ଦୈନିକ ରାଶିଫଳ: 12 ଜାନୁୟାରୀ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୨ ତାରିଖ, ବୁଧବାର, ଧନୁ ମାସ ୨୮ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଦଶମୀ ତିଥି ଦିବା ୪ଟା ୪୯ମିନିଟ୍ ଗତେ ଏକାଦଶୀ ତିଥି, ଦ୍ଵିଜା ନକ୍ଷତ୍ର ଦିବା ୨ଟା ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ ଦିବା ୧୧ଟା ୩୭ମିନିଟ୍ ଗତେ ଶୁଭ ଯୋଗ । ଗର କରଣ, ଦିବା ୪ଟା ୪୯ମିନିଟ୍ ଗତେ ବାଣିଜ୍ୟ କରଣ । କର୍କଟ ରାଶିର ଘାତବାର । ମେଷ ରାଶିର ଘାତଚନ୍ଦ୍ର ରାତି୮ଟା ୪୫ ମିନିଟ୍ ଗତେ ବିଛା ରାଶିର ଘାତଚନ୍ଦ୍ର । କଳମଶାଗ ନ ଖାଇଲେ ଭଲ ଦିବା ୪ଟା ୪୯ମିନିଟ୍ ପରେ ଶିମ୍ବ, ଆମିଷ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଉତ୍ତରେ ଦିବା ୪ଟା ୪୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦଶମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ଦିବା ୧ଟା ୧୬ମିନିଟ୍, ରାତ୍ରି ୩ଟା ୧୧ମିନିଟ୍ ରୁ ୪ଟା ୪୯ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୦ଟା ୫୦ମିନିଟ୍ ରୁ ୧୧ଟା ୫୩ମିନିଟ୍, ଦିବା ୧ଟା ୪୫ମିନିଟ୍ ରୁ ୩ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୧୫ମିନିଟ୍ ରୁ ୬ଟା ୫ମିନିଟ୍, ରାତ୍ର ୮ଟା ୫୨ମିନିଟ୍ ରୁ ରାତ୍ର ୩ଟା ୧୦ମିନିଟ୍, ରାତ୍ର ୪ଟା ୫୦ମିନିଟ୍ ରୁ ସନ୍ଧ୍ୟା ୬ଟା ୨୬ମିନିଟ୍ । ପର୍ବଦିନ- ଶାମ୍ବ ଦଶମୀ, ସ୍ଵାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ।

ମେଷ:-ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ବିଜୟୀ ହେବେ । ଗାଯୋଗରେ ଲାଭ ମିଳିବ । ପାରିବାରିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ର ସୁଦୃଢ଼ ହେବା ସହ ଆଶା ପୂରଣ ହେବ । ବ୍ୟବସାୟୀମାନେ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ । ଶିଳ୍ପ, ବାଣିଜ୍ୟ, ଯାତ୍ରା, ପ୍ରଶାସନ କ୍ଷେତ୍ରରେ ସମସ୍ୟାକୁ ସୁଧାରି ନେବେ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବୃଷ:-ମନୋରଂଜନ କାର୍ଯ୍ୟରେ ସମୟ କଟିବ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ଆୟର ମାର୍ଗ ପ୍ରଶସ୍ତ ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ । ବିଦ୍ୟାରେ ଉନ୍ନତି ହେବ । ଭବିଷ୍ୟତ ଚିନ୍ତାକରି ପରିଶ୍ରମକଲେ ଚେଷ୍ଟା ସାର୍ଥକହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ । ବାଦବିବାଦ ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଅନେକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ବାହାନ କ୍ରୟ ବିକ୍ରୟ କରି ପାରନ୍ତି । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଗୃହସମସ୍ୟା ସମାଧାନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟରେ ଆଶାତୀତ ଲାଭ କରିବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କନ୍ୟା:-ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହୋଇପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ କାର୍ଯ୍ୟରେ ଭାଗ ନେବେ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଭାଇ ଓ ମିତ୍ରଙ୍କଠାରୁ ସହଯୋଗ ପାଇବେ । ବିରୋଧିମାନେ ଦୂରେଇଯିବେ । ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ । ଯାନ ବାହନ ସୁଖ ମିଳିବ । ବିଦ୍ୟା, ଖେଳରେ ପ୍ରଶଂସିତ ହେବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ଅନେକକାର୍ଯ୍ୟ ସହଜ ସରଳରେ ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ଆନନ୍ଦିତ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ସକ୍ରିୟ ହେବେ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ରାଜନୀତିରେ ପ୍ରସଂଶା, ଖେଳରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସରକାରୀ ସାହାଯ୍ୟ ମିଳିବାରେ ମନସନ୍ତୁଷ୍ଟ ରହିବ । ବାଣିଜ୍ୟ ଓ ପରିବହନ ବ୍ୟବସାୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବା ଫଳରେ ହସଖୁସିରେ ସମୟ ବିତାଇବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ସୁନାମ ଅର୍ଜନ କରିବେ । ଆକସ୍ମିକ ଅର୍ଥଲାଭ, ସମ୍ମାନ ବୃଦ୍ଧି, କର୍ମୋନ୍ନତିହେବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!