ଦୈନିକ ରାଶିଫଳ: 03 ଜାନୁୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୩ ତାରିଖ, ସୋମବାର, ଧନୁ ମାସ ୧୯ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ପ୍ରତିପଦା ତିଥି, ପୂର୍ବାଷାଢା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ବ୍ୟାଘାତ ଯୋଗ । କିସ୍ତୁଘ୍ନ କରଣ, ଦିବା ୧୦ଟା ୧୬ ମିନିଟ୍ ଗତେ ନାଗ କରଣ । ମିଥୁନ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ ରାତି ୮ଟା ୩୨ମିନିଟ୍ ପରେ ବୋଇତି କଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ରାତି ୮ଟା ୩୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ସକାଳ ୭ଟା ୪୭ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୨ଟା ୩୩ମିନିଟ୍ ରୁ ଦିବା ୩ଟା ୫୫ମିନିଟ୍, ରାତ୍ରି ୧୦ଟା ୧୨ମିନିଟ୍ ରୁ ୧୧ଟା ୫୧ମିନିଟ୍ । ଶୁଭସମୟ- ସକାଳ ୬ଟା ୨୬ମିନିଟ୍ ରୁ ୭ଟା ୪୬ମିନିଟ୍, ସକାଳ ୯ଟା ୨୦ମିନିଟ୍ ରୁ ଦିବା ୧୧ଟା ୨୮ମିନିଟ୍, ରାତ୍ର ୭ଟା ୫୫ମିନିଟ୍ ରୁ ରାତ୍ର ୧୦ଟା ୧୧ମିନିଟ୍, ରାତ୍ର ୨ଟା ୫୬ମିନିଟ୍ ରୁ ରାତ୍ର ୩ଟା ୪୭ମିନିଟ୍ ।

ମେଷ:-ଶୁଭ ସୂଚନା ପାଇ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରି ପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । କୌଣସି ଗୁରୁତ୍ଵପୂର୍ଣ୍ଣ କର୍ମ ନେଇ ଆର୍ଥିକ ଅନାଟନ ମଧ୍ୟରେ ନିଜକୁ ଅଣନିଃଶ୍ଵାସୀ ମନେ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:-ଚାକିରୀରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସୁଖ ସମୃଦ୍ଧି ବୃଦ୍ଧି ହେବ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ କ୍ଷତି ସହିବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବିଚ୍ଛା:-ଉଚ୍ଚଆଶା ସଫଳ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ । ସେୟାର ବଜାରରେ ମୁନାଫା ମିଳିବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । କାରବାରରେ ସୁଧାର ଆସିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପରିବାରରେ ମାନ ମନାନ୍ତର ଦୂର ହେବ । ମିତ୍ରମାନଙ୍କଦ୍ୱାରା ଅନେକ କାର୍ଯ୍ୟ ଓ ବ୍ୟବସାୟ କାର୍ଯ୍ୟଗୁଡ଼ିକ ଲାଭଦାୟକ ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଖବର ମିଳିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!