ଦୈନିକ ରାଶିଫଳ: 13 ଜାନୁୟାରୀ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୩ ତାରିଖ, ଗୁରୁବାର, ଧନୁ ମାସ ୨୯ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଏକାଦଶୀ ତିଥି ରାତି ୭ଟା ୩୩ମିନିଟ୍ ଗତେ ଦ୍ଵାଦଶୀ ତିଥି କୃତ୍ତିକା ନକ୍ଷତ୍ର, ସନ୍ଧ୍ୟା ୫ଟା ୬ମିନିଟ୍ ଗତେ ରୋହିଣୀ ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଶୁଭ ଯୋଗ ଦିବା ୧୨ଟା ୩୩ମିନିଟ୍ ଗତେ ଶୁକ୍ଳଯୋଗ । ବିଷ୍ଟି କରଣ, ସନ୍ଧ୍ୟା ୭ଟା ୩୩ମିନିଟ୍ ଗତେ ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ଶିମ୍ବ, ଆମିଷ ନ ଖାଇଲେ ଭଲ ରାତି ୭ଟା ୩୩ମିନିଟ୍ ପରେ ପୋଇ, ମସୁରଡାଲି ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ଆଗ୍ନେୟେ ରାତି ୭ଟା ୩୩ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଏକାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୩୯ମିନିଟ୍ ରୁ ଦିବା ୪ଟା, ଦିବା ୪ଟା ରୁ ୫ଟା ୨୨ମିନିଟ୍, ରାତ୍ରି ୧୧ଟା ୫୫ମିନିଟ୍ ରୁ ୧ଟା ୩୩ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ରାତ୍ର ୯ଟା ୪୩ମିନିଟ୍, ରାତ୍ର ୧ଟା ୩୪ମିନିଟ୍ ରୁ ରାତ୍ର ୩ଟା ୪୯ମିନିଟ୍, ରାତ୍ର ୪ଟା ୪୪ମିନିଟ୍ ରୁ ୬ଟା ୨୬ମିନିଟ୍ । ପର୍ବଦିନ- ସ୍ମାର୍ତ୍ତ ସମ୍ମତ ପୁତ୍ରଦା ଏକାଦଶୀ, ଲକ୍ଷ୍ମୀ ନାରାୟଣ ବ୍ରତ ।

ମେଷ:-ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ଲାଭ କରିବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରି ପାରନ୍ତି । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବୃଷ:-ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତିହେବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ସହଯୋଗ କରିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟହେବେ । ପିଲାମାନଙ୍କ ପ୍ରତି ବିଶେଷ ସତର୍କ ରହିବା ଉଚିତ୍ । ବ୍ୟବସାୟରେ ସାମୟିକ ଚିନ୍ତା ଦୂରହେବା ସହ ବଜେଟ୍ ରେ ଗୋଳମାଳ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ଯାତ୍ରାରେ ସଫଳତା ଲାଭ ହୋଇ ଆୟ ବୃଦ୍ଧିପାଇବ । କର୍ମକ୍ଷେତ୍ରରେ ପରିସ୍ଥିତି ବହୁତ ଭଲ ରହିବ । ବିଭିନ୍ନ ପ୍ରକାର ସମସ୍ୟା ଦୂର ହୋଇ ଶାନ୍ତି ମିଳିବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:- ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଖୋଜୁଥିବା ଜିନିଷ ସୁବିଧାରେ ପାଇବେ । ବ୍ୟବସାୟରେ ଲାଭ ହେବାରୁ ମନ ଖୁସି ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ନୂତନ ଗୃହ କିମ୍ବା ଯାନବାହନ କିଣିବା ପାଇଁ ମନ ବଳେଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ସ୍ୱାସ୍ଥ୍ୟ ଠିକ୍ ରହିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କଳାତ୍ମକ ଦିଗରୁ ପ୍ରଶଂସିତ ହେବେ । ସଭାସମିତି, ରାଜନୀତିରେ ସମ୍ମାନିତ ହେବେ ଓ ଗୃହୋପକରଣ କ୍ରୟ କରିବେ । ବିଦ୍ୟା ଓ ଖେଳରେ ପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-କର୍ମଜୀବିମାନେ କଠିନ ପରିଶ୍ରମ କରି ନିଜର ସ୍ଥାନ ସ୍ଥିତି ବଜାୟ ରଖିବେ । ବ୍ୟବସାୟୀମାନେ ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଦୁଶ୍ଚିନ୍ତା ବଢ଼ିବ ଓ ସମୟ ଗଡ଼ି ଚାଲିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ପ୍ରିୟଜନମାନଙ୍କୁ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର । ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ଧନୁ:-ଆର୍ଥିକସ୍ଥିତି ମଜଭୁତ ହେବ ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଦାମ୍ପତ୍ୟଜୀବନ ସୁଖମୟ ହେବ । ପରିଶ୍ରମ ଦ୍ୱାରା କାର୍ଯ୍ୟରେ ସ୍ଥିରତା ବଢ଼ିବ ଓ ଲାଭ ପାଇବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ ।

ମକର:-ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାର ସମାଧାନ କରିବେ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ସ୍ୱଜନ ଓ ମିତ୍ରଙ୍କ ଠାରୁ ପୂର୍ଣ୍ଣ ସହଯୋଗ ମିଳିବ । ଗୃହର ସମସ୍ୟା ଦୂର ହୋଇଯିବ । ଅଟକିଥିବା ଧନଲାଭ ହେବ । ଦିନଚର୍ଯ୍ୟା ସୁଖଦାୟକ ହେବ । ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-ସାମାଜିକ ଉତ୍ସବରେ ଭାଗ ନେବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ବିଦ୍ୟା ଓ ଖେଳରେ ଉନ୍ନତି ହେବ । ଜନ ସେବାରେ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:- ଶୁଭ ସମାଚାର ପାଇ ମନ ଖୁସି ହେବ । ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ସମ୍ମାନୀତ ହେବେ । ଶତୃ ପରାଜିତ ହେବେ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ଲାଭ ପାଇବେ । ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!