ଦୈନିକ ରାଶିଫଳ: 09 ଫେବୃୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଫେବୃୟାରୀ ମାସ ୯ ତାରିଖ, ବୁଧବାର, ମକର ମାସ ୨୭ ଦିନ, ମାଘମାସ, ଶୁକ୍ଳପକ୍ଷ, ମଳ ଅଷ୍ଟମୀତିଥି ସକାଳ ୮ଟା ୩୧ମିନିଟ୍ ଗତେ ନବମୀ ତିଥି, କୃତ୍ତିକା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ବ୍ରହ୍ମ ଯୋଗ ସନ୍ଧ୍ୟା ୫ଟା ୫୦ମିନିଟ୍ ଗତେ ଇନ୍ଦ୍ର ଯୋଗ । ବବ କରଣ ସକାଳ ୮ଟା ୩୧ମିନିଟ୍ ଗତେ ବାଳବ କରଣ । କର୍କଟ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ସକାଳ ୮ଟା ୩୧ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସକାଳ ୮ଟା ୩୧ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୦ଟା ୩୬ମିନିଟ୍, ଦିବା ୧୨ଟା ରୁ ଦିବା ୧ଟା ୨୫ମିନିଟ୍, ରାତ୍ରି ୩ଟା ୧୧ମିନିଟ୍ ରୁ ୪ଟା ୪୬ମିନିଟ୍ । ଶୁଭସମୟ- ସକାଳ ୬ଟା ୨୩ମିନିଟ୍ ରୁ ୭ଟା ୫୧ମିନିଟ୍, ଦିବା ୧୦ଟା ୩୭ମିନିଟ୍ ରୁ ୧୧ଟା ୩୭ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ୪ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୩୧ମିନିଟ୍ ରୁ ୧୦ଟା ୪୩ମିନିଟ୍, ରାତ୍ର ୨ଟା ୮ମିନିଟ୍ ରୁ ରାତ୍ର ୩ଟା ୧୦ମିନିଟ୍, ରାତ୍ର ୪ଟା ୪୭ମିନିଟ୍ ରୁ ୬ଟା ୨୧ମିନିଟ୍ ।

ମେଷ:-ସହକର୍ମୀ ମାନଙ୍କ ସହ ଶତ୍ରୁତା ଦୂର ହେବା ଫଳରେ ଚାକିରୀ କ୍ଷେତ୍ରରେ ଉଚ୍ଚସମ୍ମାନ ପାଇବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ି ପାରେ ଓ ଯାତ୍ରା ଫଳରେ ଉତ୍ସାହିତ ହେବେ । ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଧାର୍ମିକ କ୍ଷେତ୍ରରେ ମନ ବଳାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ରାଜନୀତିରେ ଉଚ୍ଚଆଶା ସଫଳ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ରାଜନୀତିରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବା ସହ ପଦ ପଦବୀ ଲାଭ ହେବ । ସୁଖ, ସମ୍ପତ୍ତି ଲାଭ ଓ ସାହାର୍ଯ୍ୟ ପ୍ରାପ୍ତି ହେବ । କର୍ମକ୍ଷେତ୍ରରରେ ବନ୍ଧୁଲାଭ ଓ ପଦୋନ୍ନତିର ସୂଚନା ପାଇବେ । ବ୍ୟବସାୟରେ କର୍ମତତ୍ପର, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ, ମିଷ୍ଠାନ୍ନଭୋଜନ, ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ହସଖୁସିରେ ସମୟ ବିତିବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ କାରରେ ସଫଳ ହେବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବ୍ୟବସାୟରେ ପରିଶ୍ରମର ମୂଲ୍ୟ ପାଇବେ । ଆର୍ଥିକସ୍ଥିତି ମଜବୁତ୍ ହେଲେ ମଧ୍ୟ ବ୍ୟୟ ଅଧିକ ହୋଇପାରେ । ଅତ୍ୟଧିକ ପରିଶ୍ରମ ହେତୁ ଶାରୀରିକ ପୀଡ଼ା ଅନୁଭବ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ରାଜନୀତିକ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ । ଇଛାକରି କାମଧନ୍ଦାରେ ମନ ଲାଗିବ ନାହିଁ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ । ଆକସ୍ମିକ ଦୁର୍ଘଟଣାର ସମ୍ମୁଖୀନ ହୋଇ ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ଅକ୍ଷୂର୍ଣ୍ଣ ରହିବ । ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରରେ ପଦୋନ୍ନତିର ସଂକେତ ପାଇବେ । ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଦୂର ହେବ । ଧନ ଆଗମନର ନୂତନ ସ୍ରୋତ ଖୋଲିଯିବ । ବିଦ୍ୟାର୍ଥିମାନେ ସଫଳ ହେବେ । ଲଟେରୀ, ଜୁଆ, ସଟ୍ଟା ଓ ସେୟାର୍ ମାର୍କେଟରେ ଅର୍ଥ ପ୍ରାପ୍ତି ହେବ । ସବୁଦିଗରୁ ଶୁଭ ସମାଚାର ପାଇ ଖୁସି ହେବେ । ନୂତନକର୍ମ ନିଯୁକ୍ତି ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କନ୍ୟା:-କର୍ମଚାରୀମାନେ ସହକର୍ମୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ କରିବେ । ଆର୍ଥିକ ସ୍ଥିତି ଭଲ ରହିବ । ବନ୍ଧୁମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇବେ । ପୂର୍ବ କଳହର ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ କ୍ଷେତ୍ରରେ ସଫଳ ହେବେ । ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ରୟୋଗ କରି ପ୍ରଶଂସିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୃହୋପକରଣ କ୍ରୟ କରିବେ । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଗୃହସ୍ଥମାନେ ନୂତନ ଯୋଜନା ପ୍ରସ୍ତୁତ କରିବେ । ମାନସିକ ଏକାଗ୍ରତା ରଖି ପାରିବେ । ବ୍ୟବସାୟରେ ସାମାନ୍ୟ ଲାଭ, ଶରୀର ପୀଡ଼ା, ଶତ୍ରୁ ବୃଦ୍ଧି, କେତେକ କ୍ଷେତ୍ରରେ ଭଲ କାମକରି ବଦ୍ନାମ ହୋଇପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-କାର୍ଯ୍ୟକ୍ଷେତ୍ରରେ ସଫଳତା ଲାଭ କରିବା ସହ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି । ବ୍ୟବସାୟରେ ଉତ୍ତମ ରୋଜଗାର ହେବ । କର୍ମ କ୍ଷେତ୍ରରେ ଉନ୍ନତି ଏବଂ ପଦୋନ୍ନତିର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ନିଜର ପ୍ରତିଷ୍ଠା ଫଳରେ ଜନସାଧାରଣଙ୍କ ମନ କିଣିପାରିବେ । ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ । ପ୍ରତିକାର- ହଳଦୀ ଚନ୍ଦନ ଟୀକା ମୁଣ୍ଡରେ ଲଗାନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ସାମାଜିକ ପତିଆରା ଅମଳିନ ରହିବ । ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନଦେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବାକୁ ପଡିବ । ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନରୋଗର ଉପଶମ ମିଳିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!