ଦୈନିକ ରାଶିଫଳ: 16 ଜାନୁୟାରୀ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜାନୁୟାରୀ ମାସ ୧୬ ତାରିଖ, ରବିବାର, ମକର ମାସ ୩ ଦିନ, ପୌଷ ମାସ, ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ଇନ୍ଦ୍ର ଯୋଗ । ଗର କରଣ, ଦିବା ୨ଟା ୧୦ମିନିଟ୍ ଗତେ ବାଣିଜ୍ୟ କରଣ । ମେଷ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୩ଟା ୧୮ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଅଶୁଭସମୟ- ଦିବା ୧୦ଟା ୩୪ ମିନିଟ୍ ରୁ ୧୧ଟା ୫୬ ମିନିଟ୍, ଦିବା ୧୧ଟା ୫୬ ମିନିଟ୍ ରୁ ୧ଟା ୧୮ ମିନିଟ୍, ରାତ୍ରି ୧ଟା ୩୪ମିନିଟ୍ ରୁ ୩ଟା ୧୨ମିନିଟ୍ । ଶୁଭସମୟ- ସକାଳ ୬ଟା ୨୮ମିନିଟ୍ ରୁ ୧୦ଟା ୫ମିନିଟ୍, ଦିବା ୧ଟା ୧୯ମିନିଟ୍ ରୁ ୧ଟା ୪୪ମିନିଟ୍, ସନ୍ଧ୍ୟା ୬ଟା ୧୮ମିନିଟ୍ ରୁ ୮ଟା ୫୨ମିନିଟ୍, ରାତ୍ର ୧୨ଟା ୨୩ମିନିଟ୍ ରୁ ରାତ୍ର ୧ଟା ୩୩ମିନିଟ୍, ରାତ୍ର ୩ଟା ୧୩ମିନିଟ୍ ରୁ ୩ଟା ୫୦ମିନିଟ୍ ।

ମେଷ:-ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ହସ ଖୁସିରେ ସମୟ ବିତିବ । କଠିନ ପରିଶ୍ରମକରି କାର୍ଯ୍ୟ କଲେ କାର୍ଯ୍ୟ କ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ବ୍ୟବସାୟୀ ମାନଙ୍କର ଆଶାତୀତ ଲାଭମିଳିବା ସହ ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତଶୁଭ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇ ପାରେ । ବନ୍ଧୁ, ମିତ୍ର ସହଯୋଗୀ ଓ ଭାଗୀଦାରୀଙ୍କ ପାଇଁ ବିଶେଷ ଲାଭ ପାଇବେ ଓ ଆୟ ଉପାର୍ଜନ ବୃଦ୍ଧି ହେବ । ଧର୍ମକାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପୈତୃକସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ । ବାଦବିବାଦ, ଖେଳକୁଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ପ୍ରାପ୍ତି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ପରିବାରରେ ମାନ ମନାନ୍ତର ଦୂର ହେବ । ରାଜନୀତି କ୍ଷେତ୍ରରେ ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ଛାତ୍ରଛାତ୍ରୀ ମାନେ ସାକ୍ଷାତକାର ପାଇଁ ଦୂରଯାତ୍ରା କରି ପାରନ୍ତି । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ନିଜ ଲୋକମାନେ ହିଁ କାମରେ ଆସିବେ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ମନରେ ଅଶାନ୍ତି ଅସନ୍ତୋଷ ସାମାନ୍ୟ ଦେଖାଦେଇ ପାରେ । ପରିବାର ଭିତରେ ଜଗିରଖି ନଚଳିଲେ କଳହ ସୃଷ୍ଟି ହେବାର ସମ୍ଭାବନା । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । କର୍ତ୍ତବ୍ୟନିଷ୍ଠା ପରାୟଣ ହେବେ । ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନ ପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସମ୍ବନ୍ଧ ସ୍ଥିରହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଅଶାନ୍ତିର ଝଡ ଶାନ୍ତ ହେବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ଉଚ୍ଚ ଶିକ୍ଷା ଲାଭ ପାଇଁ ଓ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ପ୍ରତ୍ୟେକ କ୍ଷେତ୍ରରେ ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । କୌଣସି ମିତ୍ରଙ୍କୁ ସହାୟତା ପାଇଁ ହାତ ବଢେଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବା ସହ ସୁଖଶାନ୍ତି ମିଳିବ । କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଶତୃଙ୍କ ସହିତ ମୁକାବିଲା କରିପାରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି କ୍ରୟ କରିବା ପାଇଁ ଯୋଗା ଯୋଗ କରିବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଶତୃମାନେ ଦୂରେଇ ଯିବେ ଓ ସ୍ୱାସ୍ଥ୍ୟ ଭଲ ରହିବ । ରାଜନୀତି କ୍ଷେତ୍ରରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବିବେକ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ରାଜନୈତିକ କ୍ଷେତ୍ରରେ ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବା ଫଳରେ ଯଶ କୀର୍ତ୍ତି ସୁଖ ସମୃଦ୍ଧି ବୃଦ୍ଧି ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କୁମ୍ଭ:-ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରାଜନୀତି ମାମଲାରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସଫଳତା ମିଳିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । କୌଣସି ଶୁଭ ସମାଚାର ଶୁଣି ହସ-ଖୁସିରେ ସମୟ ବ୍ୟତୀତ ହେବ । ବନ୍ଧୁଙ୍କ ଆର୍ଥିକ ସହାୟତାରେ ଖୁସିହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରେମ ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଧର୍ମାନ୍ଧତାରୁ ଦୂରେଇ ରହି, ଅଧ୍ୟାତ୍ମିକତାର ପ୍ରଦର୍ଶନ କରିବେ । ପରିବାରରେ ଆଦର୍ଶବାଦୀର ମାନ୍ୟତା ପାଇ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!