ଦୈନିକ ରାଶିଫଳ: 08 ଫେବୃୟାରୀ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୮ ତାରିଖ, ମଙ୍ଗଳବାର, ମକର ମାସ ୨୬ ଦିନ, ମାଘମାସ, ଶୁକ୍ଳପକ୍ଷ, ଅଷ୍ଟମୀତିଥି, ଦ୍ଵିଜା ନକ୍ଷତ୍ର, ମେଷରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ସନ୍ଧ୍ୟା ୫ଟା ୪ମିନିଟ୍ ଗତେ ବ୍ରହ୍ମ ଯୋଗ । ବିଷ୍ଟି କରଣ ସନ୍ଧ୍ୟା ୭ଟା ୨୦ମିନିଟ୍ ଗତେ ବବ କରଣ । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ପ୍ରାତଃ ୭ଟା ୪୭ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୪୯ମିନିଟ୍, ସନ୍ଧ୍ୟା ୭ଟା ୧୪ମିନିଟ୍ ରୁ ରାତ୍ରି ୮ଟା ୪୯ମିନିଟ୍ । ଶୁଭସମୟ- ସକାଳ ୯ଟା ୧୨ମିନିଟ୍ ରୁ ଦିବା ୧୦ଟା ୫୨ମିନିଟ୍, ଦିବା ୧ଟା ୯ମିନିଟ୍ ରୁ ୧ଟା ୨୪ମିନିଟ୍, ଦିବା ୪ଟା ୧୫ମିନିଟ୍ ରୁ ଦିବା ୪ଟା ୫୨ମିନିଟ୍, ସନ୍ଧ୍ୟା ୫ଟା ୩୯ମିନିଟ୍ ରୁ ୬ଟା ୨୮ମିନିଟ୍, ରାତ୍ର ୯ଟା ୩ମିନିଟ୍ ରୁ ରାତ୍ର ୧୧ଟା ୩୪ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ୩ଟା ୪୮ମିନିଟ୍ ।

ମେଷ:-ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇଯିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ । ନିଷ୍ଠାର ସହ ପରିଶ୍ରମ ଫଳରେ କର୍ମକ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି । ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କୃଷିଜୀବୀମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମିଥୁନ:-କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ମାନସିକ ସ୍ଥିରତା ଦେଖାଦେବ । ନୂତନ ସଂସ୍ଥାର ଆୟୋଜନ କରିବେ । ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରିବେ । ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭପାଇବେ । ପଦ ପଦବୀ ଲାଭ ହେବ । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ସ୍ୱାସ୍ଥ୍ୟ କିମ୍ବା ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

କର୍କଟ:-ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶାରୀରିକ ଅସୁସ୍ଥତାରୁ ଉପଶମ ପାଇବେ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ବ୍ୟବସାୟିକ ଗତିବିଧି ଉତ୍ତମ ଭାବରେ ଚାଲିବା ଯୋଗେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଯେକୌଣସି ଶୁଭ କାର୍ଯ୍ୟ ଆରମ୍ଭ କରି ପାରିବେ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତାରେ ଦୁଇଗୁଣ ଉତ୍ସାହ ସହ ଆଗେଇ ଯିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ ଓ ଆୟ ବୃଦ୍ଧି ପାଇବ । ବିଦ୍ୟାରେ ଉନ୍ନତିହେବା ସହ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସମାଜ କଲ୍ୟାଣ ପାଇଁ ନିଜକୁ ଉତ୍ସର୍ଗୀକୃତ କରିବେ । କୃଷିଜିବୀମାନେ ଅନେକ ଦିଗରୁ ଲାଭବାନ୍ ହେବେ । ଅଧିକ ପରିଶ୍ରମ ତୁଳନାରେ ଅଧିକ ପାରିଶ୍ରମିକ ଆଦାୟର ପ୍ରଚେଷ୍ଟା ଚଳାଇବେ । ଅଧ୍ୟୟନ ପାଇଁ ତତ୍ପର ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ଶରୀର ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହେବ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ଓ ସାକ୍ଷାତରେ ଉନ୍ନତି ହେବ । ବାହାର ଯାତ୍ରାରେ ସଫଳ ହେବେ । ବକେୟା ଅର୍ଥ କିଛି ମିଳିବ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।

ବିଚ୍ଛା:-ସାମାଜିକ ଜୀବନରେ ନୂତନ ଗୁରୁଦାୟିତ୍ୱ ଗ୍ରହଣ କରିବେ । ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଅଭାବ ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ । ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବା ସହ ପରିଜନଙ୍କ ସମ୍ବନ୍ଧିତ ଶୁଭ ସମାଚାର ପାଇବେ । ଭାଗୀଦାରି ବ୍ୟବସାୟରେ ଲାଭବାନ୍ ହେବେ । ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ । ରାଜନୀତିରେ ପ୍ରଶଂସିତ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅତି ଭଲସମ୍ପର୍କ ଥିବାବନ୍ଧୁଙ୍କ ପାଇଁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ପ୍ରାପ୍ତିହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ । ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ । ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ । ଶତୃ ବିରୋଧୀମାନେ କିଛି କ୍ଷତି କରି ପାରିବେ ନାହିଁ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମୀନ:-ମାନସିକ ସ୍ଥିରତା ଦେଖାଦେବ । ଅନେକ କାର୍ଯ୍ୟରେ ସଫଳ ହେବେ । ଉଚ୍ଚ ଆଶା ପୂରଣ ଯୋଗେ ମିଷ୍ଠାନ୍ନ ଭୋଜନ କରିବେ । ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ପ୍ରତିକାର- ଗୋମୁତ୍ର ଓ ଫିଟିକିରିରେ ଦାନ୍ତସଫା ରଖନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!