ଦୈନିକ ରାଶିଫଳ: 10 ଜାନୁୟାରୀ 2022, ମହାଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୦ ତାରିଖ, ସୋମବାର, ଧନୁ ମାସ ୨୬ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଅଷ୍ଟମୀ ତିଥି ଦିବା ୧୨ଟା ୨୪ମିନିଟ୍ ଗତେ ନବମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ସକାଳ ୮ଟା ୫୦ମିନିଟ୍ ଗତେ ଅଶ୍ଵିନୀ ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ଶିବ ଯୋଗ ଦିବା ୧୦ଟା ୩୫ମିନିଟ୍ ଗତେ ସିଦ୍ଧ ଯୋଗ । ବିଷ୍ଟି କରଣ, ଦିବା ୧୨ଟା ୨୪ମିନିଟ୍ ଗତେ ବବ କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର ସକାଳ ୮ଟା ୫୦ମିନିଟ୍ ଗତେ ମେଷ ରାଶିର ଘାତଚନ୍ଦ୍ର ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ନଡିଆ, ଆମିଷ ନ ଖାଇଲେ ଭଲ ଦିବା ୧୨ଟା ୨୪ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୧୨ଟା ୨୪ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୪୯ମିନିଟ୍ ରୁ ୯ଟା ୧୦ମିନିଟ୍, ଦିବା ୨ଟା ୩୭ମିନିଟ୍ ରୁ ଦିବା ୩ଟା ୫୯ମିନିଟ୍, ରାତ୍ରି ୧୦ଟା ୧୫ମିନିଟ୍ ରୁ ୧୧ଟା ୫୪ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୪୮ମିନିଟ୍, ସକାଳ ୯ଟା ୨୨ମିନିଟ୍ ରୁ ଦିବା ୧୧ଟା ୩୧ମିନିଟ୍, ରାତ୍ର ୭ଟା ୫୯ମିନିଟ୍ ରୁ ରାତ୍ର ୧୦ଟା ୧୪ମିନିଟ୍, ରାତ୍ର ୨ଟା ୫୮ମିନିଟ୍ ରୁ ରାତ୍ର ୩ଟା ୪୯ମିନିଟ୍ ।

ମେଷ:-ପାରିବାରିକ ଜୀବନ ସୁଖମୟ ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ । କର୍ମକ୍ଷେତ୍ରରେ ଅସ୍ୱସ୍ତି ପାଇବେ । ସନ୍ତାନ ଯୋଗେ ଚିନ୍ତିତ ହେବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଯାନବାହନରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବେ । ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଶତୃମାନେ ମିତ୍ରଭାବ ଆଚରଣ କରିବେ । ଗୃହୋପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ସହକର୍ମୀଙ୍କ ଠାରୁ ଉଚ୍ଚ ସମ୍ମାନ ପାଇବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ । ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ । ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଦୂରଯାତ୍ରାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ଖଣ୍ଡନ କରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ମାଲି ମୋକଦ୍ଦମାରେ ଆଗ୍ରହ ଦେଖା ଦେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-ସରକାରୀ ଚାପ ପଡିଲେ ମଧ୍ୟ ସଫଳତା ମିଳିବ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେଲେ ବି ବଡ଼ନେତାଙ୍କୁ ସନ୍ତୁଷ୍ଟ କରିବା କାଠିକର ପାଠ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବା ସହ ଶାରିରୀକ ସୁସ୍ଥତା ଦେଖା ଦେବ । ଉଧାର ଦେଇଥିବା ଟଙ୍କା ଓ ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ରାଜନୀତି କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ମାନସିକ ସ୍ଥିରତା ଦେଖାଦେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ସହ ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହୋଇପାରେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ଧନୁ:-ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ଶ୍ରମିକମାନେ ବେଶି ଉପକୃତ ହେବେ । ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ସୁଖ ଶାନ୍ତିରେ ଦିନଟି କାଟିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । କର୍ମର୍କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ମାନସିକ ଶାନ୍ତି ଅନୁଭବ କରିବେ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । କୋର୍ଟ କଚେରୀ ମାମଲାରେ ବିଳମ୍ବ ହେଲେବି ବିଚାର ବିଭାଗ ରାୟ ସପକ୍ଷରେ ଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ସରକାରୀ କର୍ମଚାରୀ ମାନଙ୍କର ଉନ୍ନତିହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହୋଇପାରେ । ଉଚ୍ଚଆଶା ସଫଳ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । ଦୂରଯାତ୍ରା, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ସଫଳତା ମିଳିବ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ । ଲୋକ ସମ୍ପର୍କ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି ହେବ । ବ୍ୟବସାୟୀମାନଙ୍କର ନାନା ବାଟରେ ଧନାଗମ ଘଟିବ ଓ କାରବାର ବଢ଼ିବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!