ଦୈନିକ ରାଶିଫଳ: 07 ଜାନୁୟାରୀ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୭ ତାରିଖ, ଶୁକ୍ରବାର, ଧନୁ ମାସ ୨୩ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି ଦିବା ୧୧ଟା ୧୦ମିନିଟ୍ ଗତେ ଷଷ୍ଠୀ ତିଥି, ପୂର୍ବଭାଦ୍ରପଦ ନକ୍ଷତ୍ର, କୁମ୍ଭ ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ଦିବା ୧ଟା ୧୧ମିନିଟ୍ ଗତେ ବରୀୟାନ ଯୋଗ । ବାଳବ କରଣ, ଦିବା ୧୧ଟା ୧୦ମିନିଟ୍ ଗତେ କୌଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ବେଲ, ପଣସ ନ ଖାଇଲେ ଭଲ ଦିବା ୧୧ଟା ୧୦ମିନିଟ୍ ପରେ ନିମ୍ବ ବା ପିତାଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ଦିବା ୧୧ଟା ୧୦ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୯ମିନିଟ୍ ରୁ ୧୦ ଟା ୩୧ମିନିଟ୍, ଦିବା ୧୦ଟା ୩୧ମିନିଟ୍ ରୁ ଦିବା ୧୧ଟା ୫୨ମିନିଟ୍, ରାତ୍ରି ୮ଟା ୩୫ ମିନିଟ୍ ରୁ ୧୦ଟା ୧୪ ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୭ଟା ୯ମିନିଟ୍, ସକାଳ ୭ଟା ୫୪ମିନିଟ୍ ରୁ ୯ଟା ୮ମିନିଟ୍, ଦିବା ୧୨ଟା ୧୫ମିନିଟ୍ ରୁ ୩ଟା ୭ମିନିଟ୍, ଦିବା ୩ଟା ୫୨ମିନିଟ୍ ରୁ ସନ୍ଧ୍ୟା ୫ଟା ୧୭ମିନିଟ୍, ସନ୍ଧ୍ୟା ୬ଟା ୧୨ମିନିଟ୍ ରୁ ରାତ୍ର ୮ଟା ୩୪ମିନିଟ୍, ରାତ୍ର ୧୨ଟା ୨୦ମିନିଟ୍ ରୁ ରାତ୍ର ୨ଟା ୩ମିନିଟ୍, ରାତ୍ର ୨ଟା ୫୭ମିନିଟ୍ ରୁ ରାତ୍ର ୪ଟା ୪୦ମିନିଟ୍ । ପର୍ବଦିନ- ବରଗଡରେ ପ୍ରସିଦ୍ଧ ଧନୁ ଯାତ୍ରା ଆରମ୍ଭ ।

ମେଷ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବ୍ୟବସାୟମାନେ ଅଧିକ ଲାଭ କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ଘା୯କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେଯାହା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ପ୍ରୀତିଭାଜନ ହେବେ । ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଅଳ୍ପରେ ସନ୍ତୁଷ୍ଟ ହେବା ଉଚିତ୍ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଶିଳ୍ପ, ବାଣିଜ୍ୟ, ପରିବହନ ବ୍ୟବସାୟ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କନ୍ୟା:-ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ସୁଖଶାନ୍ତିରେ ଦିନଟି କଟାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିପାରନ୍ତି । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ସୃଷ୍ଟିହେବ । କୌଣସି ଶୁଭ କାର୍ଯ୍ୟ କରିବା ଅନୁଚିତ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ଦାମ୍ପତ୍ୟ ସୁଖ କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇପଡ଼ିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପୁରାତନ ରୋଗରୁ ମୁକ୍ତି ମିଳିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । କର୍ମକ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତିହେବା ସହ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ସତର୍କତା ଅବଲମ୍ବନ ନକଲେ ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇ ପାରେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!