ଦୈନିକ ରାଶିଫଳ: 04 ଜାନୁୟାରୀ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୪ ତାରିଖ, ମଙ୍ଗଳବାର, ଧନୁ ମାସ ୨୦ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଦ୍ଵିତୀୟା ତିଥି, ଉତ୍ତରାଷାଢା ନକ୍ଷତ୍ର ଦିବା ୧୦ଟା ୫୭ ମିନିଟ୍ ଗତେ ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ । ବାଳବ କରଣ, ସକାଳ ୬ଟା ୫୨ମିନିଟ୍ ଗତେ କୌଳବ କରଣ । ମକର ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ସନ୍ଧ୍ୟା ୫ଟା ୧୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ସନ୍ଧ୍ୟା ୫ଟା ୧୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୭ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୧ଟା ୧୨ମିନିଟ୍ ରୁ ଦିବା ୨ଟା ୩୪ମିନିଟ୍, ସନ୍ଧ୍ୟା ୬ଟା ୫୫ମିନିଟ୍ ରୁ ୮ଟା ୩୪ମିନିଟ୍ । ଶୁଭସମୟ-ସକାଳ ୬ଟା ୨୭ମିନିଟ୍ ରୁ ୭ଟା ୮ମିନିଟ୍, ସକାଳ ୯ଟା ୯ମିନିଟ୍ ରୁ ଦିବା ୧୧ଟା ୨୮ମିନିଟ୍, ସନ୍ଧ୍ୟା ୫ଟା ୧୭ମିନିଟ୍ ରୁ ୬ଟା ୫୪ମିନିଟ୍, ରାତ୍ର ୮ଟା ୩୫ମିନିଟ୍ ରୁ ରାତ୍ର ୮ଟା ୪୬ମିନିଟ୍, ରାତ୍ର ୯ଟା ୪୧ମିନିଟ୍ ରୁ ରାତ୍ର ୧୨ଟା ୧୬ମିନିଟ୍, ରାତ୍ର ୨ଟା ୪ମିନିଟ୍ ରୁ ରାତ୍ର ୩ଟା ୪୭ମିନିଟ୍, ରାତ୍ର ୪ଟା ୪୨ମିନିଟ୍ ରୁ ୬ଟା ୨୫ମିନିଟ୍ ।

ମେଷ:-ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତା ରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶତୃମାନେ ପରାଜିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟୀକ କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ଅଶାନ୍ତି ଦୂରେଇଯିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁଁ ଚିନ୍ତିତ ରହିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ଶତୃମାନେ ଦୂରେଇ ଯିବେ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପରୀକ୍ଷାରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପାରିବାରିକ ସମସ୍ୟା ସୁଧାରିବା ପାଇଁ ଚେଷ୍ଟା କରିବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବୁଝାମଣା ଠିକ୍ ରହିବ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ଧନୁ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ

କୁମ୍ଭ:-ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ । କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ । ମଉଜ ମସ୍ତିରେ ସମୟ କଟିପାରେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ନିଜର ଯୋଜନାମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଘରୋଇ କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!