ଦୈନିକ ରାଶିଫଳ: 06 ଜାନୁୟାରୀ 2022, ମା’ ଲକ୍ଷ୍ମୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୬ ତାରିଖ, ଗୁରୁବାର, ଧନୁ ମାସ ୨୨ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଚତୁର୍ଥୀ ତିଥି ଦିବା ୧୨ଟା ୨୯ମିନିଟ୍ ଗତେ ପଞ୍ଚମୀ ତିଥି, ଧନିଷ୍ଠା ନକ୍ଷତ୍ର ସକାଳ ୭ଟା ୧୧ମିନିଟ୍ ଗତେ ଶତଭିଷା ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୩ଟା ୨୩ମିନିଟ୍ ଗତେ ବ୍ୟତିପାତ ଯୋଗ । ଗର କରଣ, ଦିବା ୨ଟା ୩୫ମିନିଟ୍ ଗତେ ବାଣିଜ୍ୟ କରଣ । ତୁଳା, କୁମ୍ଭ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ଦିବା ୧୨ଟା ୨୯ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ଦିବା ୧୨ଟା ୨୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଏବଂ ପଞ୍ଚମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୫ ମିନିଟ୍ ରୁ ଦିବା ୩ଟା ୫୬ ମିନିଟ୍, ଦିବା ୩ଟା ୫୬ ମିନିଟ୍ ରୁ ୫ଟା ୧୮ ମିନିଟ୍, ରାତ୍ରି ୧୧ଟା ୫୨ ମିନିଟ୍ ରୁ ୧ଟା ୩୧ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୭ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୧୧ମିନିଟ୍ ରୁ ରାତ୍ର ୯ଟା ୪୦ମିନିଟ୍, ରାତ୍ର ୧ଟା ୩୨ମିନିଟ୍ ରୁ ରାତ୍ର ୩ଟା ୪୮ମିନିଟ୍, ରାତ୍ର ୪ଟା ୪୨ମିନିଟ୍ ରୁ ୬ଟା ୨୫ମିନିଟ୍ ।

ମେଷ:-ସାମୟିକ ଚିନ୍ତା ଦୂରହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଉତ୍ତମ ରୋଜଗାର କରିପାରିବେ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଆର୍ଥିକସ୍ଥିତି ପୂର୍ବପରି ରହିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ମନ ଖୁସି ରହିବ । ପିଲାଙ୍କ ଉନ୍ନତିରେ ଖୁସିହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ସାହାଯ୍ୟ ସହଯୋଗ ପାଇ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ରାଜନୈତିକ କ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ କ୍ଷାତି ବଢ଼ିବ । ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ । ପ୍ରତିଯୋଗିତାରେ ବିଜୟୀ ହୋଇ ନୂଆ ନିଯୁକ୍ତିର ସମ୍ଭାବନା ଅଛି । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେ ମଧ୍ୟ ପ୍ରଶଂସା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ବାଦବିବାଦ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବା ଫଳରେ ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ରାଜନୀତିରେ ଲୋକସମ୍ପର୍କ ବଢ଼ିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ମାନସିକ ଏକାଗ୍ରତା ରଖି ପାରିବେ ଓ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବା ସହ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ ବିଦେଶ ଯାତ୍ରାରେ ଯଶଲାଭ, ମାନସମ୍ମାନରେ ବୃଦ୍ଧି ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ ଓ ମଉଜ-ମସ୍ତିରେ ସମୟ କଟିପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ରାଜନୀତିରେ ପ୍ରସଂଶା, ବିଦ୍ୟାରେ ଉନ୍ନତି ଫଳରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଶାରିରୀକ ଅସୁସ୍ଥତା ଦୂରହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!