ଦୈନିକ ରାଶିଫଳ: 01 ଫେବୃୟାରୀ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୧ ତାରିଖ, ମଙ୍ଗଳବାର, ମକର ମାସ ୧୯ ଦିନ, ମାଘ ମାସ, କୃଷ୍ଣପକ୍ଷ, ଅମାବାସ୍ୟା ତିଥି ଦିବା ୧୧ଟା ୧୫ମିନିଟ୍ ଗତେ ପ୍ରତିପଦା ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ସକାଳ ୬ଟା ୪୦ ମିନିଟ୍ ଗତେ ବ୍ୟତିପାତ ଯୋଗ । ନାଗ କରଣ, ଦିବା ୧୧ଟା ୧୫ମିନିଟ୍ ଗତେ କିସ୍ତୁଘ୍ନ କରଣ । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ ଦିବା ୧୧ଟା ୧୫ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୧୧ଟା ୧୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଧିଷ୍ଟ ଏବଂ ପ୍ରତିପଦାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୯ଟା ୧୨ମିନିଟ୍, ଦିବା ୧ଟା ୨୩ମିନିଟ୍ ରୁ ୨ଟା ୪୭ମିନିଟ୍, ସନ୍ଧ୍ୟା ୭ଟା ୧୧ମିନିଟ୍ ରୁ ରାତ୍ରି ୮ଟା ୪୭ମିନିଟ୍ । ଶୁଭସମୟ-ସକାଳ ୯ଟା ୧୩ମିନିଟ୍ ରୁ ୧୦ଟା ୫୨ମିନିଟ୍, ଦିବା ୧ଟା ୮ମିନିଟ୍ ରୁ ଦିବା ୧ଟା ୨୨ମିନିଟ୍, ଦିବା ୪ଟା ୧୨ମିନିଟ୍ ରୁ ଦିବା ୪ଟା ୪୯ମିନିଟ୍, ସନ୍ଧ୍ୟା ୫ଟା ୩୫ମିନିଟ୍ ରୁ ୬ଟା ୨୫ମିନିଟ୍, ରାତ୍ର ୯ଟା ୧ମିନିଟ୍ ରୁ ରାତ୍ର ୧୧ଟା ୩୩ମିନିଟ୍, ରାତ୍ର ୨ଟା ୯ମିନିଟ୍ ରୁ ରାତ୍ର ୩ଟା ୫୦ମିନିଟ୍ । ପର୍ବଦିନ- ଗୋସହସ୍ରି ଗଙ୍ଗା ସ୍ନାନ, ତ୍ରିବେଣୀ ଅମାବାସ୍ୟା, ଠାକୁର ଅଭିରାମ ପରମହଂସଙ୍କ ଜୟନ୍ତୀ ।

ମେଷ:-ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ । ବେପାର ବଣିଜରେ ପ୍ରଚୁର ଲାଭ ମିଳିବ । ଆଧ୍ୟାତ୍ମିକ, ଧର୍ମ ଅନୁଷ୍ଠାନ, ଯଜ୍ଞାନୁଷ୍ଠାନ, ପଞ୍ଚାୟତ କ୍ଷେତ୍ରରେ ଉତ୍ସାହିତ ହେବେ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଧନଲାଭ କରିବାର ସୁଯୋଗ ପାଇବେ । ଔଷଧ, ଷ୍ଟେସ୍ନାରୀ, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ସଂପତ୍ତି କ୍ରୟ କରିବାପାଇଁ ଅତ୍ୟନ୍ତ ଶୁଭ ସମୟ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ । ସୁଖ-ସୌଭାଗ୍ୟ ବୃଦ୍ଧି ହେବ । ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ । ସନ୍ତାନ ମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ । ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ । ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହି ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ । ଆର୍ଥିକ ଉନ୍ନତିରେ ବାଧା ଦେଖାଦେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ବିଫଳ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-ଉଚ୍ଚାଧିକାରୀ ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ରାଜନୈତିକ କ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ସିଂହ:-ଶତୃ, ରୋଗ, ଋଣରୁ ମୁକ୍ତି ହେବେ । ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ଆୟ ଉପାର୍ଜନ ବୃଦ୍ଧି ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ । କେତେକ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ରାଜନୀତି କ୍ଷେତ୍ରରେ ମନସ୍କାମନା ପୂର୍ଣ୍ଣ ହୋଇ ମାନସିକ ଶାନ୍ତି ପାଇବେ । ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଅଧିନସ୍ଥ କର୍ମଚାରୀଙ୍କ ପ୍ରତି ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ । ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ବିଦେଶ ଯାତ୍ରାରେ ଉଚ୍ଚଶିକ୍ଷା ପାଇଁ ଓ କର୍ମୋନ୍ନତି ପାଇଁ ସୁଯୋଗ ପାଇବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଯେ କୌଣସି ବ୍ୟବସାୟରେ ହାତ ଦେବେ ସେଥିରେ ସଫଳ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇ ପାରିବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପ୍ରତିବେଶୀଙ୍କ ସହ ମନାନ୍ତର ମତାନ୍ତର ମେଣ୍ଟି ଯାଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ । ଦୂରଯାତ୍ରା କଲେ ନିଜକୁ ଅସୁସ୍ଥ ମନେକରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:- ଶୁଭ ସମାଚାର ଶୁଣିବାକୁ ମିଳିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ନୂତନ ସମ୍ପତ୍ତି ଯାନବାହାନ ଗୃହୋପ କାରଣ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!