ଦୈନିକ ରାଶିଫଳ: 05 ଫେବୃୟାରୀ 2022, ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୫ ତାରିଖ, ଶନିବାର, ମକର ମାସ ୨୩ ଦିନ, ମାଘମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ । ବବ କରଣ ଦିବା ୩ଟା ୪୦ମିନିଟ୍ ଗତେ ବାଳବ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ରାତି ୩ଟା ୪୭ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପଞ୍ଚମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୬ଟା ୨୪ମିନିଟ୍ ରୁ ୭ଟା ୪୮ମିନିଟ୍, ଦିବା ୧ଟା ୨୪ମିନିଟ୍ ରୁ ଦିବା ୨ଟା ୪୮ମିନିଟ୍, ଦିବା ୪ଟା ୧୩ମିନିଟ୍ ରୁ ୫ଟା ୩୭ମିନିଟ୍, ସନ୍ଧ୍ୟା ୫ଟା ୩୭ମିନିଟ୍ ରୁ ୭ଟା ୧୩ମିନିଟ୍, ରାତ୍ରି ୪ଟା ୪୮ମିନିଟ୍ ରୁ ୬ଟା ୨୩ମିନିଟ୍ । ଶୁଭସମୟ- ଦିବା ୧୦ଟା ୩୭ମିନିଟ୍ ରୁ ୧ଟା ୭ମିନିଟ୍, ରାତ୍ର ୮ଟା ୧୧ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧୨ଟା ୨୭ମିନିଟ୍ ରୁ ୨ଟା ୭ମିନିଟ୍, ରାତ୍ର ୩ଟା ରୁ ରାତ୍ର ୪ଟା ୪୦ମିନିଟ୍ । ପର୍ବଦିନ- ସରସ୍ଵତୀ ପୂଜା, ବସନ୍ତ ପଞ୍ଚମୀ, ଶ୍ରୀପଞ୍ଚମୀ ।

ମେଷ:-ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀ ମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । ଅର୍ଥସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇଥିଲେ କାର୍ଯ୍ୟରେ ପରିଣତ କରିବେ । ଘରେ ବାହାରେ କେହି ଆପଣଙ୍କୁ ହଟାଇ ପାରିବେ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଭାବିଚିନ୍ତି କରିଲେ ଭଲ ହେବ ନିଜର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ମିତ୍ରଙ୍କ ସାହାଯ୍ୟରେ ନିଜର ପ୍ରତିଷ୍ଠା ବୃଦ୍ଧି ଧାରଣାକୁ ଉଜ୍ଜ୍ୱଳ ପଥରେ ପରିଣତ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଓ ସନ୍ତୋଷ ସୃଷ୍ଟି ହେବ । ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ । ବ୍ୟବସାୟରେ ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ । ଶରୀର ପୀଡ଼ା କଷ୍ଟକର ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଶିକ୍ଷାକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ବ୍ୟବସାୟୀମାନେ ଯେକୌଣସି ଯାଗାରୁ ଧନ ଉପାର୍ଜନ କରିପାରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-ଶତୃମାନେ ପରାଜିତ ହେବେ ଓ ଅଭାବ ଅନାଟନ ଦୂରେଇ ଯିବ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବା ସହ ଅଶାନ୍ତିର ଝଡ ଶାନ୍ତ ହେବ । କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ପ୍ରବଳ ଉନ୍ନତି ହେବ । କେତେକ କାର୍ଯ୍ୟରେ ବିକ୍ରମଶାଳୀ ହେଲେ ମଧ୍ୟ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଆନୁସଙ୍ଗିକ କ୍ରିୟାଦ୍ୱାରା ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ । ବ୍ୟବସାୟରେ ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧିହେବ । ପରୀକ୍ଷା ପ୍ରତୀଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଶତୃମାନେ ଦୂରେଇ ଯିବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଶାରୀରିକ ସୁସ୍ଥତା ଅନୁଭବ କରିବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀ ମାନେ ଉତ୍ସାହିତ ହେବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ଶତୃମାନେ ପରାଜିତ ହେବେ । କିଣାବିକା ବ୍ୟବସାୟରେ ଅଧିକ ଲାଭ ହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବକେୟା ଅର୍ଥ ପ୍ରାପ୍ତି ହେବ ଓ ଆର୍ଥିକ ସ୍ଥିତି ସୁଧୁରିଯିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । ଭୋଗବିଳାସରେ ସାମିଲ ହେବାକୁ ସୁଯୋଗ ସୃଷ୍ଟି କରି ପାରିବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ପରିବାରରେ ଆଦରପାଇ ସୁଖଭୋଗ କରିବେ । ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ । ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ସୁଖ, ସମ୍ପତ୍ତି ଲାଭ ଓ ପ୍ରିୟଜନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ । ସକଳ କାର୍ଯ୍ୟରେ ସଫଳତା ମିଳିବ । ଗୃହ ଜାଗା ଯାନବାହାନ ପ୍ରାପ୍ତି ହେବ । ମିଷ୍ଠାନ୍ନ ଭୋଜନ କରିବେ । ଉଚ୍ଚଆଶା ପୂରଣ ହୋଇପାରେ । ଭାତୃବିବାଦ, ଜମିବାଡ଼ି ଓ ଘରଜାଗାନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଦାମ୍ପତ୍ୟ କଳହ ଦୂର ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଶିକ୍ଷାର୍ଥୀମାନେ ଉତ୍ସାହିତ ହେବେ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!