ଦୈନିକ ରାଶିଫଳ: 14 ଜାନୁୟାରୀ 2022, ମା ଲକ୍ଷ୍ମୀଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୪ ତାରିଖ, ଶୁକ୍ରବାର, ମକର ମାସ ୧ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି ରାତି ୧୦ଟା ୧୯ମିନିଟ୍ ଗତେ ତ୍ରୟଦଶୀ ତିଥି, ରୋହିଣୀ ନକ୍ଷତ୍ର, ରାତି ୮ଟା ୧୭ମିନିଟ୍ ଗତେ ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ଶୁକ୍ଳ ଯୋଗ ଦିବା ୧ଟା ୩୪ମିନିଟ୍ ଗତେ ବ୍ରହ୍ମ ଯୋଗ । ବବ କରଣ, ଦିବା ୮ଟା ୫୬ମିନିଟ୍ ଗତେ ବାଳବ କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ ରାତି ୧୦ଟା ୧୯ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଯୋଗିନୀ- ନୈଋତେ ରାତି ୧୦ଟା ୧୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୯ଟା ୧୧ମିନିଟ୍ ରୁ ୧୦ଟା ୩୩ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ଦିବା ୧୧ଟା ୫୫ମିନିଟ୍, ରାତ୍ରି ୮ଟା ୩୯ମିନିଟ୍ ରୁ ୧୦ଟା ୧୭ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୭ଟା ୧୦ମିନିଟ୍, ସକାଳ ୭ଟା ୫୫ମିନିଟ୍ ରୁ ୯ଟା ୧୧ମିନିଟ୍, ଦିବା ୧୨ଟା ୧୮ମିନିଟ୍ ରୁ ୨ଟା ୨୭ମିନିଟ୍, ଦିବା ୩ଟା ୫୭ମିନିଟ୍ ରୁ ୫ଟା ୨୨ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୮ଟା ୩୮ମିନିଟ୍, ରାତ୍ର ୨ଟା ୭ମିନିଟ୍ ରୁ ରାତ୍ର ୪ଟା ୪୨ମିନିଟ୍ । ପର୍ବଦିନ- ମକର ସଂକ୍ରାନ୍ତି, ଉତ୍ତରାୟଣ ବନ୍ଦାପନା, ଶୁଦ୍ଧକାଳ ଆରମ୍ଭ, ଫକୀରମୋହନ ସେନାପତିଙ୍କ ଜୟନ୍ତୀ ।

ମେଷ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଗୃହପୋକରଣ କ୍ରୟ କରି ପାରନ୍ତି । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।

ମିଥୁନ:-ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । କୌଣସି ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମନ ଓ ଶରୀର ଭଲ ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । କଠିନ ପରିଶ୍ରମ କରିବା ଯୋଗୁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ମିତ୍ରଙ୍କ ଦ୍ଵାରା ସହାୟତା ପାଇ ରାଜନୀତିରେ ଉନ୍ନତି ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପାରିବାରିକ ସ୍ଥିତି ସୁଧିରି ଯାଇ ସୁଖ ସମୃଦ୍ଧି ବୃଦ୍ଧିହେବ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଭ୍ରାତୃ ବିବାଦ ଦୂର ହେବ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ସାମାଜିକ ପ୍ରତିଷ୍ଠା ବଢ଼ିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ସତର୍କ ନ ରହିଲେ ଶତୃମାନେ କ୍ଷତି କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!