ଦୈନିକ ରାଶିଫଳ: 06 ଫେବୃୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୬ ତାରିଖ, ରବିବାର, ମକର ମାସ ୨୪ ଦିନ, ମାଘମାସ, ଶୁକ୍ଳପକ୍ଷ, ଷଷ୍ଠୀତିଥି, ରେବତୀ ନକ୍ଷତ୍ର, ମୀନରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ଦିବା ୪ଟା ୫୨ମିନିଟ୍ ଗତେ ଶୁଭ ଯୋଗ । କୌଳବ କରଣ ଦିବା ୪ଟା ୬ମିନିଟ୍ ଗତେ ତୈତିଳ କରଣ । ମେଷରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ନିମ୍ବ ଓ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୪ଟା ୩୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୩୬ମିନିଟ୍ ରୁ ଦିବା ୧୨ଟା, ଦିବା ୧୨ଟା ରୁ ୧ଟା ୨୫ମିନିଟ୍, ରାତ୍ରି ୧ଟା ୩୬ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୪ମିନିଟ୍ ରୁ ୧୦ଟା ୭ମିନିଟ୍, ଦିବା ୧ଟା ୨୬ମିନିଟ୍ ରୁ ୧ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୨୯ମିନିଟ୍ ରୁ ୯ଟା, ରାତ୍ର ୧୨ଟା ୨୭ମିନିଟ୍ ରୁ ରାତ୍ର ୧ଟା ୩୫ମିନିଟ୍, ରାତ୍ର ୩ଟା ୧୩ମିନିଟ୍ ରୁ ୩ଟା ୪୯ମିନିଟ୍ ।

ମେଷ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନୂତନ ମିତ୍ର ଲାଭ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ଜୟଲାଭ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତ୍ରୁନାଶ ହେବ । ଧନପ୍ରାପ୍ତି ହେବ । ମାନସିକ ଅଶାନ୍ତି ଦୂର ହେବ । ଅନେକ ଶୁଭକର୍ମରେ ଯୋଗ ଦେବାର ସୁଯୋଗ ପାଇବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଦେଶ ଯାତ୍ରାରେ ଲାଭ ପାଇବେ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ମିଥୁନ:-ଶୁଭ ସମ୍ବାଦପାଇ ଖୁସିହେବେ । ଆର୍ଥିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକହେବ । ଦେହମନ ଭଲ ରହିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ବିଦ୍ୟାକ୍ଷେତ୍ରରେ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଠିକ୍ ରହିବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିରେ ଉଚ୍ଚ ଆଶାରେ ଆଗେଇବେ । ବିଦ୍ୟାକ୍ଷେତ୍ରରେ ଶ୍ରମ ସାର୍ଥକହେବା ଫଳରେ ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧିହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ଦେଖାଦେଲେ ମଧ୍ୟ ଆୟ ବଢ଼ିବ । ପାରିବାରିକ କ୍ଷେତ୍ରରେ ସମସ୍ତ ସମସ୍ୟା ଦୂର ହୋଇ ସୁଖ ଶାନ୍ତିରେ ଦିନଟି କାଟିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଛାତ୍ର ଛାତ୍ରୀମାନଙ୍କର ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖାଦେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ମନରେ ଦୁଶ୍ଚିନ୍ତା ଓ ବନ୍ଧନଭୟ ରହିବ । ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ଶତ୍ରୁହାନୀ, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହାସ ବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ କରିବେ । ଯେକୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ରାଜନୀତି କ୍ଷେତ୍ରରେ ପୂର୍ବଶତ୍ରୁମାନେ ପଛଘୁଞ୍ଚା ଦେବେ । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗାଜମି, ଗୃହ ଉପକରଣ, ଯାନ ବାହାନ କ୍ରୟ କରିବା ପାଇଁ ମନ ବଳେଇବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ତୁଳା:-ପନିପରିବା ବ୍ୟବସାୟରେ ପ୍ରଚୁର ଲାଭ ହୋଇପାରେ । ଗୃହପାଳିତ ପଶୁ ଓ ଯାନ ବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । କୃଷିଜୀବି ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଦେହପୀଡ଼ା, ଅଶାନ୍ତି, ଅର୍ଥସଙ୍କଟ ଦୂରେଇଯିବ । ବିଭିନ୍ନ ଦିଗରୁ ଲାଭବାନ୍ ହେବେ । ବିଦେଶ ଯାତ୍ରାରେ ସଫଳ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ । ପିଲାମାନଙ୍କ ସମସ୍ୟା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିବେ । ବ୍ୟବସାୟରେ ସଫଳ, ମାନସିକ ଶାନ୍ତି କର୍ମରେ ସ୍ଥିରତା ଯୋଗେ ଖୁସିହେବେ । ଛାତ୍ର ଛାତ୍ରୀମାନେ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଯୁବକ ଯୁବତୀମାନେ ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳତା ମିଳିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ରାଜନୀତି କ୍ଷେତ୍ରରେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତିହେବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହିଲେ ମଧ୍ୟ ଉଚ୍ଚପ୍ରଶଂସିତ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟରେ ସିଦ୍ଧି, ଶତ୍ରୁହାନୀ, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ ରହିବ । ଆକସ୍ମିକ ଧନ ପ୍ରାପ୍ତି ହୋଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ଶିକ୍ଷାକ୍ଷେତ୍ରରେ ସାମାନ୍ୟ ଚେଷ୍ଟାକଲେ ଭଲ ଫଳ ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧିହେବା ଫଳରେ ଶତ୍ରୁମାନେ ମଥାନତ କରିବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତିହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ । ଧନଲାଭ କରିବାର ଆଶା ଦେଖାଯାଏ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ସମାଜ ସେବା କ୍ଷେତ୍ରରେ ସମ୍ମାନ ପାଇବେ । ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଓ ସାକ୍ଷାତକାରରେ ଜୟଲାଭ ହେବ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

ମୀନ:-ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ଛାତ୍ରଛାତ୍ରୀମାନଙ୍କର ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଆମୋଦ ପ୍ରମୋଦର ମଉକା ଜୁଟିବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!