ଦୈନିକ ରାଶିଫଳ: 02 ଫେବୃୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୨ ତାରିଖ, ବୁଧବାର, ମକର ମାସ ୨୦ ଦିନ, ମାଘ ମାସ, ଶୁକ୍ଳପକ୍ଷ, ପ୍ରତିପଦା ତିଥି ସକାଳ ୮ଟା ୩୧ମିନିଟ୍ ଗତେ ଦ୍ଵିତୀୟା ତିଥି କ୍ଷୟ, ଧନିଷ୍ଠା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର ସକାଳ ୬ଟା ୪୫ମିନିଟ୍ ଗତେ କୁମ୍ଭ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବବ କରଣ ସକାଳ ୮ଟା ୩୧ମିନିଟ୍ ଗତେ ବାଳବ କରଣ । କର୍କଟ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର ସକାଳ ୬ଟା ୪୫ମିନିଟ୍ ଗତେ ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ସକାଳ ୮ଟା ୩୧ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ସକାଳ ୮ଟା ୩୧ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୨ଟା ରୁ ଦିବା ୧ଟା ୨୪ମିନିଟ୍, ରାତ୍ରି ୩ଟା ୧୨ମିନିଟ୍ ରୁ ୪ଟା ୪୮ମିନିଟ୍ । ଶୁଭସମୟ- ସକାଳ ୬ଟା ୨୬ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୭ମିନିଟ୍, ଦିବା ୧ଟା ୫୩ମିନିଟ୍ ରୁ ୪ଟା ୪୯ମିନିଟ୍, ସନ୍ଧ୍ୟା ୬ଟା ୨୭ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୨ଟା ୯ମିନିଟ୍ ରୁ ରାତ୍ର ୩ଟା ୧୧ମିନିଟ୍, ରାତ୍ର ୪ଟା ୪୯ମିନିଟ୍ ରୁ ୬ଟା ୨୪ମିନିଟ୍ । ପର୍ବଦିନ- ଦ୍ଵିତୀୟା ଚନ୍ଦ୍ର ଦର୍ଶନ, ପୂଜା ଓ ଅର୍ଘ୍ୟଦାନ ।

ମେଷ:-ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ଛାତ୍ରଛାତ୍ରୀମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟରେ ଆର୍ଥିକ ଉନ୍ନତି ହୋଇ ସଫଳତା ମିଳିବ । ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ । ଲାଭ ଆପଣଙ୍କ ପଛେ ପଛେ ଗୋଡ଼ାଇବ ଓ ଧନଧାନ୍ୟରେ ଗୃହ ଭରପୁର ହୋଇଉଠିବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

ମିଥୁନ:-ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ଠିକିଲେ ଶିଖିବା ସ୍ଵଭାବ ପ୍ରକାଶ ପାଇବ ଓ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ । ପରିବାରରେ ପ୍ରୀତିଭାଜନ ହେବେ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ କିନ୍ତୁ ଚିନ୍ତାଧାରା ପୂର୍ଣ୍ଣମାତ୍ରାରେ ଘାରି ରହିବ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପ୍ରେମିକ ପ୍ରେମିକା ମାନଙ୍କର ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ରାଜନୀତିକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଛାତ୍ରଛାତ୍ରୀମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ କଟିବ । କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବସାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରୀ ହେବେ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ ଓ ପାରିବାରିକ ଜୀବନ ଆନନ୍ଦରେ କଟିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ ନିଜସ୍ଵାର୍ଥ ପାଇଁ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ନିଜର କ୍ରୋଧକୁ ଦମନକଲେ ହସଖୁସିର ବାତାବରଣ ଦେଖାଦେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସ୍ୱାସ୍ଥ୍ୟ ସଙ୍କଟ ଦୂରେଇଯିବ ଓ ଧନ ସମ୍ପତିରେ ଘର ହସି ଉଠିବ । ଚାକିରୀ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଦୂରଯାତ୍ରାରେ ସଫଳ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହୋଇ ପାରେ । ପରୋପକାର କରି ପ୍ରଶଂସା ପାଇବେ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ସର୍ବଦା ପାଖରେ ରଖନ୍ତୁ ।

କୁମ୍ଭ:-କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ । ସନ୍ତାନର ବିଦ୍ୟାରେ ଉନ୍ନତି ହେବା ସହ ନୂତନ କର୍ମ ପ୍ରାପ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-କର୍ମକ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ ଓ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସମ୍ମାନିତ ଓ ଜୟଯୁକ୍ତ ହେବେ । ସତ୍‌ କାର୍ଯ୍ୟରେ ଲିପ୍ତ ହୋଇ ସମ୍ମାନିତ ହେବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!