ଦୈନିକ ରାଶିଫଳ: 09 ଜାନୁୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୯ ତାରିଖ, ରବିବାର, ଧନୁ ମାସ ୨୫ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ସପ୍ତମୀ ତିଥି ଦିବା ୧୧ଟା ୯ମିନିଟ୍ ଗତେ ଅଷ୍ଟମୀ ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ସକାଳ ୭ଟା ୧୦ମିନିଟ୍ ଗତେ ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ପରିଘ ଯୋଗ ଦିବା ୧୦ଟା ୪୮ମିନିଟ୍ ଗତେ ଶିବ ଯୋଗ । ବାଣିଜ୍ୟ କରଣ ଦିବା ୧୧ଟା ୯ମିନିଟ୍ ଗତେ ବିଷ୍ଟିକରଣ । ମେଷ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ ଦିବା ୧୧ଟା ୯ମିନିଟ୍ ପରେ ନଡିଆ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ବାୟବ୍ୟେ ଦିବା ୧୧ଟା ୯ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୨ମିନିଟ୍ ରୁ ଦିବା ୧୧ଟା ୫୩ମିନିଟ୍, ଦିବା ୧୧ଟା ୫୩ ମିନିଟ୍ ରୁ ୧ଟା ୧୫ମିନିଟ୍, ରାତ୍ରି ୧ଟା ୩୨ମିନିଟ୍ ରୁ ୩ଟା ୧୦ମିନିଟ୍ । ଶୁଭସମୟ- ସକାଳ ୭ଟା ୧୧ମିନିଟ୍ ରୁ ୯ଟା ୨୦ମିନିଟ୍, ଦିବା ୧ଟା ୧୬ମିନିଟ୍ ରୁ ୩ଟା ୬ମିନିଟ୍, ଦିବା ୩ଟା ୫୪ମିନିଟ୍ ରୁ ୩ଟା ୫୭ମିନିଟ୍, ରାତ୍ର ୭ଟା ୫୮ମିନିଟ୍ ରୁ ରାତ୍ର ୯ଟା ୪୧ମିନିଟ୍, ରାତ୍ର ୧୨ଟା ୨୧ମିନିଟ୍ ରୁ ୧ଟା ୩୧ମିନିଟ୍, ରାତ୍ର ୩ଟା ୧୧ମିନିଟ୍ ରୁ ୬ଟା ୨୬ମିନିଟ୍ ।

ମେଷ:-କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା ସହଜରେ ମିଳିଯିବ । ବ୍ୟବସାୟରେ ଉନ୍ନତି ହେବାସହ ଆର୍ଥିକ ସ୍ଥିତିରେ ବୃଦ୍ଧି ଘଟିବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ସୁନା, ରୂପା, ଅଳଙ୍କାର ଇତ୍ୟାଦି ବ୍ୟବସାୟରେ ଉନ୍ନତି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ ଓ ଦୂରଯାତ୍ରାରେ ସଫଳ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବା ସହ ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରିବାରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ । ବ୍ୟବସାୟୀ ମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ସ୍ତର ଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ପାରିବାରିକ ଜୀବନ ସୁଖମୟ ହେବ । ମାନସିକ ଅଶାନ୍ତି ଦୂର ହେବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ । କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ବ୍ୟବସାୟରେ ପ୍ରଚୁର ଲାଭ ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ବିଚ୍ଛା:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଲାଭ ବାନ୍ ହେବେ । ପରିବାରର କେତେକ ସମସ୍ୟା ନେଇ, ମାନସିକ ପୀଡ଼ା ଅନୁଭବ କରିବେ । ଲୋକ ସମ୍ପର୍କ, ସମାଜ ସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ । ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସୁଚାରୁରୂପେ ହେବ । ବିଦ୍ୟାରେ ଉନ୍ନତି କରିବେ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିଯିବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡ଼ିବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀରହିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ନିଜର ବୁଦ୍ଧି, ବିବେକ ଖଟାଇ ଅନେକ ସମସ୍ୟାର ସମାଧାନ କରିପାରିବେ । ପାରିବାରିକ ସମସ୍ୟା ସୁଧୁରି ଯିବ । ପ୍ରବାସ ଯାତ୍ରାରେ ଲାଭବାନ୍ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଅନେକ ସମସ୍ୟାର ସମାଧାନ ହୋଇଯିବ ଓ ଆର୍ଥିକ ଉନ୍ନତି ଫଳରେ ଶାନ୍ତି ପାଇବେ । ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । କ୍ଷୟକ୍ଷତି ଘଟିବାର ଆଶଙ୍କା ନାହିଁ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଆପଣଙ୍କ ନିକଟରୁ ସମ୍ପର୍କୀୟମାନେ ସହାୟତା ପାଇବେ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ଯାତ୍ରା ଫଳରେ ଉତ୍ସାହିତ ହେବେ ଓ ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!