ଜାନୁୟାରୀ 16 ତାରିଖରୁ ଜାନୁୟାରୀ 22 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାଧନଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବା ଫଳରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ପରିବେଶ ସମ୍ମାନଜନକ ରହିବ। ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖା ଦେବ। ଆୟ ବ୍ୟୟ ପ୍ରାୟତଃ ସମାନ ରହିବ। ପ୍ରତିକାର:- ପ୍ରତ୍ୟେକଦିନ ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ମିଳିବା ଫଳରେ ମନର ଆଶା ଆକାଂକ୍ଷା ପୂରଣ ହେବା ସହ ଆତ୍ମବିଶ୍ୱାସ ବଢ଼ିବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ଛାତ୍ର ଛାତ୍ରୀମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। କର୍ମକ୍ଷେତ୍ରରେ ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରି ପାରିବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ବ୍ୟବସାୟ କ୍ଷେତ୍ରରେ ଆୟରସ୍ରୋତ ବୃଦ୍ଧିହେବ ଓ ଆଶାତୀତ ଲାଭ ପାଇବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ପ୍ରତ୍ୟେକଦିନ ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଏ ସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୃଷିପଦାର୍ଥ ଓ ଧାତୁପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ପୁରାତନ ରୋଗପୀଡାରୁ ମୁକ୍ତି ମିଳିବା ଫଳରେ ଶରୀର ସୁସ୍ଥ ରହିବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇ ଦାମ୍ପତ୍ୟ କଳହର ସମାଧାନ ହୋଇଯିବ ଓ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ନଷ୍ଟ ହୋଇଥିବା ପ୍ରତିଷ୍ଠା ପ୍ରତିପତ୍ତି ପୂନର୍ବାର ଫେରିପାଇ ସମ୍ମାନିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନୂଆ ନୂଆ ଉପାୟ ଚିନ୍ତା କରିବେ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ନଗଦ କାରବାରରେ ଅଧିକ ଲାଭବାନ୍ ହେବେ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବା ସହ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଧନଧାନ୍ୟ, ମାନସମ୍ମାନ ପ୍ରତିଷ୍ଠା ପରାକ୍ରମ ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଗୃହରେ ସୁଖଶାନ୍ତି ବିରାଜମାନ କରିବ। ଅଚାନକ ଆୟ ବୃଦ୍ଧି ହେତୁ ଆଚମ୍ବିତ ହୋଇଯିବେ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ପ୍ରତିକାର:-ପ୍ରତ୍ୟେକଦିନ କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। କୌଣସି ଆନୁଷ୍ଠାନିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ବିଦ୍ୟାରେ ମନନିବେଶ କରିବେ ଓ ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଜାଗାଜମି, ଯାନ ବାହାନ ଓ ଗୃହ ଉପକରଣ କ୍ରୟ କରି ପାରନ୍ତି। ଶତ୍ରୁମାନେ ପରାଜିତ ହେବା ସହ ଧନଦାୟକ ଅନେକ ଶୁଭକର୍ମର ସୁଯୋଗ ପାଇବେ। ପ୍ରତିକାର:- ପ୍ରତ୍ୟେକ ଦିନ ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ବିଦ୍ୟା କ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ। ପ୍ରକୃତିର ବିଚିତ୍ର ସିଦ୍ଧାନ୍ତ ଫଳରେ ଦୀର୍ଘଦିନର କଷ୍ଟ ଦୂର ହୋଇ ସୁଖର ସ୍ୱପ୍ନ ଦେଖିପାରିବେ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ସରକାରୀ କର୍ମଚାରୀମାନେ କଠିନ ପରିଶ୍ରମ କରି କାର୍ଯ୍ୟ କଲେ ତଳ ମହଲରୁ ଆଶାତୀତ ଲାଭ ପାଇବା ସହ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହେବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ପ୍ରତ୍ୟେକଦିନ ସିନ୍ଦୁରଟିକେ ମୁଣ୍ଡରେ ଲଗେଇ ଦିଅନ୍ତୁ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହୋଇପାରେ। କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଶାରିରୀକ ସୁସ୍ଥତା ଦେଖା ଦେବ। ମାଲିମୋକଦ୍ଦମାରେ ସଫଳ ହେବେ। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହୋଇ ଦୀର୍ଘଦିନ ଧରି ଅଧା ହୋଇ ପଡ଼ିଥିବା କାର୍ଯ୍ୟମାନ ଧିରେ ଧିରେ ପୂର୍ଣ୍ଣ ହୋଇଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ପ୍ରତ୍ୟେକଦିନ ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟ କ୍ଷେତ୍ରରେ ଶୁଭ ସମାଚାର ପାଇ ଖୁସି ହେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉନ୍ନତି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ।ପ୍ରତିକାର-ପ୍ରତ୍ୟେକଦିନ ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବାସହ କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ ଓ ଉଚ୍ଚାଧିକାରୀ କାମରେ ପ୍ରସନ୍ନ ରହିବେ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ କ୍ଷେତ୍ରରେ ଅନେକ ସମସ୍ୟା ସମାଧାନ କରି ସୁଖଶାନ୍ତି ପାଇବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଭାଇଙ୍କ ସହିତ ଲାଗିଥିବା ବିବାଦର ସମାଧାନ ହୋଇ ପାରିବ। ନିଜଲୋକ ସାହାଯ୍ୟ କରିବା ଫଳରେ ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ। ଶିକ୍ଷା କ୍ଷେତ୍ରରେ ଆଶା ମୁତାବକ ଫଳ ପାଇ ସଫଳତା ଅର୍ଜନ କରିବେ। ପ୍ରତିକାର- ପ୍ରତ୍ୟେକଦିନ ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଛାତ୍ର ଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ। ବ୍ୟବସାୟୀ ମାନଙ୍କର ବିନା ପରିଶ୍ରମରେ ଧନପ୍ରାପ୍ତି ହେବ ଓ ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ। ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବା ସହ ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର- ପ୍ରତ୍ୟେକଦିନ ବୁଲାକୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!