ଜାନୁୟାରୀ 09 ତାରିଖରୁ ଜାନୁୟାରୀ 15 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ସୁସ୍ଥ ବାତାବରଣ ଜାରି ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ସହ ଆଶାତୀତ ଲାଭମିଳିବ ଓ କରଜର ମାତ୍ରା ହ୍ରାସ ପାଇବ। ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ ସମୟ ଭୋଗ ହେଉଥିବାରୁ ପଦୋନ୍ନତି ସହ ନୂତନ କର୍ମ ପ୍ରାପ୍ତିର ସୁଯୋଗ ପାଇ ପାରନ୍ତି। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମି ଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ। ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ନୂତନ ବ୍ୟବସାୟ ଆରମ୍ଭ, ସମସ୍ତ ପ୍ରକାର ବ୍ୟବସାୟରେ କଠିନ ପରିଶ୍ରମ କରିଲେ ଆଶାନୁରୂପ ଲାଭ ପାଇବେ ଓ ଆକସ୍ମିକ ଧନ ଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ଅଧାଅଧୁରା କାର୍ଯ୍ୟ ପୂରଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ସାହସ ଦ୍ଵାରା ସମ୍ପର୍ଣ୍ଣ କରି ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପରିବାରର କିଛି ସମସ୍ୟା ସମାଧାନ ହୋଇ ସାମାଜିକ ସ୍ତରରେ ଖ୍ୟାତି ହେବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ସୁସ୍ଥତାସହ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବା ସହ ଲୋକସମ୍ପର୍କ ବୃଦ୍ଧି ଓ ପିଲାମାନଙ୍କ କାର୍ଯ୍ୟ ପ୍ରତି ଦୃଷ୍ଟି ରଖିବା ଉଚିତ୍। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଉନ୍ନତି ହେବା ସହ ଲାଭବାନ ହେବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଶାରୀରିକ କଷ୍ଟ ଦୂରେଇ ଯିବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଶତ୍ରୁମାନେ ପରାଜିତ ହେବା ଫଳରେ ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। କମ୍ପାନୀ, ବ୍ୟାଙ୍କ, କମ୍ପ୍ୟୁଟର ଇତ୍ୟାଦି ବିଭାଗରେ ନୂତନ କର୍ମପ୍ରାପ୍ତିର ସୁଯୋଗ ଆସି ପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନେ ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ। ଜାଗା, ଜମି, ଗୃହ ବାହନ ଆଦି କ୍ରୟ କରିବା ପାଇଁ ଚୂକ୍ତି ପାତ୍ର ହୋଇ ପାରେ। ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ସାହାଯ୍ୟ କରି ଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ମାନସିକ ଅଶାନ୍ତି ଦୂର ହେବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ। ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ। ଆୟ ଉପାର୍ଜ୍ଜନର ବୃଦ୍ଧି ହୋଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ପାଇବେ। ଧନସମ୍ପଦ, ବସ୍ତ୍ରଆଭୂଷଣ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ମାନସିକ ଦୁଶ୍ଚିନ୍ତା, ଭାତୃବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମା ଥିଲେ ସହଜରେ ସମାଧାନ କରିପାରିବେ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ସୁଖ ଶାନ୍ତିରେ ଦିନ କାଟିବେ। ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହୋଇ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ଆମୋଦ ପ୍ରମୋଦରେ ମଜ୍ଜି ରହିବେ। ବ୍ୟବସାୟ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତ୍ତମ ରୋଜଗାର ହେବ। ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ବ୍ୟବସାୟୀମାନେ ସାଧୁ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇବା ସହ ଉତ୍ତମ ରୋଜଗାର ହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ପାରିବାରିକ ସ୍ତରରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ନିଜସ୍ୱ ପ୍ରଶଂସାର ବଶବର୍ତ୍ତି ହୋଇ ନିଜ ଇଛାଶକ୍ତି ଦ୍ଵାରା ଶାନ୍ତି ପାଇବେ। ଶିକ୍ଷା କ୍ଷେତ୍ରରେ ନିରାଶା ଭାବ ଦୂରହୋଇ ଆଶାଆକାଂକ୍ଷା ପୂର୍ଣ୍ଣ ହେବ। ଶାରିରୀକ ଅସୁସ୍ଥତା ଦୂରହେବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ମନାନ୍ତର ମତାନ୍ତର ଦୂରେଇ ଯିବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ଉତ୍ତମ ରୋଜଗାର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଶରୀର ସୁସ୍ଥ ରହିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ମିତ୍ରଙ୍କଠାରୁ ସହଯୋଗ ପାଇ ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। କିନ୍ତୁ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅପମାନିତ ହୋଇ ପାରନ୍ତି। ଆୟର ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର୍ଯ୍ୟରେ ଖର୍ଚ୍ଚ କରିବେ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ମାନସିକ ସୁସ୍ଥତା ଅନୁଭବ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ବିରାଟ ଯୋଜନାର ସଂକଳ୍ପ ନେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଯୁବକ ଯୁବତୀମାନେ ନୂତନ କର୍ମ ପାଇଁ ପ୍ରୟାସରତ ଥିଲେ ନିଯୁକ୍ତି ପାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଅହଂକାରକୁ ହ୍ରାସ କରି ପାରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବାସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ। ସହଜ ସରଳରେ କର୍ମ ନିଯୁକ୍ତି ପାଇବେ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣସହଯୋଗ କରିବା ଫଳରେ ଲୋକପ୍ରିୟତା ହାସଲ କରିବେ। ପ୍ରେମକ୍ଷେତ୍ରରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!