ଫେବୃୟାରୀ 06 ତାରିଖରୁ ଫେବୃୟାରୀ 12 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ।କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରର ସ୍ଥିତି ସୁଦୃଢ ହେବ। ସନ୍ତାନଙ୍କର ଶିକ୍ଷାରେ ଦେଖାଦେଉଥିବା ପ୍ରତିବନ୍ଧକ ଦୂର ହେବ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବା ସହ ପରିଶ୍ରମ, ମେହନତର ପରିଣାମ ମିଳିବ ଓ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇଯିବ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବା ସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମପ୍ରତି ଉତ୍ସାହ ଏବଂ କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ମନ ଲଗେଇ କାମକଲେ ଅଶୁଭତ୍ୱ ନାଶହୋଇ ଶୁଭ ଫଳ ପ୍ରାପ୍ତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ନୈତିକତା ହିସାବରୁ ଆପଣ ବହୁତ ଉପକୃତ ହେବେ। ରାଜନୀତି କ୍ଷେତ୍ରରେଏକାଧିକ କାମରେ ହାତ ଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଲାଭ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ସାଧୁସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବା ସହ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଗୃହ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବାସହ ଆଶା କରିଥିବା କାମ ପୂରଣ ହେବା ଯୋଗେ ମନ ଖୁସି ହେବ। ବ୍ୟବସାୟିକ ସ୍ଥିତି ସୁଦୃଢ ହେବାସହ ଦୃଢ଼ ନିଷ୍ଠା ବଳରେ ବଡ଼ ସଫଳତା ହାସଲ କରିପାରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ଘଟଣାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ପ୍ରତି ସତର୍କ ରହିଲେ ସମସ୍ୟାର ସମାଧାନ କରି ଅଚାନକ ଧନଲାଭ ହେବ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ସ୍ଥିର ରହିବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିବେ। ମାଙ୍ଗଳିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବା ସହ ନିଜକୁ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଏକ ସୁଖଦ କିନ୍ତୁ ଆଶ୍ଚର୍ଯ୍ୟଜନକ ଘଟଣା ହୋଇ ପାରେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରିବେ ଓ କର୍ମକ୍ଷେତ୍ରରେ ଆପଣଙ୍କର ପ୍ରଭାବ ବୃଦ୍ଧି ପାଇବ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ। କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ। ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବାସହ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିଶେଷ ଲାଭବାନ ହେବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର- ପ୍ରତ୍ୟେକଦିନ ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହି କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ସହକର୍ମୀଙ୍କ ଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ। ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ, ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରି ପାରିବେ। ପରିବାରର ସାହାଯ୍ୟରେ ବିଶେଷ ଉପକୃତ ହେବେ। ବନ୍ଧୁମିଳନ ହେତୁ ମନଖୁସୀ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ରାଜନୀତିରେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସାଧାରଣ କଥାକୁ ଭୃକ୍ଷେପ ନକରି ମାନସିକ ଶାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ। ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ସନ୍ତାନଙ୍କ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ପ୍ରତିକାର:- ପ୍ରତ୍ୟେକଦିନ କଦଳୀଗଛ ମୂଳରେ ହଳଦୀପାଣି ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ଫଳରେ ସମୟ ଗୁଡିକ ହସ ଖୁସିରେ ବିତିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। କିନ୍ତୁ ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ସ୍ଥିତି ସାମାନ୍ୟ ବଦଳିଯିବ ଓ ସଫଳତା ଲାଭ କରିବେ। ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ। କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହୋଇ ପାରନ୍ତି। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ଚାକିରୀ କ୍ଷେତ୍ର ରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ଗତି କରିବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିପାରିବେ। ପରିବାରର ସଦସ୍ୟମାନେ ବହୁତ ଖୁସି ହେବେ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ପରୋପକାର କାର୍ଯ୍ୟ ଯୋଗେ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!