିଟ୍ ରୁ ୮ଟା ୫୨ମିନିଟ୍ । ଶୁଭସମୟ- ସକାଳ ୯ଟା ୮ମିନିଟ୍ ରୁ ଦିବା ୧୦ଟା ୫୦ମିନିଟ୍, ଦିବା ୧ଟା ୧୦ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୦ମିନିଟ୍ ରୁ ଦିବା ୪ଟା ୫୮ମିନିଟ୍, ସନ୍ଧ୍ୟା ୫ଟା ୪୬ମିନିଟ୍ ରୁ ୬ଟା ୩୪ମିନିଟ୍, ରାତ୍ର ୯ଟା ୬ମିନିଟ୍ ରୁ ରାତ୍ର ୧୧ଟା ୩୩ମିନିଟ୍, ରାତ୍ର ୨ଟା ୫ମିନିଟ୍ ରୁ ୩ଟା ୪୩ମିନିଟ୍ ।

ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ଆନନ୍ଦିତ ହେବେ । ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶତୃମାନେ ତଳମୁହାଁ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ମିଥୁନ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତିହେବ । ପାରିବାରିକ ସମସ୍ୟା ଦୂର ହେବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ କରିବା ପାଇଁ ଚେଷ୍ଟା କରିବେ । ଅବିବାହିତ ଯୁବକ-ଯୁବତୀମାନେ ବିବାହ କରିବା ସୁଯୋଗ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କନ୍ୟା:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ସାମାଜିକ ପ୍ରତିଷ୍ଠା ବୃଦ୍ଧି ହେବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ନୂଆ ନିଯୁକ୍ତି ଯୋଗ ଅଛି ଓ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ସନ୍ତାନଙ୍କର ଉନ୍ନତିରେ ଉତ୍ସାହିତ ହେବେ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସନ୍ତାନମାନେ ଆଶା କରୁଥିବା ଫଳ ପାଇ ଖୁସିହେବେ । ବିଦ୍ୟାର୍ଥୀମାନେ ଆପ୍ରାଣ ଚେଷ୍ଟା କରି ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଠିକ୍ ନିଷ୍ପତି ନେଇ ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସହକର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ବ୍ୟବସାୟ କ୍ଷେତ୍ରରେ ସାମାନ୍ୟ ଲାଭ ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖା ଦେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ ଓ ଗୃହସ୍ଥ ଜୀବନ ସୁଖମୟ ହେବ । ଉତ୍ତମ ରୋଜଗାର ମିଳିବ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ସରକାରୀ କର୍ମଚାରୀ ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଜ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷାରେ ସଫଳତା ଲାଭ କରିବେ । ବ୍ୟବସାୟରେ ବାଧା ଉପୁଜିଲେ ମଧ୍ୟ ଲାଭବାନ୍ ହେବେ । ଅଯଥାରେ ସମୟ ନଷ୍ଟ କରିବେ । ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!