ଦୈନିକ ରାଶିଫଳ: 25 ଫେବୃୟାରୀ 2022, ମା ସନ୍ତୋଷୀଙ୍କ କୃପାରୁ ଏହି 4ଟି ରାଶିଙ୍କ ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨୫ ତାରିଖ, ଶୁକ୍ରବାର, କୁମ୍ଭ ମାସ ୧୩ଦିନ, ଫାଲଗୁନମାସ, କୃଷ୍ଣପକ୍ଷ, ନବମୀତିଥି ଦିବା ୧୨ଟା ୫୭ମିନିଟ୍ ଗତେ ଦଶମୀ ତିଥି, ଜ୍ୟେଷ୍ଠା ନକ୍ଷତ୍ର, ବିଛାରାଶିରେ ଚନ୍ଦ୍ର, ଦିବା ୧୨ଟା ୬ମିନିଟ୍ ଗତେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବଜ୍ର ଯୋଗ । ଗର କରଣ ଦିବା ୧୨ଟା ୫୭ମିନିଟ୍ ଗତେ ବାଣିଜ୍ୟ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ଦିବା ୧୨ଟା ୬ମିନିଟ୍ ଗତେ ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୧୨ଟା ୫୭ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୧୨ଟା ୫୭ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୬ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧୧ଟା ୫୯ମିନିଟ୍, ରାତ୍ରି ୮ଟା ୫୩ମିନିଟ୍ ରୁ ୧୦ଟା ୨୬ମିନିଟ୍ । ଶୁଭସମୟ- ସକାଳ ୬ଟା ୧୪ମିନିଟ୍ ରୁ ୬ଟା ୫୮ମିନିଟ୍, ସକାଳ ୭ଟା ୪୬ମିନିଟ୍ ରୁ ୯ଟା ୫ମିନିଟ୍, ଦିବା ୧୨ଟା ୨୩ମିନିଟ୍ ରୁ ୨ଟା ୪୦ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ସନ୍ଧ୍ୟା ୫ଟା ୪୫ମିନିଟ୍, ସନ୍ଧ୍ୟା ୭ଟା ୨୭ମିନିଟ୍ ରୁ ରାତ୍ର ୮ଟା ୫୨ମିନିଟ୍, ରାତ୍ର ୨ଟା ୪ମିନିଟ୍ ରୁ ରାତ୍ର ୪ଟା ୩୧ମିନିଟ୍ ।

ମେଷ:-କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ । କୋର୍ଟ, କଚେରୀ, ମାଲିମକଦ୍ଦମା, ବାଦବିବାଦ କ୍ଷେତ୍ରରେ ଜୟଯୁକ୍ତ ହେବେ । ପରିବାରରେ ସାଧାରଣ ବାତାବରଣ ଜାରି ରହି ସମସ୍ତ ଆଶା ପୂରଣ ହେବ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ପିକ୍ଚର, ପାର୍ଟି ବା କୌଣସି ସମାରୋହ ଆଦିରେ ଭାଗ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ଶତୃ ଓ ବିରୋଧୀମାନେ ଦୂରେଇଯିବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ପରିବାରରେ ସ୍ନେହଆଦର ପାଇ ସୁଖଭୋଗ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କର୍କଟ:-ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଘରର ଗୁରୁଜନ ବା ମାଆବାପାଙ୍କର ଆଶୀର୍ବାଦରେ ଆପଣଙ୍କର ବିକାଶ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଅଧ୍ୟୟନ କ୍ଷେତ୍ର ରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଧର୍ମକାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କଷ୍ଟରୁ ମୁକ୍ତି ପାଇବେ । ଗୃହପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟାପାରରେ କୌଣସି ନୂଆ କାମ, ଏଗ୍ରୀମେଣ୍ଟ ବା ନୂଆ ଅର୍ଡର ମିଳିପାରେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇ ପାରନ୍ତି । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ବ୍ୟବସାୟୀମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନମାନ ଦିଗରୁ ସୁରକ୍ଷିତ ରହିବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ନୂତନ କାର୍ଯ୍ୟଆରମ୍ଭ କରିଲେ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତି ବଦଳିଯିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ପାଖରେ ରଖନ୍ତୁ ।

ମୀନ:-ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!