ଦୈନିକ ରାଶିଫଳ: 11 ଜାନୁୟାରୀ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୧ ତାରିଖ, ମଙ୍ଗଳବାର, ଧନୁ ମାସ ୨୭ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ନବମୀ ତିଥି ଦିବା ୨ଟା ୨୨ମିନିଟ୍ ଗତେ ଦଶମୀ ତିଥି, ଅଶ୍ଵିନୀ ନକ୍ଷତ୍ର, ସକାଳ ୧୧ଟା ୧୦ମିନିଟ୍ ଗତେ ଦ୍ଵିଜା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସିଦ୍ଧ ଯୋଗ ଦିବା ୧୦ଟା ୫୪ମିନିଟ୍ ଗତେ ସାଧ୍ୟ ଯୋଗ । କୌଳବ କରଣ, ଦିବା ୨ଟା ୨୨ମିନିଟ୍ ଗତେ ତୈତିଳ କରଣ । ମକର ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର । ଲାଉ ନ ଖାଇଲେ ଭଲ ଦିବା ୨ଟା ୨୨ମିନିଟ୍ ପରେ କଳମଶାଗ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ପୂର୍ବେ ଦିବା ୨ଟା ୨୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ନବମୀର ଏକୋଦ୍ଧିଷ୍ଟ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୪୯ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧ଟା ୧୬ମିନିଟ୍ ରୁ ୨ଟା ୩୮ମିନିଟ୍, ସନ୍ଧ୍ୟା ୬ଟା ୫୯ମିନିଟ୍ ରୁ ରାତ୍ରି ୮ଟା ୩୮ମିନିଟ୍ । ଶୁଭସମୟ-ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୯ଟା ୧୨ମିନିଟ୍ ରୁ ଦିବା ୧୧ଟା ୩୧ମିନିଟ୍, ସନ୍ଧ୍ୟା ୫ଟା ୨୨ମିନିଟ୍ ରୁ ୬ଟା ୫୮ମିନିଟ୍, ରାତ୍ର ୮ଟା ୩୯ମିନିଟ୍ ରୁ ରାତ୍ର ୮ଟା ୫୦ମିନିଟ୍, ରାତ୍ର ୯ଟା ୪୪ମିନିଟ୍ ରୁ ରାତ୍ର ୧୨ଟା ୧୯ମିନିଟ୍, ରାତ୍ର ୨ଟା ୬ମିନିଟ୍ ରୁ ରାତ୍ର ୩ଟା ୪୯ମିନିଟ୍, ରାତ୍ର ୪ଟା ୪୩ମିନିଟ୍ ରୁ ୬ଟା ୨୬ମିନିଟ୍ ।

ମେଷ:-ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ମ କ୍ଷେତ୍ରରେ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ସନ୍ତାନଙ୍କ ଉନ୍ନତିରେ ଖୁସୀ ଅନୁଭବ କରିବେ । ପ୍ରତିଯୋଗିତା ପରିକ୍ଷାରେ ଉତ୍ତିର୍ଣ୍ଣହେବେ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ୱାସ କଲେ ଠକାମୀ ଭଣ୍ଡାମୀର ଶୀକାର ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବିଶିଷ୍ଟ ବ୍ୟକ୍ତିଙ୍କ ସହ ସଂପର୍କ ଓ ଆମୋଦ ପ୍ରମୋଦର ସୁଯୋଗ ପାଇବେ । ରାଜନୀତିରେ ଲୋକପ୍ରିୟତା, ବିଦ୍ୟାରେଉନ୍ନତି, ଖେଳରେ ପ୍ରଶଂସା, କୃଷିରେ ମନନିବେଶ କରିବେ । ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟ ଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନ ମାନଙ୍କର ଉନ୍ନତି, କେତେକ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଆଇନ, ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ରାଜନୀତିରେ ପ୍ରସଂଶା, ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ସଫଳତା ମିଳିବ ଓ ମାନସିକ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନ ମାନଙ୍କ ଠାରୁ ଆର୍ଶିବାଦ ପାଇବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତିରେ ସମସ୍ୟା ଦୂର ହେବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । କର୍ମ କ୍ଷେତ୍ରରେ ପଦୋନ୍ନତିର ସୁଯୋଗ ପାଇବେ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ରାଜନୀତିରେ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି ହେବ । କୁଟୁମ୍ବ ଓ ପାରିବାରିକ କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବାକିଥିବା ଅର୍ଥ ଆଦାୟ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ବିଦ୍ୟା ଓ ଖେଳରେ ଉତ୍ସାହ ବଢ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ଉଣା ହୋଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ମାନ ସମ୍ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବ୍ୟବସାୟରେ ପ୍ରସାର ପ୍ରଚାର ହେବ ଓ ଶିଳ୍ପ, ବାଣିଜ୍ୟ, ଓ ପରିବହନ ବ୍ୟବସାୟ ଭଲ ଚାଲିବ । ଗୃହ ସମସ୍ୟା ଦୂର ହୋଇ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମୀନ:-ସ୍ଥଗିତ ଥିବା ଧନପ୍ରାପ୍ତ ହେବ । ଆର୍ଥିକସ୍ଥିତି ପୂର୍ବପରି ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ନୂତନ ଗୃହସୁଖ ମିଳିବ । ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ । ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!