ଦୈନିକ ରାଶିଫଳ: 28 ଫେବୃୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨୮ ତାରିଖ, ସୋମବାର, କୁମ୍ଭ ମାସ ୧୬ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଉତ୍ତରାଷାଢା ନକ୍ଷତ୍ର ସକାଳ ୭ଟା ୧ମିନିଟ୍ ଗତେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ଦିବା ୨ଟା ୨୪ମିନିଟ୍ ଗତେ ପରିଘ ଯୋଗ । ଗର କରଣ ଦିବା ୪ଟା ୨୮ମିନିଟ୍ ଗତେ ବାଣିଜ୍ୟ କରଣ । ମିଥୁନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୩ଟା ୧୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ତ୍ରୟୋଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୬ଟା ୧୧ମିନିଟ୍ ରୁ ୭ଟା ୩୭ମିନିଟ୍, ଦିବା ୧୦ଟା ୫୦ମିନିଟ୍ ରୁ ୧ଟା ୮ମିନିଟ୍, ଦିବା ୪ଟା ୨୧ମିନିଟ୍ ରୁ ୫ଟା, ସନ୍ଧ୍ୟା ୬ଟା ୩୮ମିନିଟ୍ ରୁ ୯ଟା ୪ମିନିଟ୍, ରାତ୍ର ୧୧ଟା ୫୯ମିନିଟ୍ ରୁ ୨ଟା ୫୧ମିନିଟ୍ ।

ମେଷ:-ଶୁଭ ସମାଚାର ମିଳିବ । ନୂଆ ନିଯୁକ୍ତି ପାଇ ରୋଜଗାର ସମସ୍ୟା ସୁଧୁରି ଯିବ । ମାନସିକ ସୁସ୍ଥତା ଅନୁଭବ କରିବେ । ଅର୍ଥଲାଭର ମାର୍ଗ ଖୋଲିଯିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ନୂତନଦ୍ରବ୍ୟ କ୍ରୟକଲେ ଲାଭମିଳିବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀମାନେ ଉଚ୍ଚାଧିକାରୀ, ସହକର୍ମୀ ଓ ଭାଇ ବନ୍ଧୁଙ୍କ ଠାରୁ ସାହାଯ୍ୟ ସହଯୋଗେ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତିରେ ବୃଦ୍ଧି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଦୂରଯାତ୍ରା କରିବା ଦ୍ଵାରା ମାନସିକ ଶାନ୍ତି ବୃଦ୍ଧି ପାଇବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଦୂରଯାତ୍ରା ରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । ପରିବାରରେ ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଆନନ୍ଦିତ ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

ଧନୁ:-ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳହେବେ । ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ଭଳି ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ । ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କାରବାରରେ ସ୍ଥିତି ଠିକ୍ ରହିବା ଫଳରେ ମାନସିକସ୍ଥିତି ଭଲ ରହିବ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ଦୃଷ୍ଟିକୋଣରେ ସୁଧାର ଆସିବ । ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ । ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ପ୍ରାପ୍ତ ହେବ । ଘର ପରିବାରସ୍ଥିତି ଭଲ ରହିବ । କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!