ଜାନୁୟାରୀ 02 ତାରିଖରୁ ଜାନୁୟାରୀ 08 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 4ଟି ରାଶିର ବନୁଛି ମହାସଂଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରିବେ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ଓ କାରବାର ବଢ଼ିବାସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ତଳ ମହଲରୁ ଆଶାତୀତ ଲାଭ ପାଇବେ ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। କୋର୍ଟ କଚେରୀ ମାମଲାରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ନୂତନ କର୍ମ ପ୍ରାପ୍ତିର ସୂଚନା ପାଇବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ ଓ ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ କ୍ଷେତ୍ରରେ ହସଖୁସିର ବାତାବରଣ ସୃଷ୍ଟି ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଆବଶ୍ୟକ ଦ୍ରବ୍ୟ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରାତନ ରୋଗର ଉପଶମ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରେମିକ ପ୍ରେମିକମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ। କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦେଖାଦେଲେବି ସେପରି ବିଶେଷ ରୋଗର ଲକ୍ଷଣ ଦେଖା ଦେବ ନାହିଁ। ମାନସିକଚାପ ବୃଦ୍ଧି ହେଲେ ମଧ୍ୟ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନର ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୃତ୍ୟଗୀତ ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ମଜ୍ଜି ରହିବେ। କର୍ମଚାରୀ ମାନେ କର୍ମକ୍ଷେତ୍ରରେ ପଦୋନ୍ନତି ପାଇବା ସହ ସଫଳତା ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣ ବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ନ୍ୟାୟମାର୍ଗ ଓ ମିଷ୍ଟବଚନ ଦ୍ଵାରା ସମସ୍ତଙ୍କ ମନ କିଣି ପାରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ, ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଓ ଉପରିସ୍ଥଙ୍କ କୃପାଭାଜନ ହେବେ। ରାଜନୀତି କ୍ଷେତ୍ରରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନୂଆ ଯୋଜନାରେ ସଫଳହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଉଚିତ୍ ପରାମର୍ଶ ପାଇ କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ। ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ। ପ୍ରେମିକ ପ୍ରେମିକାମାନଙ୍କର କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରି ପାରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଉଚ୍ଚସ୍ତରୀୟ ଯାନବାହନ ଓ ଗୃହ, ଜାଗାଜମି କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ଭାଗ୍ୟର ପରିବର୍ତ୍ତନ ହେଲାଭଳି ଉନ୍ନତି ପଥରେ ଅଗ୍ରସର ହେବେ। ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ। ବେପାର ବଣିଜରେ ପ୍ରଚୁର ଲାଭ ମିଳିବ। ନୂଆ ନୂଆ ଉପାୟ ଚିନ୍ତା କରିବେ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚଶିକ୍ଷା ନିମିତ୍ତ ବିଦେଶ ଯାତ୍ରା ଫଳରେ ଅତ୍ୟନ୍ତ ଲାଭବାନ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ଅବହେଳିତ ଲୋକଙ୍କ ସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ। ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ହୋଇ ଥିବାରୁ ଉଚ୍ଚ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମାନସିକ ବିଷାଦ ଦୂରହେବ, ଦାମ୍ପତ୍ୟ କଳହର ଅବସାନ ଘଟି ସୁଖ ସମୃଦ୍ଧି ବୃଦ୍ଧିହେବ। ପରିବାରରେ ନୂତନ ସମ୍ବନ୍ଧ ସୃଷ୍ଟିହୋଇ ଖୁସିର ବାତାବରଣ ସ୍ଥାୟି ରହିବ। ପ୍ରତିକାର- ପ୍ରତ୍ୟେକଦିନ କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ କ୍ଷେତ୍ରରେ ଅନେକ ସୂତ୍ରରୁ କିଛି ଧନ ପାଇବାର ଯୋଗ ଅଛି। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବା ଫଳରେ ଉତ୍ତମ ରୋଜଗାର କରିପାରିବେ। ରାଜନୀତି କ୍ଷେତ୍ରରେ କାର୍ଯ୍ୟଭାର ବହନ କରି ଯାତ୍ରା କରିବାକୁ ପଡ଼ିବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ଲାଭ ହେବା ସହ ସାମାଜିକ ସ୍ଥିତି, ପ୍ରସିଦ୍ଧି ବୃଦ୍ଧି ପାଇବ। ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯାଇ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହେବାସହ କାରବାର ବଢ଼ିବ ଓ କମ୍ ପରିଶ୍ରମରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, କବି, ସୁବକ୍ତା, ଧାର୍ମିକ ଭଳି ନିଷ୍କଳଙ୍କ ଗୁଣଗୁଡିକରେ ଭୂଷିତ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। କୋର୍ଟ କଚେରୀ ମାମଲା ଓ ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖା ଦେବ। ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!