ଦୈନିକ ରାଶିଫଳ: 03 ଫେବୃୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୩ ତାରିଖ, ଗୁରୁବାର, ମକର ମାସ ୨୧ ଦିନ, ମାଘ ମାସ, ଶୁକ୍ଳପକ୍ଷ, ତୃତୀୟା ତିଥି, ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ପରିଘ ଯୋଗ । ତୈତିଳ କରଣ ସନ୍ଧ୍ୟା ୫ଟା ୨୧ମିନିଟ୍ ଗତେ ଗର କରଣ । ତୁଳା, କୁମ୍ଭ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୪ଟା ୩୮ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୨ଟା ୪୮ମିନିଟ୍ ରୁ ଦିବା ୪ଟା ୧୨ମିନିଟ୍, ଦିବା ୪ଟା ୧୨ମିନିଟ୍ ରୁ ୫ଟା ୩୬ମିନିଟ୍, ରାତ୍ରି ୧୨ଟା ରୁ ୧ଟା ୩୬ମିନିଟ୍ । ଶୁଭସମୟ- ସକାଳ ୬ଟା ୨୬ମିନିଟ୍ ରୁ ୭ଟା ୫୩ମିନିଟ୍, ଦିବା ୧୦ଟା ୫୪ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୩ଟା ରୁ ୩ଟା ୪୯ମିନିଟ୍ ।

ମେଷ:-କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଛାତ୍ରଛାତ୍ରୀମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ । ପ୍ରତିକାର:- ମୟୁର ଚନ୍ଦ୍ରିକାଟିଏ ପାଖରେ ରଖନ୍ତୁ ।

ମିଥୁନ:-ଧନପ୍ରାପ୍ତିର ସୁଯୋଗ ଥିଲେ ମଧ୍ୟ ବ୍ୟୟ ଅଧିକ ହେବ । ଆୟ ବ୍ୟୟ ପ୍ରାୟତଃ ସମାନ ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀମାନେ ବିଦ୍ୟାରତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଶିକ୍ଷାକ୍ଷେତ୍ରରେ ଅଧିକ ପରିଶ୍ରମ ଫଳରେ ଆଶାନୁରୂପ ଫଳ ଲାଭ ହେବ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସହ ଆୟ ବଢିବ । କର୍ମଚାରୀ ମାନେ କୃତଜ୍ଞତା ଜ୍ଞାପନ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ପରିବାରରେ ଅଶାନ୍ତିର ଝଡ ଶାନ୍ତ ହୋଇ ସୁସ୍ଥ ବାତାବରଣ ଜାରି ରହିବ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିଥିବାରୁ ଦୃଢ଼ତା ରହିପାରିବ । ଧାତୁ ଦ୍ରବ୍ୟ ବ୍ୟବସାୟରେ ମାଲିକମାନଙ୍କର ମନତୃପ୍ତ କରାଇବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବା ସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧିହେବ । ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି । ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନଙ୍କ ସୁଫଳ ଆଶାରେ ଉଲ୍ଲସିତ ହେବେ । ଧାର୍ମିକ କ୍ଷେତ୍ରରେ ନିୟୋଜିତ ହୋଇ ଅର୍ଥ ବ୍ୟୟ କରିବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ଦୂର ହେବ । କୌଣସି ତିର୍ଥସ୍ଥାନକୁ ଗମନ କରିବା ପାଇଁ ଇଛୁକ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-କର୍ମକ୍ଷେତ୍ରରେ ଆଶା କରୁଥିବା ଖବର ଅଚାନକ ଭାବରେ ଶୁଣି ଖୁସି ହେବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଦାମ୍ପତ୍ୟ ସୁଖ ବୃଦ୍ଧିହେବା ସହ କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ଓ ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଓ ଶୁଭସମାଚାର ଶୁଣିବାକୁ ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଚିନ୍ତା ଦୂର ହେବ । ଆୟ ଉପାର୍ଜନ ଉତ୍ତମ ଧରଣର ହେବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା ଓ ସାକ୍ଷାତ୍କାରରେ ମନରେ ସନ୍ତୋଷ ଦେଖାଦେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ ସାମାନ୍ୟ ପରିଶ୍ରମ କରିବାକୁ ପଡ଼ିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ଶିକ୍ଷାର୍ଥୀମାନେ ପରିଶ୍ରମର ମୂଲ୍ୟ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ରାଜନୀତିରେ ସମାଲୋଚିତ ହେଲେ ମଧ୍ୟ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟ ହେବ । ବାଦବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!